Posted inଖେଳ

ଭାରତ-ଏ’ର ସିରିଜ କ୍ଲିନ୍‌ସୁଇପ୍‌

ବେଙ୍ଗାଲୁରୁ, ୩।୬- ହୁବ୍‌ଲୀସ୍ଥିତ ନେହେରୁ ଷ୍ଟାଡିୟମରେ ଅନୁଷ୍ଠିତ ୨ୟ ଅନ୍‌ଅଫିସିଆଲ ଟେଷ୍ଟ ମ୍ୟାଚ୍‌ରେ ଭାରତ-ଏ ୧୫୨ ରନରେ ଭ୍ରମଣକାରୀ ଶ୍ରୀଲଙ୍କା-ଏ’କୁ ପରାସ୍ତ କରିଛି। ଏଥିସହ ପ୍ରିୟଙ୍କ ପଞ୍ଚଲଙ୍କ ନେତୃତ୍ୱାଧୀନ ଭାରତ-ଏ ଦୁଇ ମ୍ୟାଚ୍‌ବିଶିଷ୍ଟ ଅନ୍‌ଅଫିସିଆଲ ଟେଷ୍ଟ ମ୍ୟାଚ୍‌କୁ ୨-୦ରେ କ୍ଲିନ୍‌ସୁଇପ୍‌ କରିଛି। ପୂର୍ବରୁ ସିରିଜର ପ୍ରଥମ ମ୍ୟାଚ୍‌ରେ ଭାରତ ଏକ ଇନିଂସ ଓ ୨୨୫ ରନରେ ବିଜୟ ଲାଭ କରିଥିଲା। ଦୁଇ ଦଳ ମଧ୍ୟରେ ୫ ମ୍ୟାଚ୍‌ବିଶିଷ୍ଟ ଅନ୍‌ଅଫିସିଆଲ ଦିନିକିଆ ସିରିଜ ଜୁନ୍‌ ୬ରୁ ଏଠାରେ ଆରମ୍ଭ ହେବ।
ପକ୍ଷରୁ ଧାର୍ଯ୍ୟ ୪୩୦ ରନର କଷ୍ଟସାଧ୍ୟ ଲକ୍ଷ୍ୟକୁ ପିଛା କରି ଶ୍ରୀଲଙ୍କା-ଏ ରବିବାର ୩ୟ ଦିବସ ଶେଷ ସୁଦ୍ଧା ୭ ଉଇକେଟ୍‌ ବିନିମୟରେ ୨୧୦ ରନ ସଂଗ୍ରହ କରିଥିଲା। ଅନ୍ତିମ ଦିବସରେ ସୋମବାର ବିଜୟ ପାଇଁ ଶ୍ରୀଲଙ୍କା-ଏ’କୁ ୩ ଉଇକେଟ୍‌ରେ ଆହୁରି ୨୨୦ ରନ୍‌ ଆବଶ୍ୟକ ହେଉଥିଲା। ଶ୍ରୀଲଙ୍କା ୬୬ ରନରେ ବଳକା ୩ ଉଇକେଟ୍‌ ହରାଇ ୨୭୭ ରନରେ ଅଲ୍‌ଆଉଟ୍‌ ହୋଇଥିଲା। ଏକମାତ୍ର ସଫଳତ ବ୍ୟାଟ୍ସମ୍ୟାନ ଭାବେ ଭ୍ରମଣକାରୀ ଦଳ ପକ୍ଷରୁ ଭାନୁକା ରାଜପକସା ସର୍ବାଧିକ ୧୧୦ ରନ୍‌ କରିଥିଲେ। ଭାରତ ପକ୍ଷରୁ ରାହୁଲ ଚହରଙ୍କୁ ୫ଟି ଉଇକେଟ୍‌ ମିଳିଥିଲା। ପୂର୍ବରୁ ଭାରତ-ଏ ପ୍ରଥମ ଇନିଂସରେ ୨୬୯ ରନ କରିଥିବାବେଳେ ଶ୍ରୀଲଙ୍କା-ଏ ୨୧୨ ରନରେ ଅଲ୍‌ଆଉଟ୍‌ ହୋଇଥିଲା। ସେହିଭଳି ୨ୟ ଇନିଂସରେ ଭାରତ-ଏ ୩୭୨ ରନ କରିଥିଲା। ମ୍ୟାଚ୍‌ର ଉଭୟ ଇନିଂସରେ ଯଥାକ୍ରମେ ୧୧୭ ଓ ୬୦ ରନ କରିଥିବା ଉଇକେଟ୍‌କିପର ଶ୍ରୀକର ଭରତ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ପୁରସ୍କାର ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri