Posted inଖେଳ

ଭାରତ ଗସ୍ତରୁ ବାଦ୍‌ ପଡ଼ିପାରନ୍ତି ଇକବାଲ

ଢାକା,୨୪।୧୦- ବାଂଲାଦେଶ ଓପନର ତାମିମ ଇକବାଲ ଆଗାମୀ ଭାରତ ଗସ୍ତର ପ୍ରାରମ୍ଭିକ ମ୍ୟାଚ୍‌ ଖେଳିପାରିବେ ନାହିଁ। ବ୍ୟକ୍ତିଗତ କାରଣ ଯୋଗୁ ସେ ସିରିଜର ପ୍ରାରମ୍ଭିକ ପର୍ଯ୍ୟାୟ ପାଇଁ ଉପଲବ୍ଧ ରହିବେ ନାହିଁ ବୋଲି ବିସିବିକୁ ଜଣାଇଛନ୍ତି। ତାଙ୍କ ପତ୍ନୀ ଦ୍ୱିତୀୟ ଥର ମା’ ହେବାକୁ ଯାଉଛନ୍ତି। ଏଥିନେଇ ସେ ତାଙ୍କ ପତ୍ନୀଙ୍କ ସହ ରହିବାକୁ ଚାହୁଁଛନ୍ତି। ସେ ତାଙ୍କ ପତ୍ନୀଙ୍କ ଯାଞ୍ଚ କରାଇଛନ୍ତି। ରିପୋର୍ଟ ଫଳାଫଳ ନେଗେଟିଭ ଆସିଲେ, ସେ ଗସ୍ତ ଆରମ୍ଭରୁ ଦଳରେ ଯୋଗଦେବେ। ନ ହେଲେ ତାଙ୍କ ପତ୍ନୀଙ୍କ ସହ ବ୍ୟାଙ୍କକ୍‌ରେ ସମୟ ବିତାଇବା ପରେ ଦଳକୁ ଫେରିବେ। ତାଙ୍କ ଅନୁପସ୍ଥିତିରେ ଇମରୁଲ କିଜ ବ୍ୟାକ ଅଫ୍‌ ଓପନର ଭାବେ ଦଳରେ ସ୍ଥାନ ପାଇବେ ଓ ତାଙ୍କୁ ଘରୋଇ କ୍ରିକେଟରେ ସାମିଲ ନ ହେବାକୁ ଅନୁରୋଧ କରାଯାଇଛି। ବିଶ୍ୱକପ୍‌ରେ ଖରାପ ପ୍ରଦର୍ଶନ ପରେ ଅଭିଜ୍ଞ ଓପନରଙ୍କୁ ଆଫଗାନିସ୍ତାନ ବିପକ୍ଷ ଟେଷ୍ଟ ସିରିଜ୍‌ ଓ ତ୍ରିକୋଣୀୟ ସିରିଜ୍‌ରେ ବିଶ୍ରାମ ଦିଆଯାଇଥିଲା। ବାଂଲାଦେଶ ଦଳ ଭରତ ଗସ୍ତରେ ଆସି ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

‘ସେ ଦେଶ ପାଇଁ ନିଜ ଜୀବନ ଦେବେ’ – ରୋହିତ ଶର୍ମାଙ୍କ ପାଇଁ ମହମ୍ମଦ କୈଫଙ୍କ ଭାବପ୍ରବଣ Video

ନୂଆଦିଲ୍ଲୀ,୨୧।୭: ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଛି। ସମ୍ପ୍ରତି ଗୁଜବ ଜୋର ଧରିଛି ଯେ ରୋହିତ ଲର୍ଡସରେ ତାଙ୍କର ଶେଷ ମ୍ୟାଚ ଖେଳିପାରନ୍ତି। ତଥାପି,…

ବଳାତ୍କାର ମାମଲାରେ ଗିରଫ ହେବେ IPLର ଏହି କ୍ରିକେଟର, ସଭିଏଁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୧।୭: କଲିକତା ହାଇକୋର୍ଟ ସୋମବାର, କ୍ରିକେଟର ଅଭିଷେକ ପୋରେଲ ଏବଂ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଣେ ଡାକ୍ତରୀ ଛାତ୍ରୀଙ୍କ ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri