Posted inଖେଳ

ଭାରତୀୟ ଫୁଟ୍‌ବଲରେ ପ୍ରଥମ: ସ୍କଟ୍‌ଲାଣ୍ଡ କ୍ଲବ୍‌ ରେଞ୍ଜର୍ସ ଏଫ୍‌ସି ସହ ବାଲା ଦେବୀଙ୍କ ଚୁକ୍ତି

ବେଙ୍ଗାଲୁରୁ, ୩୦।୧(ପି.ଟି.)- ସ୍କଟ୍‌ଲାଣ୍ଡର ଜଣାଶୁଣା ଫୁଟ୍‌ବଲ କ୍ଲବ ରେଞ୍ଜର୍ସ ଏଫ୍‌ସି ସହ ଭାରତୀୟ ତାରକା ମହିଳା ଫୁଟ୍‌ବଲର ବାଲା ଦେବୀ ଏକ ଚୁକ୍ତିରେ ସ୍ବାକ୍ଷର କରିଛନ୍ତି। ଭାରତୀୟ ଫୁଟବଲ୍‌ରେ ପ୍ରଥମଥର ପାଇଁ କୌଣସି ବିଶ୍ୱସ୍ତରୀୟ କ୍ଲବ ସହ ଜଣେ ଖେଳାଳି ଚୁକ୍ତି କରିଛନ୍ତି। ରେଞ୍ଜର୍ସ ସହ ବାଲା ଦେବୀ ଏକ ୧୮ମାସିଆ ଚୁକ୍ତିରେ ସ୍ବାକ୍ଷର କରିଛନ୍ତି। ଗତ ନଭେମ୍ବରରେ ଅନୁଷ୍ଠିତ ରେଞ୍ଜର୍ସର ଟ୍ରାଏଲ୍‌ରେ ୨୯ ବର୍ଷୀୟା ବାଲା ଦେବୀ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଥିଲେ। ଏଥିସହିତ ପ୍ରଥମ ଭାରତୀୟ ମହିଳା ପେସାଦାର ଫୁଟ୍‌ବଲର ଭାବେ ବାଲା ଦେବୀ ଏଭଳି ଚୁକ୍ତି କରିଛନ୍ତି। ସେ ମଧ୍ୟ ରେଞ୍ଜର୍ସର ପ୍ରଥମ ଏସୀୟ ମହିଳା ଅନ୍ତର୍ଜାତୀୟ ଫୁଟ୍‌ବଲର ସାବ୍ୟସ୍ତ ହୋଇଛନ୍ତି।
ଭାରତ ପାଇଁ ପ୍ରତିନିଧିତ୍ୱ କରି ବାଲା ଦୋବୀ ଏପର୍ଯ୍ୟନ୍ତ ୫୮ଟି ମ୍ୟାଚ୍‌ ଖେଳି ସର୍ବାଧିକ ୫୨ଟି ଗୋଲ ସ୍କୋର କରିଛନ୍ତି। ଦକ୍ଷିଣ ଏସିଆରେ ସେ ସର୍ବାଧିକ ଅନ୍ତର୍ଜାତୀୟ ଗୋଲସ୍କୋରର ସାବ୍ୟସ୍ତ ହୋଇଛନ୍ତି। ମାତ୍ର ୧୫ ବର୍ଷ ବୟସରୁ ସେ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଛନ୍ତି। ସେ ଏକାଧିକ ଥର ଭାରତୀୟ ଦଳର ଅଧିନାୟିକା ଭାବେ ସଫଳତା ହାସଲ କରିଛନ୍ତି। ଘରୋଇ ଫୁଟ୍‌ବଲରେ ବାଲା ଦେବୀ ୧୨୦ଟି ମ୍ୟାଚ୍‌ ଖେଳି ୧୦୦ ଗୋଲ ସ୍କୋର କରିବା ସହ ରେକର୍ଡ କରିଛନ୍ତି। ଗତ ଦୁଇଟି ସେସନରେ ସେ ଭାରତୀୟ ମହିଳା ଫୁଟ୍‌ବଲ ଲିଗ୍‌ରେ ଟପ୍‌ ସ୍କୋରର ସାବ୍ୟସ୍ତ ହୋଇଛନ୍ତି। ୨୦୧୫ ଓ ୨୦୧୬ରେ ସେ ଦୁଇଥର ଅଲ୍‌ ଇଣ୍ଡିଆ ଫୁଟ୍‌ବଲ ଫେଡେରେଶନ (ଏଆଇଏଫ୍‌ଏଫ୍‌) ଓମେନ୍ସ ପ୍ଲେୟାର ଅଫ୍‌ ଦି ଇୟର ବିବେଚିତ ହୋଇଛନ୍ତି। ରେଞ୍ଜର୍ସ ସହ ଚୁକ୍ତି କରିବା ଓ ଖେଳିବା ମୋ ପାଇଁ ଏକ ସ୍ବପ୍ନ ସତ ହେବା ଭଳି ଘଟଣା ବୋଲି ବାଲା କହିଛନ୍ତି। ଏହା ଭାରତୀୟ ଫୁଟ୍‌ବଲକୁ ଆଗକୁ ନେବାରେ ସହାୟକ ହେବ ବୋଲି ସେ ଆଶା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଟି-୨୦ ବିଶ୍ୱକପ୍: ପାକିସ୍ତାନୀ ବୋଲରଙ୍କୁ ଧୂଳି ଚଟାଇଲେ ଇଶାନ କିଷାନ; ୨୭ ବଲ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ମହାମୁକାବିଲାରେ ଭାରତୀୟ ଓପନର୍ ଇଶାନ କିଷାନଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ରନ୍ ବର୍ଷା। ପାକିସ୍ତାନ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ ମାତ୍ର…

ଟି-୨୦ ବିଶ୍ୱକପ୍ ୨୦୨୬: ଟସ୍ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି, ହ୍ୟାଣ୍ଡସେକ୍ ପାଇଁ ପୁଣି…

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ଗ୍ରୁପ୍-ଏ ମ୍ୟାଚରେ ପାକିସ୍ତାନ ଅଧିନାୟକ ସଲମାନ ଆଘା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତୀୟ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri