Posted inଜାତୀୟ

ଭାରତ ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ସାମରିକ ବାହିନୀ ତିଆରି କରୁଛି ଆଇଏସ୍‌ଆଇ: ଦାଉଦ୍‌ ଇବ୍ରାହିମ୍‌ଙ୍କୁ ମିଳିଛି ଅସ୍ତ୍ରଶସ୍ତ୍ର ଯୋଗାଇବା ଠିକା

ନୂଆଦିଲ୍ଲୀ,୨୩।୯: ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନୀ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଷଡ଼ଯନ୍ତ୍ର ରଚିଛି। ଏଥିପାଇଁ ଏକ ସାମରିକ ବାହିନୀ ମଧ୍ୟ ଗଠନ କରାଯିବାର ଯୋଜନା କରାଯାଇଛି। ଏହି ସାମରିକ ବାହିନୀ ଳାଗି ଆବଶ୍ୟକ ଅସ୍ତ୍ରଶସ୍ତ୍ର ଯୋଗାଇବା ଲାଗି ଅଣ୍ଡରଓ୍ବାଲ୍ଡ୍‌ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ଙ୍କୁ ଠିକା ମିଳିଛି। ଭାରତରେ ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଇବା ଦାୟିତ୍ୱ ଜୈଶ୍‌-ଇ-ମହମ୍ମଦ ମୁଖ୍ୟ ସମୁଦ୍‌ ଅସଗର ତାଙ୍କ ଭାଇ ରଉଫ୍‌ ମହମ୍ମଦ ଅସଗରଙ୍କୁ ଦିଆଯାଇଛି ବୋଲି ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ଏନେଇ ଏକ ରିପୋର୍ଟ ପ୍ରକାଶ ପାଇଛି। କେରନ୍‌ ଏବଂ କରଓ୍ବା ସେକ୍ଟର ପଟୁ ଭାରତରେ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ଆଇଏସ୍‌ଆଇ ଯୋଜନା କରିଛି। ଏହି ଆତଙ୍କବାଦୀ ଦଳରେ ଲଶ୍କର-ଇ-ତୋଏବାର ୨୮ ଜଣ ସଦସ୍ୟ ଥିବାବେଳେ ହିଜିବୁଲ୍‌ ମୁଜାହିଦ୍ଦିନ୍‌ର ୧୨ , ଜୈଶ୍‌-ଇ-ମହମ୍ମଦ୍‌ର ୧୫ ଏବଂ ୧୫ ଜଣ ଆଫଗାନୀସ୍ତାନ ଆତଙ୍କବାଦୀ ରହିଛନ୍ତି। ଆତଙ୍କବାଦୀଙ୍କୁ ପଞ୍ଜାବ ଏବଂ ରାଜସ୍ଥାନ ପଟୁ ଭାରତରେ ଅନୁପ୍ରବେଶ କରାଇବା ଲାଗି ବ୍ଲୁପ୍ରିଣ୍ଟ୍‌ ପ୍ରସ୍ତୁତ କରାଯାଇଛି। ମାଛିଲ୍‌ ଏବଂ ଗୁରେଜ୍‌ ସେକ୍ଟର ଦେଇ ସେମାନଙ୍କୁ ଭାରତ ଭିତରକୁ ଅଣାଯିବା ଲାଗି ଉଦ୍ୟମ ହେଉଛି। ୧୫ ଜଣ ଆତଙ୍କବାଦୀଙ୍କୁ ଏନେଇ ହିନ୍ଦୀ ଭାଷାର କୋଚିଂ ମଧ୍ୟ ଦିଆଯାଇଥିବା ଗୋଇନ୍ଦା ରିପୋର୍ଟରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇ ସହ ସାଙ୍ଗ ହୋଇ ଭଉଣୀଙ୍କୁ କଲେ ପ୍ରେମ: ମା’ ଶୋଇଥିବା ବେଳେ ଯୁବତୀଙ୍କୁ ଡାକିନେଇ…

ଦିଗପହଣ୍ଡି,୧୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅଧୀନ ଏକ ଗାଁରୁ ଜଣେ ୨୧ ବର୍ଷୀୟା ଯୁବତୀ ଆକସ୍ମିକ ଭାବେ ଘରୁ ନିଖୋଜ ହୋଇଯାଇଥିବା ଅଭିଯୋଗ…

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

ସ୍କୁଲ-କଲେଜ ଛୁଟି ଘୋଷଣା

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ବଢ଼ି ଚାଲିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଗତ ୪ ଦିନ ହେବ ଜିଲାରେ ପ୍ରାୟ ୪୧ରୁ ୪୨ ଡିଗ୍ରୀ ଉପରେ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri