Posted inଖେଳ

ଭାରତ-ଓ୍ବେଷ୍ଟଇଣ୍ଡିଜ ଟି୨୦: ସୁରକ୍ଷା ଦେବାକୁ ମନା କଲା ମୁମ୍ବାଇ ପୋଲିସ

ମୁମ୍ବାଇ,୨୨।୧୧- ଆସନ୍ତା ୬ ତାରିଖରେ ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଟି୨୦ ମ୍ୟାଚ୍‌ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। କିନ୍ତୁ ଏହି ମ୍ୟାଚ୍‌ ଲାଗି ମୁମ୍ବାଇ ପୋଲିସ ସୁରକ୍ଷା ବ୍ୟବସ୍ଥା ଦେଇ ପାରିବ ନାହିଁ ବୋଲି ମୁମ୍ବାଇ କ୍ରିକେଟ ଆସୋସିଏଶନ (ଏମ୍‌ସିଏ)କୁ ଜଣାଇ ଦେଇଛି। ଏ ସମ୍ପର୍କରେ ଏମ୍‌ସିଏ କର୍ମକର୍ତ୍ତା ଖୁବଶୀଘ୍ର ଯୁଗ୍ମ କମିଶନରଙ୍କୁ ଦେଖାକରି ଆଲୋଚନା କରିବେ। ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ, ଏମ୍‌ସିଏ ପକ୍ଷରୁ ଏହି ମ୍ୟାଚ୍‌ ସ୍ଥାନାନ୍ତିରିତ କରିବାକୁ କୁହାଯାଇଛି। ଡ. ବାବାସାହେବ ଆମ୍ବେଡକରଙ୍କ ମୃତ୍ୟୁ ବାର୍ଷିକ ଓ ବାବରି ମସ୍‌ଜିଦ ଭଙ୍ଗା ହେବାର ଦିନ ଅବସରରେ ବହୁ ସଂଖ୍ୟାରେ ସମର୍ଥନକାରୀ ଶିବାଜି ପାର୍କ ଆସିବେ। ଏଠାରେ ରାଜ୍ୟ ପୋଲିସ ମୁତୟନ ହେବ। କାରଣ ବାବ୍ରି ମସଜିଦ ଭଙ୍ଗା ଘଟଣା ଉପରେ ସୁପ୍ରିମକୋର୍ଟଙ୍କ ଶୁଣାଣି ପରେ ଏହି ବାର୍ଷକୀ ପ୍ରଥମ ଥର ପାଳିତ ହେବାକୁ ଯାଉଛି। ତେବେ ଏମ୍‌ସିଏ ପକ୍ଷରୁ ଅତିକମରେ ୨୦ ପ୍ରତିଶତ ପୋଲିସ ସୁରକ୍ଷା ଯୋଗାଇ ଦେବାକୁ ନିବେଦନ କରାଯିବ। ଯଦି ଏମ୍‌ସିଏ ଆବଶ୍ୟକ ପରିମାଣର ସୁରକ୍ଷା ଦେବାରେ ବିଫଳ ହେଲେ ବିସିସିଆଇ ସମ୍ଭବତଃ ମ୍ୟାଚ୍‌ ତାରିଖରେ ପରିବର୍ତ୍ତନ କରିପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri