Posted inଜାତୀୟ

ଭାରତୀୟ ସେନାର କଡ଼ା ଜବାବ: ୬ ପାକିସ୍ତାନୀ ଫରଓ୍ବାର୍ଡ ପୋଷ୍ଟ ଧ୍ୱଂସ

ଶ୍ରୀନଗର,୨୨।୨: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ଲାଗି ରହିଛି। ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ ଜାରି ରଖିଛି। ତେବେ ଭାରତୀୟ ସେନା ଏହାର କଡ଼ା ଜବାବ ଦେଇଛି। ଭାରତୀୟ ସେନାର ପାଲଟା ଆକ୍ରମଣରେ ୩ ଜଣ ପାକିସ୍ତାନୀ ସୈନ୍ୟଙ୍କ ମୃତ୍ୟୁ ଘଟିବା ସହିତ ୧୪ ଆହତ ହୋଇଛନ୍ତି। ଏଥିରେ ପାକିସ୍ତାନର ୬ଟି ଫରଓ୍ବାର୍ଡ ପୋଷ୍ଟ ଧ୍ୱଂସ ହୋଇଯାଇଥିବା କୁହାଯାଉଛି। ଗୁରୁବାର ନିୟନ୍ତ୍ରଣ ରେଖାରେ ହଠାତ୍‌ ପାକିସ୍ତାନ ଭାରତୀୟ ପୋଷ୍ଟଗୁଡ଼ିକୁ ଲକ୍ଷ୍ୟ କରି ମୋର୍ଟାର ଶେଲିଂ ମାଡ଼ କରିବା ଆରମ୍ଭ କରିଥିଲା। ଏଥିରେ ସୀମାବର୍ତ୍ତୀ ଗ୍ରାମବାସୀ ଭୟଭୀତ ହୋଇପଡ଼ିଥିଲେ। ଲୋକେ ଭୟରେ ଦୌଡ଼ି ବଙ୍କରକୁ ପଳାଇଥିଲେ। ସେହିପରି ଶୁକ୍ରବାର ମଧ୍ୟ ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଥିଲା। ଏହାପରେ ଭାରତୀୟ ସେନା ପକ୍ଷରୁ ଆକ୍ରମଣାତ୍ମକ ଆଭିମୁଖ୍ୟ ଗ୍ରହଣ କରାଯାଇଥିଲା। ଏଠାରେ ବରଫାପାତ ହେଉଥିବାରୁ ଏହାର ସୁଯୋଗ ନେଇ ପାକ୍‌ ଅଧିକୃତ କଶ୍ମୀରର ଲଞ୍ଚି ପ୍ୟାଡ୍‌ଗୁଡ଼ିକ ବେଶ୍‌ ସକ୍ରିୟ ହୋଇଉଠିଥିବା ଭାରତୀୟ ସେନା ପକ୍ଷରୁ କୁହାଯାଇଛି। ଅସ୍ତ୍ରବିରତିର ବାହାନା କରି ପାକିସ୍ତାନ ଭାରତରେ ଆତଙ୍କବାଦୀ ଅନୁପ୍ରବେଶ ଲାଗି ଉଦ୍ୟମ କରୁଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀରେ ଚଉମୁହାଣି ଫେରିଘାଟ ଦିଗହରା: ଚାଳକଙ୍କ ସାହସିକତା ଯୋଗୁ ଯାତ୍ରୀ…

ମହାକାଳପଡ଼ା,୩୦ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ବରକନ୍ଧା ପଞ୍ଚାୟତ ସଂଲଗ୍ନ ମହାନଦୀ ଅପର ପାର୍ଶ୍ୱରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ଝଡ଼ ପଶ୍ଚିମ ଉତ୍ତର…

ପ୍ରଧାନମନ୍ତ୍ରୀଙ୍କ ପରାମର୍ଶକୁ ଜିଲା ପ୍ରଶାସନର ଗୁରୁତ୍ୱ, ବିଭିନ୍ନ ପ୍ରକଳ୍ପର କାର୍ଯ୍ୟ ତ୍ୱରାନ୍ବିତ କରିବା ନେଇ ବିଡିଓଙ୍କୁ…

ଦାରିଙ୍ଗବାଡ଼ି,୩୦ା୫(ଅରୁଣ ସାହୁ): ମଧ୍ୟପ୍ରାଚୀ ଯୁଦ୍ଧ ପାଇଁ ଦେଶରେ ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସ ଭଳି ଅତ୍ୟାବଶ୍ୟକୀୟ ସାମଗ୍ରୀର ଘୋର ଅଭାବ ଦେଖାଯାଇଛି। ଏହି ସଙ୍କଟ ଆଗକୁ…

SIRର ଲକ୍ଷ୍ୟ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତ: ପ୍ରତି ଘରକୁ ୩ ଥର ଯିବେ ବିଏଲଓ

ଭଞ୍ଜନଗର,୩୦।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସଆଇଆର ଉପରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ ହୋଇଛି। ଏନେଇ ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରୁ ଶନିବାର ଏକ…

ରାଜପଥରୁ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ:ମାଡ଼ିବସିଲା ପୋଲିସ

ଧର୍ମଶାଳା,୩୦।୫(ଶିବ ପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ଥାନା ୧୬ ନମ୍ବର ଜାତୀୟ ରାଜପଥର ସାରୋଇ ନିକଟରେ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ କରୁଥିବାବେଳେ ଲୋକଙ୍କ ସହଯୋଗରେ ଲୁଟେରାକୁ…

କକ୍ରୋଚ ଜନତା ପାର୍ଟିକୁ ନେଇ ଆସିଲା RSSର ପ୍ରଥମ ପ୍ରତିକ୍ରିୟା: ‘ଜେନ Z’ ଆଶାବାଦୀ..

ନାଗପୁର,୩୦।୫: ‘କକ୍ରୋଚ ଜନତା ପାର୍ଟି’ ସମ୍ପର୍କରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। ଭାରତୀୟ ଗଣତନ୍ତ୍ର ସମସ୍ତ ସ୍ବର ଏବଂ ଭାବନାକୁ ଗ୍ରହଣ…

ଲୋପ ପାଇବାରେ ଲାଗିଛି ତାଳଗଛ: ବଢ଼ି ଚାଲିଛି ପ୍ରାକୃତିକ ବିପର୍ଯ୍ୟୟ

ପଦ୍ମପୁର,୩୦ା୫(ପ୍ରଦୀପ୍ତ ଦାଶ):କାହିଁ କେଉଁ କାଳରୁ ପ୍ରାକୃତିକ ବିପର୍ଯ୍ୟୟ ରୋକିବାରେ ତାଳଗଛର ଗୁରୁତ୍ୱ ଭୂମିକା ବହନ କରିଆସୁଛି। ବାତ୍ୟା ସମୟରେ ତାଳଗଛ ଭୟଙ୍କର ପବନ ଓ ବଜ୍ରପାତକୁ ବହୁ…

ଟାଣ ଖରାରେ ପିକଅପ ଭ୍ୟାନରେ ବୁହା ହେଉଛନ୍ତି ଲୋକେ: ଶୋଇଛି ପରିବହନ ବିଭାଗ

ଦାରିଙ୍ଗବାଡି,୩୦।୫(ଅରୁଣ ସାହୁ): ଏବେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନ ୧୦ଟାଠାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଜରୁରୀ କାମଧନ୍ଦା ନ ଥିଲେ ଲୋକ ଘରୁ…

ପୋଲିସ ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଆହତ, ସହଯୋଗୀ ଫେରାର

ଝାରସୁଗୁଡ଼ା, ୩୦।୫(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା ଅଞ୍ଚଳରେ ଝାରସୁଗୁଡା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ। ରେଙ୍ଗାଲି ଥାନା ଅନ୍ତର୍ଗତ କଦମଘାଟ ମା’ ଘଣ୍ଟେଶ୍ୱରୀ ମନ୍ଦିର ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri