Posted inଜାତୀୟ

ଭାରତ ଆସି ପାରନ୍ତି ଇମ୍ରାନ୍‌: ନିମନ୍ତ୍ରଣ ଦେବେ ମୋଦି ସରକାର !

ନୂଆଦିଲ୍ଲୀ,୧୫।୧: ଚଳିତ ବର୍ଷ ଶେଷରେ ଭାରତରେ ସାଙ୍ଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ଶିଖର ସମ୍ମିଳନୀ ଅନୁଷ୍ଠିତ ହେବ। ଭାରତ ସମେତ ପାକିସ୍ତାନ, ଚାଇନା, କାଜାକସ୍ତାନ, କିରଗିଜ୍‌ସ୍ତାନ,ରୁଷିଆ, ତାଜକ୍‌ସ୍ତାନ ଏବଂ ଉଜ୍‌ବେକିସ୍ତାନ ଆଦି ୮ଟି ରାଷ୍ଟ୍ର ଏହାର ସଦସ୍ୟ ରହିଛନ୍ତି। ପାକିସ୍ତାନ ଏହାର ସଦସ୍ୟ ରାଷ୍ଟ୍ର ହୋଇଥିବାରୁ ଭାରତ ପକ୍ଷରୁ ଔପଚାରିକତା ଦୃଷ୍ଟିରୁ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କୁ ନିମନ୍ତ୍ରଣ କରାଯିବ। ଏହି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଇମ୍ରାନ୍‌ ମୁହାଁମୁହିଁ ହେବାର ସମ୍ଭାବନା ରହିଛି। ତେବେ ପାକିସ୍ତାନ ପକ୍ଷରୁ କିଏ ସମ୍ମିଳନୀରେ ଯୋଗଦେବ ତାହା ସେତେବେଳେ ହିଁ ଜଣାପଡ଼ିବ। ସୂଚନାଯୋଗ୍ୟ, ଆତଙ୍କବାଦ ରୋକିବା ତଥା ଆର୍ଥିକ ସହଯୋଗ ବୃଦ୍ଧି ପାଇଁ ୨୦୦୧ରେ ଏସ୍‌ସିଓର ସ୍ଥାପନା ଚାଇନା, କାଜାକସ୍ତାନ, କିରଗିଜ୍‌ସ୍ତାନ,ରୁଷିଆ, ତାଜକ୍‌ସ୍ତାନ ଏବଂ ଉଜ୍‌ବେକିସ୍ତାନ ଦ୍ୱାରା କରାଯାଇଥିଲା। ୨୦୧୭ରେ ଭାରତ ଏବଂ ପାକିସ୍ତାନର ଏଥିରେ ସାମିଲ୍‌ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

‘ଦେଶବାସୀଙ୍କୁ Slow Poison ଦେଉଛନ୍ତି ସରକାର’

ନୂଆଦିଲ୍ଲୀ,୨୪। ୫: ଦେଶରେ କ୍ରମାଗତ ଭାବେ ବଢ଼ୁଥିବା ପେଟ୍ରୋଲ ଏବଂ ଡିଜେଲ ଦରକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ଆମ ଆଦମୀ ପାର୍ଟି (AAP)ର ଜାତୀୟ…

ମଦ୍ୟପ ପୁଅର ଉନ୍ମକ୍ତ କାଣ୍ଡ, ନିଶାଶକ୍ତ ଅବସ୍ଥାରେ ମା’କୁ ପିଟିପିଟି ମାରିଦେଲେ

ରାଜକନିକା,୨୪।୫(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅଞ୍ଚଳ ବଳରାମପୁର ପଞ୍ଚାୟତ ପାତୁଳି ଗାଁରେ ଶନିବାର ବିଳମ୍ଵିତ ରାତ୍ରିରେ ଘଟିଯାଇଛି ଏକ ଦୁଃଖଦ ଘଟଣା ।…

ଗୋପାଳପୁର ବନ୍ଦର କର୍ମଚାରୀ ସଂଘର ସୁପରିଚାଳନା ପାଇଁ ନୂଆ କର୍ମକର୍ତ୍ତା ଚୟନ: ସଭାପତି ହେଲେ…

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଗୋପାଳପୁର ବନ୍ଦର କର୍ମଚାରୀ ସଂଘର ସୁପରିଚାଳନା ନିମନ୍ତେ ଚଳିତବର୍ଷର ସଭ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ରବିବାର କଣମଣାସ୍ଥିତ ବାତ୍ୟା ଆଶ୍ରୟସ୍ଥଳୀଠାରେ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri