Posted inଖେଳ

ଭାରତୀୟ ମହିଳା ହକି ଦଳର ବିଜୟ ଅଭିଯାନ

ଜିନଚେଓନ,୨୦।୫- ଭାରତୀୟ ମହିଳା ହକି ଦଳ ଆୟୋଜକ ଦକ୍ଷିଣ କୋରିଆକୁ ୨-୧ ଗୋଲରେ ହରାଇ ବିଜୟରୁ ଅଭିଯାନ ଆରମ୍ଭ କରିଛି। ବିଜୟୀ ଦଳ ଲାଗି ଯୁବା ଷ୍ଟ୍ରାଇକର ଲାଲରେସିଆମି (୨୦ତମ ମିନିଟ୍‌) ଓ ନବନୀତ କୌର (୪୦ତମ) ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ଏହି ବିଜୟ ସହ ଭାରତୀୟ ଦଳ ୩ ମ୍ୟାଚ୍‌ ବିଶିଷ୍ଟ ଦ୍ୱିପାକ୍ଷିକ ସିରିଜରେ ୧-୦ ବ୍ୟବଧାନରେ ଅଗ୍ରଣୀ ହାସଲ କରିଛି।
ସ୍ପେନ୍‌ ଓ ମାଲେସିଆରେ ଭଲ ପ୍ରଦର୍ଶନ ପରେ ଭାରତୀୟ ଦଳ ସମ୍ପୂର୍ଣ୍ଣ ଆତ୍ମବିଶ୍ୱାସ ସହ ଦକ୍ଷିଣ କୋରିଆ ବିପକ୍ଷରେ ପଡ଼ିଆକୁ ଓହ୍ଲାଇଥିଲେ। ପ୍ରଥମ କ୍ୱାର୍ଟରରେ ଭାରତକୁ ଏକ ପେନାଲ୍ଟି କର୍ନର ମିଳିଥିଲା, ହେଲେ ଏହା ବେକାର ସାବ୍ୟସ୍ତ ହୋଇଥିଲା। ମ୍ୟାଚ୍‌ର ୨୦ତମ ମିନିଟରେ ଲାଲରେସିଆମିଙ୍କ ଫିଲ୍ଡ ଗୋଲ ଜରିଆରେ ଭାରତ ଖାତା ଖୋଲିଥିଲା। ଭ୍ରମଣକାରୀ ଦଳର ଅଗ୍ରଣୀ ବ୍ୟବଧାନକୁ ମ୍ୟାଚ୍‌ର ୪୦ତମ ମିନିଟ୍‌ରେ ନବନୀତ ବଢ଼ାଇଥିଲେ। ପୂରା ମ୍ୟାଚ୍‌ରେ ଆୟୋଜକ ଦଳ ୫ଟି ପେନାଲ୍ଟି କର୍ନର ପାଇଥିଲେ ମଧ୍ୟ କେବଳ ଥରେ ଗୋଲ ସ୍କୋର କରିବାକୁ ସକ୍ଷମ ହୋଇଥିଲେ। ଶିନ ହିଜୋଙ୍ଗ (୪୮ ତମ) ଏହି ଗୋଲ ଦେଇଥିଲେ। ଅଭିଜ୍ଞ ଗୋଲକିପର ସବିତାଙ୍କ ଉନ୍ନତ ପ୍ରଦର୍ଶନ ଯୋଗୁ ଭାରତୀୟ ଦଳ ମ୍ୟାଚ୍‌ରେ ବିଜୟୀ ହୋଇଥିଲା। ସିରିଜର ଦ୍ୱିତୀୟ ମ୍ୟାଚ୍‌ ବୁଧବାର ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଟିମ୍‌ଇଣ୍ଡିଆ ଉପରେ ICC ନେଲା କଡ଼ା କାର୍ଯ୍ୟାନୁଷ୍ଠାନ: ଜିତିବା ସତ୍ତ୍ୱେ ବି…

ନୂଆଦିଲ୍ଲୀ,୫।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଶେଷ ହୋଇଛି ୩ ମ୍ୟାଚ୍‌ର ଦିନିକିଆ ସିରିଜ। ଭାରତ ସିରିଜକୁ ୨-୧ରେ ଜିତିଥିଲେ ମଧ୍ୟ ତୃତୀୟ ମ୍ୟାଚକୁ ନେଇ ଅନ୍ତର୍ଜାତୀୟ…

ପୃଥ୍ବୀ ଶ’ଙ୍କ ଚମକିଲା ଭାଗ୍ୟ: ମିଳିଲା ବଡ଼ ଦାୟିତ୍ୱ

ମୁମ୍ବାଇ,୫।୧୦: ବ୍ୟକ୍ତିଗତ ଜୀବନରେ ଉତ୍‌ଥାନପତନ ମଧ୍ୟରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’ଙ୍କ କ୍ରିକେଟ କ୍ୟାରିୟରରେ ଆସିଛି ଏକ ବଡ଼ ମୋଡ଼। ଆଗାମୀ ରଣଜୀ ଟ୍ରଫିର ପ୍ରଥମ ମ୍ୟାଚ…

୨୦୨୭ ODI ବିଶ୍ୱକପ ପାଇଁ ଭାରତୀୟ ଟିମର ଅଧା ଅଂଶ କନଫର୍ମ! ଆକାଶ ଚୋପ୍ରା ବାଛିଛନ୍ତି ୬ ଖେଳାଳିଙ୍କ ନାମ

ନୂଆଦିଲ୍ଲୀ,୫।୧୦: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ଭାରତୀୟ ଦଳର ପ୍ରାୟ ଅଧା ଅଂଶ ବାସ୍ତବରେ ସ୍ଥିର ହୋଇସାରିଛି। ଆକାଶ ଚୋପ୍ରା ପ୍ରଥମ ଛଅଟି ବ୍ୟାଟିଂ ସ୍ଥାନ ପାଇଁ…

ସଞ୍ଜୁ ସାମସନଙ୍କ ଟାର୍ଗେଟରେ ସୁରେଶ ରାଇନା,ଏମ.ଏସ. ଧୋନି, କିନ୍ତୁ କାହିଁକି? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୫।୧୦: ୱେଷ୍ଟଇଣ୍ଡିଜ ବିପକ୍ଷରେ ଇତିହାସ ସୃଷ୍ଟି କରିବାର ସୁଯୋଗ ରହିଛି ଭାରତର ୱିକେଟ କିପର ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନଙ୍କ ନିକଟରେ। ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ…

‘ବିରାଟଙ୍କ ନମ୍ବର ତାଙ୍କୁ ମିଳିବା ଉଚିତ’, କୋହଲିଙ୍କ ପାଇଁ କିଏ ହେବେ ପରଫେକ୍ଟ ରିପ୍ଲେସମେଣ୍ଟ ପ୍ରକାଶ କଲେ ୱାସିମ ଜାଫର୍‌, ଚମକି ପଡ଼ିବେ…

ନୂଆଦିଲ୍ଲୀ,୫।୧୦: ପ୍ରାୟ ୧୫ ବର୍ଷ ଧରି, ଭାରତୀୟ ଦଳକୁ ODI କ୍ରିକେଟରେ ୩ ନମ୍ବର ସ୍ଥାନ ପାଇଁ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିନାହିଁ; ଏହାର ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?