Posted inଖେଳ

ଭାରତୀୟ ହକି ଦଳର ବିଜୟଧାରା ଜାରି

ଆଣ୍ଟରେପ (ବେଲଜିୟମ),୩୦।୯(ପି.ଟି.)- ବେଲଜିୟମ ଗସ୍ତରେ ଯାଇଥିବା ଭାରତୀୟ ପୁରୁଷ ହକି ଦଳ ଦମ୍‌ଦାର ପ୍ରଦର୍ଶନ କରି ବିଜୟଧାରା ଅବ୍ୟାହତ ରଖିଛି। ରବିବାର ଅନୁଷ୍ଠିତ ତୃତୀୟ ମ୍ୟାଚ୍‌ରେ ଭାରତ ୫-୧ ଗୋଲରେ ସ୍ପେନ୍‌କୁ ହରାଇଛି। ଏଥିସହ ସ୍ପେନ୍‌ ବିପକ୍ଷରେ ଭାରତ କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି। ଶନିବାର ଭାରତ ସ୍ପେନ୍‌କୁ ୬-୧ ଗୋଲରେ ହରାଇଥିଲା। ବିଶ୍ୱର ୫ ନମ୍ବର ଦଳ ଭାରତ ହରମନପ୍ରୀତ ସିଂଙ୍କ ଡବଲ୍‌ ଗୋଲ ଜରିଆରେ ଏହି ସହଜ ବିଜୟ ହାସଲ କରିଛି।
ତେବେ ଆରମ୍ଭରୁ ଭାରତ ସେତେଟା ପ୍ରଭାବୀ ପ୍ରଦର୍ଶନ କରି ନ ଥିଲା। କାରଣ ଭାରତ ମ୍ୟାଚ୍‌ ତୃତୀୟ ମିନିଟ୍‌ରେ ହିଁ ଗୋଲ ବରଣ କରିଥିଲା। ବିଶ୍ୱର ୮ ନମ୍ବର ଦଳ ସ୍ପେନ୍‌ ତରଫରୁ ଇଗ୍ଲେସିଆସ୍‌ ଅଲଭାରୋ ପ୍ରଥମ ଗୋଲ ଦେଇ ଦଳକୁ ୧-୦ରେ ଅଗ୍ରଣୀ କରାଇଥିଲେ। ତେବେ ପ୍ରଥମ ଦୁଇଟି ମ୍ୟାଚ୍‌ରେ ବିଜୟୀ ହୋଇଥିବାରୁ ଭାରତର ଆତ୍ମ ବିଶ୍ୱାସ ବେଶ୍‌ ଉଚ୍ଚରେ ଥିଲା। ତେଣୁ ଭାରତ ସଫଳ ପ୍ରତ୍ୟାବର୍ତ୍ତନ କରିଥିଲା। ପଞ୍ଚମ ମିନିଟ୍‌ରେ ଆକାଶଦୀପ ସିଂ ଏକ ଫିଲ୍ଡ ଗୋଲ ଦେଇ ମ୍ୟାଚ୍‌କୁ ୧-୧ ସମାନସ୍ତରକୁ ଆଣିଥିଲେ। ଏହାପରେ ଭାରତ ପଛକୁ ଫେରି ଚାହିଁ ନ ଥିଲା। ଏହାପରେ ଦ୍ୱିତୀୟ କ୍ୱାର୍ଟରରେ ଏସ୍‌ଭି ସୁନୀଲ ଏକ ସୁନ୍ଦର ଗୋଲ ଦେଇଥିଲେ ଓ ଭାରତ ପ୍ରଥମାର୍ଦ୍ଧ ସୁଧା ୨-୧ରେ ଅଗ୍ରଣୀ ହୋଇଥିଲା। ତୃତୀୟ କ୍ୱାର୍ଟରରେ ଭାରତ ଦମ୍‌ଦାର ପ୍ରଦର୍ଶନ କରିଥିଲା। ୩୫ତମ ମିନିଟରେ ଫରଓ୍ବାର୍ଡ ରମନଦୀପ ସିଂ ଭାରତ ପାଇଁ ତୃତୀୟ ଗୋଲ ସ୍କୋର କରିଥିଲେ। ଏହାପରେ ୪୧ତମ ମିନିଟ୍‌ରେ ଡ୍ରାଗ ଫ୍ଲିକର ହରମନପ୍ରୀତ ସିଂ ଏକ ପେନାଲ୍ଟି କର୍ନରକୁ ଗୋଲରେ ପରିଣତ କରି ଭାରତକୁ ୪-୧ ଗୋଲରେ ଅଗ୍ରଣୀ କରାଇଥିଲେ। ଅନ୍ତିମ କ୍ୱାର୍ଟରରେ ଭାରତ କୁଇକ୍‌ ପାସ୍‌ ଦେଇ ଦ୍ରୁତ ଗତିରେ ଖେଳିଥିଲା। ହରମନପ୍ରୀତ ସିଂ ଦଳ ତରଫରୁ ପଞ୍ଚମ ଗୋଲ ଦେଇଥିଲେ। ସେ ପେନାଲ୍ଟି କର୍ନର ମାଧ୍ୟମରେ ଏହି ଗୋଲ ଦେଇଥିଲେ। ଭାରତୀୟ ଡିଫେଣ୍ଡର୍ସଙ୍କୁ ସ୍ପେନ୍‌ ଆଦୌ ସମସ୍ୟାରେ ପକାଇବାକୁ ସକ୍ଷମ ହୋଇ ନ ଥିଲା। ଶେଷରେ ଭାରତ ୫-୧ ଗୋଲ ବ୍ୟବଧାନରେ ବିଜୟୀ ହୋଇଥିଲା। ଭାରତ ଏବେ ମଙ୍ଗଳବାର ଚତୁର୍ଥ ମ୍ୟାଚ୍‌ରେ ବିଶ୍ୱର ୨ ନମ୍ବର ଦଳ ବେଲଜିୟମକୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀ ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ୧୬ଟି ମେଟ୍ରୋ ଷ୍ଟେଶନକୁ ବନ୍ଦ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri