‘ଭାରତ-ଆମେରିକା ବ୍ୟବସାୟିକ ସମ୍ପର୍କକୁ ମଜଭୁତ କରିଛି ଉର୍ଜା’

ଭୁବନେଶ୍ୱର, ୨୨ା୧୦(ବ୍ୟୁରୋ): ଭାରତ-ଆମେରିକା ଦ୍ୱିପାକ୍ଷିକ ବାଣିଜି୍ୟକ ସମ୍ବନ୍ଧକୁ ମଜଭୁତ କରିବାରେ ଉର୍ଜା କ୍ଷେତ୍ର ପ୍ରମୁଖ ଭୂମିକା ଗ୍ରହଣ କରିଛି। ସୋମବାର ନୂଆଦିଲ୍ଲୀଠାରେ ଆୟୋଜିତ ଭାରତ-ଆମେରିକା ରଣନୈତିକ ସହଯୋଗୀ ଫୋରମ(ୟୁଏସ୍‌ଆଇ୍‌ଏସ୍‌ପିଏଫ୍‌ର)ର ବାର୍ଷିକ ନେତୃତ୍ୱ ସମ୍ମିଳନୀରେ ଆମେରିକାର ରାଷ୍ଟ୍ରଦୂତଙ୍କ ସହ ସାର୍ବଜନୀନ ଆଲୋଚନା ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହା କହିଛନ୍ତି। ଆମେରିକାର ରାଷ୍ଟ୍ରଦୂତ ଟିମ୍‌ ରୋଏମର୍‌ଙ୍କ ସହ ସାକ୍ଷାତ୍‌କାର ସମୟରେ ବିଭିନ୍ନ ପ୍ରଶ୍ନର ଉତ୍ତରରେ ଧର୍ମେନ୍ଦ୍ର କହିଛନ୍ତି, ଭାରତ ଓ ଆମେରିକା ମଧ୍ୟରେ ରଣନୈତିକ ଉର୍ଜା ସହଯୋଗ କାରଣରୁ ଗତ ତିନି ବର୍ଷରେ ଅଭୁତପୂର୍ବ ପରିବର୍ତ୍ତନ ହୋଇଛି। ଭାରତ ଓ ଆମେରିକା ମଧ୍ୟରେ ପାରସ୍ପରିକ ବାଣିଜି୍ୟକ ବ୍ୟବସାୟ ୨୦୧୪ ପରେ କ୍ରମାଗତ ଭାବେ ବଢିଚାଲିଛି। ଏ ଦିଗରେ ଉର୍ଜା ପ୍ରମୁଖ ଭୂମିକା ଗ୍ରହଣ କରିଛି। ଭାରତ ଆମେରିକା ଠାରୁ ୨୦୧୮-୧୯ ଆର୍ଥିକ ବର୍ଷରେ ୩.୫୮ ବିଲିୟନ ଆମେରିକୀୟ ଡଲାରର ଅଶୋଧିତ ତୈଳ ଆମଦାନୀ କରିଛି। ଏହି ମର୍ମରେ ଭାରତ ଆମେରିକାଠାରୁ ମୋଟ ୭.୨ ବିଲିୟନ ଆମେରିକୀୟ ଡଲାରର ଏଲ୍‌ଏନ୍‌ଜି ସମେତ ପେଟ୍ରୋଲିୟମ ଉପତ୍ାଦ ଆମଦାନୀ କରିଛି।
ଧର୍ମେନ୍ଦ୍ର ଆହୁରି କହିଛନ୍ତି, ଅଶୋଧିତ ତୈଳ ଉପତ୍ାଦନ କରିବା ଦିଗରେ ଆମେରିକା ପ୍ରମୁଖ ୧୦ ଦେଶ ତାଲିକାରେ ରହିପାରିଛି। ଏଲ୍‌ଏନ୍‌ଜି ଉପତ୍ାଦନ କ୍ଷେତ୍ରରେ ମଧ୍ୟ ଆମେରିକା ପ୍ରମୁଖ ଭୂମିକା ଗ୍ରହଣ କରିଛି। ଭାରତୀୟ କମ୍ପାନୀଗୁଡିକ ପ୍ରଥମରୁ ଆମେରିକାର ତୈଳ ଏବଂ ଗ୍ୟାସ୍‌ ଆସେଟ୍‌ଗୁଡିକରେ ପୁଞ୍ଜି ନିବେଶ କରୁଛନ୍ତି। ଆମେରିକା ପାଇଁ ବର୍ତ୍ତମାନ ଭାରତ ବିଶ୍ୱରେ ଚତୁର୍ଥ ସର୍ବବୃହତକାରୀ ଅଶୋଧିତ ତୈଳ ଆମଦାନିକାରୀ ଦେଶ। ଅନ୍ୟପଟେ ଏଲ୍‌ଏନ୍‌ଜି କ୍ଷେତ୍ରରେ ତୃତୀୟ ସର୍ବବୃହତକାରୀ ଦେଶଭାବେ ରହିଛି। ଚଳିତବର୍ଷ ଭାରତ ପ୍ରାୟ ୪.୫ ବିଲିୟନ ଆମେରିକୀୟ ଡଲାରର ତୈଳ ଏବଂ ଗ୍ୟାସ ଆମଦାନୀ କରିବ। ତୈଳ କମ୍ପାନୀଗୁଡିକ ଉପରେ ଆକ୍ରମଣ ଓ ଅଣ-ଜଳବାୟୁ ପରିବର୍ତ୍ତନ ସମ୍ପ୍ରତି ତୈଳ ଏବଂ ଗ୍ୟାସର ବିକାଶ ଦିଗରେ ବିଶ୍ୱ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ତେବେ ଏହି ସମୟରେ ଭାରତ ଆଗାମୀ ଦିନରେ ଉର୍ଜା ପ୍ରମୁଖ ଭୂମିକା ଗ୍ରହଣ କରିବ। କାରଣ ଏବେ ଭାରତ ବିଶ୍ୱ ଅର୍ଥନୀତି ବ୍ୟବସ୍ଥାରେ ଦ୍ରୁତ ବୃଦ୍ଧି ପରିଲକ୍ଷିତ ହୋଇଛି। ଆମେରିକା ଓ ଚାଇନା ପରେ ଭାରତ ବିଶ୍ୱର ତୃତୀୟ ବୃହତ୍‌ ଉର୍ଜା ବ୍ୟବହାରକାରୀ ରାଷ୍ଟ୍ର ହୋଇପାରିଛି। ୨୦୨୦ ମଧ୍ୟଭାଗ ସୁଦ୍ଧା ଭାରତ ଉର୍ଜା ବଜାରୀକରଣରେ ଚାଇନାଠାରୁ ଟପିବ ବୋଲି ଆକଳନ କରାଯାଇଛି। ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନାରେ ୮ କୋଟି ଗରିବ ମହିଳାଙ୍କ ଜୀବନଶୈଳୀକୁ ପରିବର୍ତ୍ତନ କରାଯାଇପାରିଛି। ଅପରପକ୍ଷରେ ଭାରତ ଆମେରିକା ମଧ୍ୟରେ ଉର୍ଜା ସହଯୋଗକୁ ମଜଭୁତ୍‌ କରିବାରେ ଏଲ୍‌ଏନ୍‌ଜି ମୁଖ୍ୟ ଭୂମିକା ନେବାର ପ୍ରତିଶ୍ରୁତି ରଖିଛି ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପେନଶନଭୋଗୀଙ୍କ ପାଇଁ ବଡ଼ ଖବର, UPI ରେ ଟଙ୍କା ଖର୍ଚ୍ଚ କରୁଥିଲେ…

ନୂଆଦିଲ୍‌ଲୀ,୨୦।୯: ପେନଶନ ଫଣ୍ଡ ନିୟାମକ ଏବଂ ବିକାଶ ପ୍ରାଧିକରଣ (PFRDA) କହିଛି ଯେ, ଇ-ଶ୍ରମ (e-Shram) ଡାଟାବେସରେ ପଞ୍ଜୀକୃତ ହୋଇଥିବା ଅସଂଗଠିତ କ୍ଷେତ୍ରର କର୍ମଚାରୀମାନେ ଖୁବ ଶୀଘ୍ର…

ରେଙ୍ଗାଲିରେ ଏନକାଉଣ୍ଟର: କୋଡିନ୍‌ କଫ୍‌ସିରପ୍‌ ଚାଲାଣକାରୀଙ୍କୁ….

ସମ୍ବଲପୁର, ୨୦।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ନିଶା କାରବାର ବିରୋଧରେ ପୋଲିସର ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଦେଖିବାକୁ ମିଳିଛି। ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ଅନ୍ତର୍ଗତ ରେଙ୍ଗାଲି ଥାନା…

ଏହି ୭ ପ୍ରକାରର UPI ପେମେଣ୍ଟ୍‌ ଉପରେ କୌଣସି ଚାର୍ଜ ଲାଗିବ ନାହିଁ; ଜାଣନ୍ତୁ କ’ଣ?

ନୂଆଦିଲ୍ଲୀ,୨୦ା୯: UPI ବ୍ୟବହାର କରୁଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ୧୫ ଅକ୍ଟୋବର, ୨୦୨୬ ଠାରୁ, ଏକ ନୂତନ ବାଣିଜ୍ୟ ରିହାତି ହାର (MDR) ଢାଞ୍ଚା କିଛି…

ସିମନବାଡ଼ି ସବ୍‌ଷ୍ଟେସନ କାର୍ଯ୍ୟ ଶେଷକୁ ବିତିଲା ଦୀର୍ଘଦିନ : ଲୋକଙ୍କୁ ମିଳୁନି ସେବା, ବିଭାଗର ଅହେତୁକ ବିଳମ୍ବକୁ ନେଇ ବଢ଼ୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି, ୨୦/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଦୀର୍ଘଦିନ ହେଲା ୩୩/୧୧ କେଭି ବିଦ୍ୟୁତ ସବ୍‌ଷ୍ଟେସନ ସ୍ଥାପନ କାର୍ଯ୍ୟ ଶେଷ ହୋଇସାରିଛି। ହେଲେ…

ଭାରତରେ ପ୍ରବେଶ କରିବ ଆପଲ ପେ’

ନୂଆଦିଲ୍ଲୀ,୨୦ା୯: ଭାରତରେ ସର୍ୱାଧିକ ପ୍ରଚଳିତ ୟୁପିଆଇ ପେମେଣ୍ଟ ବ୍ୟବସ୍ଥା ଫୋନ୍‌ ପେ’ ଭଳି ଆମେରିକାରେ ଆପଲ ପେ’ ମଧ୍ୟ ଗ୍ରାହକ ମହଲରେ ବେଶ୍‌ ପରିଚିତ। ତେବେ ଆମେରିକାରେ…

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

ବୁଧ-ଗୁରୁଙ୍କ ଯୁତିରେ ୪ ରାଶିଙ୍କ ଫିଟିବ ଭାଗ୍ୟ, ଟଙ୍କାରେ ଭରିଯିବ ସିନ୍ଦୁକ, ଚାକିରିରେ ବଡ଼ ପଦବୀ…

ବୈଦିକ ଜ୍ୟୋତିଷରେ ବୁଧ ଏବଂ ବୃହସ୍ପତି (ଗୁରୁ) ଉଭୟ ଅତ୍ୟନ୍ତ ଶୁଭ ଗ୍ରହ, କାରଣ ଶୁକ୍ରଙ୍କ ତୁଳନାରେ ଏମାନଙ୍କ ମଧ୍ୟରେ ଦେବତ୍ୱ ରହିଛି। ଯେତେବେଳେ ବୁଧ-ଗୁରୁଙ୍କ ଯୁତି,…

ବିଫଳତାର ସ୍ମାରକୀ

ଚଳିତ ମାସରୁ ୱାଶିଂଟନ ଡିସିରେ ଡୋନାଲ୍ଡ ଟ୍ରମ୍ପ୍‌ ଏକ ତୋରଣାକୃତି ବିଜୟ ସ୍ମାରକୀ କାମ ଆରମ୍ଭ କରିବାକୁ ଯାଉଛନ୍ତି। ପ୍ୟାରିସ୍‌ର ‘ଆର୍କ ଡି ଟ୍ରାୟୋମ୍ଫ’ ଢାଞ୍ଚାରେ ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?