Posted inଖେଳ

ଭାରତୀୟ ମହିଳା କ୍ରିକେଟ ଦଳର ଇଂଲଣ୍ଡ ଗସ୍ତ ସ୍ଥଗିତ

ଲଣ୍ଡନ, ୨୫।୪ (ପି.ଟି.): ଭାରତୀୟ ମହିଳା କ୍ରିକେଟ ଦଳର ଇଂଲଣ୍ଡ ଗସ୍ତ ସ୍ଥଗିତ ରହିଛି। କୋଭିଡ୍‌-୧୯ ସଂକ୍ରମଣ କାରଣରୁ ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ଜୁଲାଇ ୧ ତାରିଖ ପର୍ଯ୍ୟନ୍ତ ସବୁ ପେସାଦାର କ୍ରିକେଟ କାର୍ଯ୍ୟକଳାପକୁ ବାତିଲ କରିଥିବାରୁ ଏପରି ସ୍ଥିତି ଉପୁଜିଛି। ଜୁନ୍‌ ୨୫ରୁ ଭାରତୀୟ ମହିଳାଙ୍କ ଗସ୍ତ ଆରମ୍ଭ ହେବା କାର୍ଯ୍ୟକ୍ରମ ଥିଲା। ଦୁଇ ସପ୍ତାହ ବିଶିଷ୍ଟ ଏହି ଗସ୍ତରେ ଭାରତ ୪ଟି ଦିନିକିଆ ଓ ୨ଟି ଟି୨୦ ମ୍ୟାଚ୍‌ ଖେଳିଥାନ୍ତା ଜୁଲାଇ ୯ରେ ଗସ୍ତ ଶେଷ ହେବାର କାର୍ଯ୍ୟକ୍ରମ ଥିଲା। ଭାରତ ଟନ୍‌ଟନ୍‌ ଓ ବ୍ରିଷ୍ଟଲ୍‌ରେ ଦୁଇଟି ଟି୨୦ ଏବଂ ୪ ଦିନିକିଆ ଓ୍ବରସେଷ୍ଟର, ଚେମ୍ସଫୋର୍ଡ, କାଣ୍ଟେରବୁରୀ ଓ ହୋଭ୍‌ରେ ଖେଳିଥାନ୍ତା। ଚଳିତ ଗ୍ରୀଷ୍ମରେ ଯେତେ ସମ୍ଭବ କ୍ରିକେଟ ମ୍ୟାଚ୍‌ ଆୟୋଜନ କରିବାକୁ ଆମେ ଆଶାବାଦୀ ଅଛୁ। ତେବେ ସ୍ବାସ୍ଥ୍ୟ ଓ ନିରାପତ୍ତାକୁ ପ୍ରାଥମିକତା ଦିଆଯିବ ବୋଲି ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଟମ୍‌ ହାରିସନ କହିଛନ୍ତି। ସରକାରଙ୍କ ନିର୍ଦ୍ଦେଶନାମା ଅନୁଯାୟୀ ଆମେ ନିଷ୍ପତ୍ତି ନେବୁ। ଖେଳିବା ପାଇଁ ସୁସ୍ଥ ପରିବେଶ ନ ହେଲା ପର୍ଯ୍ୟନ୍ତ କ୍ରିକେଟ ସମ୍ଭବ ନୁହେଁ। ଜୁଲାଇରୁ ସେପ୍ଟେମ୍ବର ପର୍ଯ୍ୟନ୍ତ ଇଂଲଣ୍ଡ ପୁରୁଷ ଓ ମହିଳା ଦଳର କାର୍ଯ୍ୟକ୍ରମ ସ୍ଥିରୀକୃତ ହେବ। ବୁଧବାର ଏକ ଅତିରିକ୍ତ ବୋର୍ଡ ବୈଠକ ବସିବା କାର୍ଯ୍ୟକ୍ରମ ରହିଛି। ଅନ୍ତର୍ଜାତୀୟ ମ୍ୟାଚ୍‌ଗୁଡିକର ନୂଆ କାର୍ଯ୍ୟସୂଚୀ ଧାର୍ଯ୍ୟ କରିବା ପାଇଁ ଆମର ଯୋଜନା ରହିଛି ବୋଲି ଇସିବି ତରଫରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହଠାତ ଏମିତି ଏକ ନିଷ୍ପତ୍ତି ନେଇ ସମସ୍ତଙ୍କୁ ଚମକାଇ ଦେଲେ ଏହି କ୍ରିକେଟର, ଏକ ଭାବପ୍ରବଣ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ କହିଲେ…

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟକ ପଦରୁ ସମସ୍ତ ଫର୍ମାଟରେ ଓହରିଯିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ଏକ ଭାବପୂର୍ଣ୍ଣ ପୋଷ୍ଟ ମାଧ୍ୟମରେ ଏହି…

‘ମିଡିଆ ଚାପ ଯୋଗୁ ବୈଭବ ସୂର୍ଯ୍ୟବଂଶୀଙ୍କ ଚୟନ ହୋଇଥିଲା…’ କୋଚ ଗମ୍ଭୀରଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କଲେ ଅଭିଜ୍ଞ ଖେଳାଳି

ନୂଆଦିଲ୍ଲୀ,୬।୧୦: ପୂର୍ବତନ କ୍ରିକେଟର ସୁବ୍ରମଣ୍ୟମ ବଦ୍ରିନାଥ ଦାବି କରିଛନ୍ତି ଯେ ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ଗଣମାଧ୍ୟମର ଚାପ ଯୋଗୁ ବୈଭବ ସୂର୍ଯ୍ୟବଂଶୀଙ୍କୁ…

ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଟି୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଲକ୍ଷ୍ନୌ,୬ା୧୦(ପିଟି): ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମ୍ୟାଚ୍‌ ମଙ୍ଗଳବାର ଖେଳାଯିବ। ଗତ ଶନିବାର ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ହାସଲ କରିଥିବା…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଟିମ୍‌ଇଣ୍ଡିଆ ଉପରେ ICC ନେଲା କଡ଼ା କାର୍ଯ୍ୟାନୁଷ୍ଠାନ: ଜିତିବା ସତ୍ତ୍ୱେ ବି…

ନୂଆଦିଲ୍ଲୀ,୫।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଶେଷ ହୋଇଛି ୩ ମ୍ୟାଚ୍‌ର ଦିନିକିଆ ସିରିଜ। ଭାରତ ସିରିଜକୁ ୨-୧ରେ ଜିତିଥିଲେ ମଧ୍ୟ ତୃତୀୟ ମ୍ୟାଚକୁ ନେଇ ଅନ୍ତର୍ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?