Posted inଖେଳ

ଭାରତୀୟ ସୁରକ୍ଷା କର୍ମୀଙ୍କୁ ମ୍ୟାଚ୍‌ ବଲ ଦେଲେ ପାକିସ୍ତାନ କ୍ରିକେଟର

ଭିକ୍ଟୋରିଆ,୨୩।୧୨- ବିଗ୍‌ ବାଶ ଲିଗ୍‌ (ବିବିଏଲ)ରେ ମେଲବୋର୍ନ ଷ୍ଟାର୍ସ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ପାକିସ୍ତାନ ବାମହାତୀ ପେସର ହାରିସ ରଫ କ୍ରିକେଟ ପ୍ରଶଂସକଙ୍କ ମନ ଜିଣି ନେଇଛନ୍ତି। ମ୍ୟାଚ୍‌ରେ କାର୍ଯ୍ୟରତ ଭାରତୀୟ ସୁରକ୍ଷା କର୍ମଚାରୀଙ୍କୁ ମ୍ୟାଚ୍‌ ବଲ ପ୍ରଦାନ କରିଛନ୍ତି। ଦକ୍ଷିଣ ଆଫ୍ରିକୀୟ ପେସର ଡେଲ ଷ୍ଟେଇନ ଆହତ ହେବାରୁ ରଫଙ୍କୁ ଦଳରେ ସାମିଲ କରାଯାଇଛି। ଏଠାରେ ହାବର୍ଟ ହରିକେନ୍ସ ବିପକ୍ଷରେ ଅନୁଷ୍ଠିତ ମ୍ୟାଚ୍‌ରେ ସେ ୪ ଓଭର ବୋଲିଂ କରି ୨୭ ରନ୍‌ ଦେଇ ୫ ଉଇକେଟ ହାତେଇଥିଲେ। ତାଙ୍କ ଯୋଗୁ ହାବର୍ଟ ୧୧୧ ରନ୍‌ରେ ଅଲଆଉଟ୍‌ ହୋଇ ୫୨ରନ୍‌ରେ ପରାଜୟ ବରଣ କରିଥିଲା। ମ୍ୟାଚ୍‌ ଶେଷ ହେବା ପରେ ରଫ ଅଟୋଗ୍ରାଫ ସହ ମ୍ୟାଚ୍‌ ବଲକୁ ଭାରତୀୟ ସୁରକ୍ଷାକର୍ମୀଙ୍କୁ ପ୍ରଦାନ କରିଥିଲେ। ମୁଁ ଆଜି ଭାରତୀୟ ସୁରକ୍ଷାକର୍ମୀଙ୍କୁ ମ୍ୟାଚ୍‌ ବଲ ଦେଇଛି। ଗ୍ରାଉଣ୍ଡକୁ ଓହ୍ଲାଉଥିବାବେଳେ ତାଙ୍କୁ ମୁଁ ପାକିସ୍ତାନର ବୋଲି କହିଥିଲି। ଏହା ଶୁଣି ତାଙ୍କ ଆଖିରେ ଲୁହ ଆସିଯାଇଥିଲା। ସେ ମୋତେ ହଗ କରିନେଇଥିଲେ ବୋଲି ମ୍ୟାନ ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଥିବା ବୋଲର କହିଛନ୍ତି। ଉଲ୍ଲେଖଥାଉ କି, ରଫ ଏପର୍ଯ୍ୟନ୍ତ ଅନ୍ତର୍ଜାତୀୟ ସ୍ତରରେ ପଦାର୍ପଣ କରି ନାହାନ୍ତି। ଗତ ପାକିସ୍ତାନ ସୁପର ଲିଗ୍‌(ପିଏସ୍‌ଏଲ)ରେ ଭଲ ପ୍ରଦର୍ଶନ କରି ସଭିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

ସାବରିମାଲା ଦୁର୍ନୀତିର ବଡ଼ ପର୍ଦ୍ଦାଫାଶ

କୋଚି,୧ା୧: କେରଳ ହାଇକୋର୍ଟଙ୍କ ତରଫରୁ ସାବରିମାଲା ମନ୍ଦିରର ସୁନା ଚୋରି ଘଟଣାର ତଦନ୍ତ ଆରମ୍ଭ କରିଥିବା ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ମନ୍ଦିର ଗର୍ଭଗୃହର ଦ୍ୱରାପାଳକ...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

୨୦୨୬ରେ ଲେଖା ହେବ ମହାକାଶ ବିଜ୍ଞାନର ନୂଆ ଅଧ୍ୟାୟ: ଭାରତ, ଆମେରିକା ରଚିବେ ଇତିହାସ

ନୂଆଦିଲ୍ଲୀ,୧।୧: ୨୦୨୬ ବର୍ଷଟି ବିଶ୍ୱ ମହାକାଶ ଇତିହାସରେ ଏକ ନୂତନ ଯୁଗର ସୂତ୍ରପାତ କରିବାକୁ ଯାଉଛି। ଭାରତର ‘ଇସ୍ରୋ’ ଏବଂ ଆମେରିକାର ‘ନାସା’ ଦୁଇଟି ଭିନ୍ନ...

ନୂଆ ରେକର୍ଡ କଲା ନନ୍ଦନକାନନ: ବୁଲିଲେ ୪୦ ଲକ୍ଷ ପର୍ଯ୍ୟଟକ

ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri