Posted inଖେଳ

ଭାରତ ଏ’ ପାଇଁ ଖେଳିବେ ଧାଓ୍ବନ

ନୂଆଦିଲ୍ଲୀ,୩୧।୮(ପି.ଟି.)- ଖରାପ ଫର୍ମ ଦେଇ ଗତି କରୁଥିବା ଅଭିଜ୍ଞ ଭାରତୀୟ ଓପନର ଶିଖର ଧାଓ୍ବନ ଭାରତ ଏ’ ପାଇଁ ଖେଳିବେ। ଫର୍ମ ଫେରିପାଇବା ପାଇଁ ସେ ଦକ୍ଷିଣ ଆଫ୍ରିକା ଏ’ ବିପକ୍ଷ ଦୁଇଟି ଅନ୍‌ଅଫିସିଆଲ ଦିନିକିଆ ମ୍ୟାଚ୍‌ରେ ଭାରତ ଏ’ ତରଫରୁ ପ୍ରତିନିଧିତ୍ୱ କରିବେ। ଗତ ଓ୍ବେଷ୍ଟଇଣ୍ଡିଜ ଗସ୍ତରେ ସେ ସୀମିତ ଓଭର ସିରିଜ୍‌ରେ ଆଶାନୁରୂପ ପ୍ରଦର୍ଶନ କରିପାରି ନ ଥିଲେ। ସେ ୩ଟି ଟି୨୦ ଓ ୨ଟି ଦିନିକିଆ ଖେଳି ମୋଟ ଉପରେ ୬୫ ରନ କରିବାକୁ ସକ୍ଷମ ହୋଇଥିଲେ। ୩ଟି ଟି୨୦ ମ୍ୟାଚ୍‌ରେ ସେ ୧, ୨୩ ଓ ୩ ରନ ସଂଗ୍ରହ କରିଥିଲେ। ସେହିପରି ଦୁଇଟି ଦିନିକିଆରେ ସେ ୨ ଓ ୩୬ ରନ ସଂଗ୍ରହ କରିଥିଲେ। ତେଣୁ ଫର୍ମ ଫେରିପାଇବା ପାଇଁ ତାଙ୍କୁ ସିନିୟର ଚୟନକର୍ତ୍ତାମାନେ ଭାରତ ଏ’ ଦଳରେ ସାମିଲ କରିଛନ୍ତି ବୋଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ତରଫରୁ କୁହାଯାଇଛି।
ତେବେ ତାମିଲନାଡୁ ଅଲରାଉଣ୍ଡର ବିଜୟ ଶଙ୍କର ବୁଢ଼ା ଆଙ୍ଗୁଠିରେ ଆଘାତ ପାଇଥିବା କାରଣରୁ ଏହି ଏ’ ସିରିଜରୁ ବାଦ୍‌ ପଡିଛନ୍ତି। ଇଂଲଣ୍ଡ ଅନୁଷ୍ଠିତ ବିଶ୍ୱକପ୍‌ ମଝିରେ ଇଞ୍ଜୁରି କାରଣରୁ ତାଙ୍କୁ ସ୍ବଦେଶ ଫେରିବାକୁ ପଡିଥିଲା। ତେବେ ସେ କିଛିଦିନ ତଳେ ଖେଳାଯାଇଥିବା ତାମିଲନାଡୁ ପ୍ରିମିୟର ଲିଗ୍‌ (ଟିଏନ୍‌ପିଏଲ)କୁ ପ୍ରତ୍ୟାବର୍ତ୍ତନ କରିଥିଲେ ମଧ୍ୟ ପୁଣି ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇସ୍ତଫା ଦେଲେ ମିଶ୍‌ବା-ଉଲ-ହକ୍‌, କାହିକି ଜାଣନ୍ତୁ…

କରାଚି,୧ା୯: ଇଂଲଣ୍ଡ ଟୁର୍‌ରେ ପ୍ରଥମ ଦୁଇ ଟେଷ୍ଟରେ ଶୋଚନୀୟ ପରାଜୟ ପରେ ପାକିସ୍ତାନ କ୍ରିକେଟ୍‌ରେ ଆମୂଳଚୂଳ ପରିବର୍ତ୍ତନ ଜାରି ରହିଛି। ଦଳର ୭ ଖେଳାଳିଙ୍କୁ ସ୍ବଦେଶ ପଠାଇ…

ସାହାଣୀ କପ୍‌ ଫୁଟ୍‌ବଲ୍‌: ୩ରେ ହେବ ଖେଳାଳି ଚୟନ, କେମିତି କରିବେ ଆବେଦନ ଜାଣନ୍ତୁ…

କେନ୍ଦୁଝର,୧।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କ୍ରୀଡ଼ା ସଂସ୍ଥା ଆନୁକୂଲ୍ୟରେ ସାହାଣୀ କପ୍‌ ସିନିଅର ପୁରୁଷ ଆନ୍ତଃ ଜିଲା ଫୁଟ୍‌ବଲ୍‌ ଟୁର୍ନାମେଣ୍ଟ ପାଇଁ ଆସନ୍ତା ଗୁରୁବାର ଷ୍ଟାଡିୟମ୍‌…

ଆଶ୍ଚର୍ଯ୍ୟ ହେଲେ ବି ସତ: ଗୋଟିଏ ମ୍ୟାଚ୍‌ରେ ଦୁଇଥର ଭାଙ୍ଗିଲା ଗୋଟିଏ ବିଶ୍ୱରେକର୍ଡ, ଅନ୍ତର୍ଜାତୀୟ T20ରେ ଘଟିଲା…

ନୂଆଦିଲ୍ଲୀ,୧।୯: ୨୦୨୭ ଦିନିକିଆ ବିଶ୍ୱକପର ତିନି ସହ ଆୟୋଜକ ନାମ୍ବିଆ, ଜିମ୍ବାୱେ ଏବଂ ଦକ୍ଷିଣ ଆଫ୍ରିକା। ବର୍ତ୍ତମାନ ପରସ୍ପର ବିପକ୍ଷରେ ଏକ T20 ସିରିଜରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।…

ଚମତ୍କାର ବିଜୟ ସହ ଫାଇନାଲରେ ସିଧା ପହଞ୍ଚିଲା ବୈଭବଙ୍କ ଦଳ, ଦମ୍‌ଦାର ବ୍ୟାଟିଂ ସହିତ ଟିମ୍‌କୁ ଜିତାଇଲେ…

ନୂଆଦିଲ୍ଲୀ,୧।୯: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲରେ ଇଷ୍ଟ ଜୋନ ଚମତ୍କାର ବିଜୟ ହାସଲ କରିଛି। ଅଗଷ୍ଟ ୩୦ରୁ ସେପ୍ଟେମ୍ବର ୧ ମଧ୍ୟରେ ବିସିସିଆଇ ସେଣ୍ଟର ଅଫ ଏକ୍ସିଲେନ୍ସରେ…

ଗୋଟିଏ T20 ମ୍ୟାଚ୍‌ରେ ଦୁଇଟି ଶତକ! CPLରେ ଇତିହାସ ସୃଷ୍ଟି କଲେ ଏହି କ୍ରିକେଟର୍‌, ଜାଣନ୍ତୁ ରୋଚକ ଘଟଣା

ନୂଆଦିଲ୍ଲୀ,୧।୯: କାରିବିଆନ ପ୍ରିମିୟର ଲିଗ (CPL) ରେ ଅନେକ ବ୍ୟାଟସମ୍ୟାନ ଶତକ ମାରିଛନ୍ତି। ଏହି ୱେଷ୍ଟଇଣ୍ଡିଜ ଟି-୨୦ ଲିଗରେ ଏପର୍ଯ୍ୟନ୍ତ ମୋଟ ୩୬ ଶତକ ମାରିଛନ୍ତି। କିନ୍ତୁ…

ମଇଦାନ କମ୍ପାଇଲେ ବୈଭବ! ସେମିଫାଇନାଲରେ କଲେ ଏମିତି କାରନାମା, ପଡିଗଲା ଚହଳ

ନୂଆଦିଲ୍ଲୀ,୧।୯: ଭାରତୀୟ କ୍ରିକେଟରେ ଏବେ ସବୁଠାରୁ ଅଧିକ ଚର୍ଚ୍ଚାରେ ଅଛନ୍ତି ୧୫ ବର୍ଷୀୟ ଯୁବ କ୍ରିକେଟର୍‌ ବୈଭବ ସୂର୍ଯ୍ୟବଂଶୀ। ପ୍ରତିଯୋଗିତାମୂଳକ କ୍ରିକେଟରେ ପାଦ ଦେବା ପରଠାରୁ ନିଜର…

ପାକିସ୍ତାନ କ୍ରିକେଟରେ ଝଡ଼: ଇଂଲଣ୍ଡରେ ଲଜ୍ଜାଜନକ ପରାଜୟ ପରେ ଏହି ଖେଳାଳି ଛାଡ଼ିଲେ…

ନୂଆଦିଲ୍ଲୀ,୧।୯: ପାକିସ୍ତାନ କ୍ରିକେଟରେ ସମସ୍ୟା କମିବାର ନାଁ ନେଉନାହିଁ। ଇଂଲଣ୍ଡ ବିପକ୍ଷ ସିରିଜ ମଧ୍ୟରେ ଦଳକୁ ଆଉ ଏକ ବଡ଼ ଝଟକା ଲାଗିଛି। ଦିଗ୍ଗଜ କ୍ରିକେଟର୍‌ ମିସବାହ-ଉଲ-ହକ…

ଏହି କ୍ରିକେଟର୍‌ଙ୍କ ହାତରେ ଅଛି ଚୁମ୍ବକ! ଏମିତି କ୍ୟାଚ୍‌ ଧରିଲେ, କ୍ରିକେଟ୍‌ ଜଗତରେ ପଡ଼ିଲା ଚହଳ, ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧।୯: ନ୍ୟୁଜିଲାଣ୍ଡ କ୍ରିକେଟର୍‌ ଗ୍ଲେନ ଫିଲିପ୍ସଙ୍କ କ୍ୟାଚ୍‌କୁ ନେଇ କ୍ରିକେଟ୍‌ ଜଗତରେ ଚହଳ ପଡ଼ିଛି। କାରିବିଆନ ପ୍ରିମିୟର ଲିଗ୍‌ରେ ସେ ଏମିତି ଏକ କ୍ୟାଚ ନେଇଛନ୍ତି, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri