Posted inଜାତୀୟ

ଭାରତ-ଚାଇନା ସୀମାରେ ସେନାର ଅପରେଶନ ‘ହିମବିଜୟ’

ନୂଆଦିଲ୍ଲୀ,୧୩।୯: ଭାରତ-ଚାଇନା ସୀମାରେ ସେନା ତା’ର ଶକ୍ତି ବୃଦ୍ଧି ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଏଥିପାଇଁ ଭାରତୀୟ ସେନା ଅତ୍ୟାଧୁନିକ ଆମେରିକୀୟ ଅସ୍ତ୍ରକୁ ଭାରତ-ଚାଇନା ସୀମାରେ ମୁତୟନ କରିବାକୁ ଯୋଜନା କରୁଛି। ଫଳରେ ଭାରତ-ଚାଇନା ସୀମାରେ ଥିବା ଅରୁଣାଚଳ ପ୍ରଦେଶର ସୀମାରେ ନୂଆ ଏମ୍‌ ୭୭୭ ଅଲଟ୍ରା-ଲାଇଟ୍‌ ହାଓଇଟଜର୍ସ ଓ ଚିନୁକ ହେଭି-ଲିପ୍ଟ ହେଲିକପ୍ଟରକୁ ମୁତୟନ କରାଯିବ। କୋଡ୍‌ନେମ୍‌ ‘ହିମବିଜୟ’ ନାଁରେ ଏକ ଯୁଦ୍ଧାଭ୍ୟାସ ଦ୍ୱାରା ଅରୁଣାଚଳ ପ୍ରଦେଶରେ ପ୍ରସ୍ତୁତ ହୋଇଥିବା ନୂଆ ୧୭ ମାଉଣ୍ଟେନ ଷ୍ଟ୍ରାଇକ କ୍ରପ୍ସର ଯୁଦ୍ଧ ଲଢିବାର କ୍ଷମତାକୁ ପରୀକ୍ଷା କରାଯିବ। ଏହି ଯୁଦ୍ଧାଭ୍ୟାସରେ ଭାରତୀୟ ବାୟୁସେନା ମଧ୍ୟ ସାମିଲ ହେବ। ସେନାର ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ‘ହିମବିଜୟ’ ଅଭ୍ୟାସ ସମୟରେ ୧୭ ମାଉଣ୍ଟେନ ଷ୍ଟ୍ରାଇକ୍‌ କ୍ରପ୍ସକୁ ଏମ୍‌ ୭୭୭ ଅଲଟ୍ରା-ଲାଇଟ୍‌ ହାଓଇଟଜର୍ସ ତୋପ ଦିଆଯିବ। କାରଣ ଏହା ଶତ୍ରୁପକ୍ଷ ବିରୋଧରେ ଆକ୍ସନ୍‌ ମୋଡରେ ରହିବ ଓ ଏହାକୁ ହାଲୁକା ବନ୍ଧୁକର ଆବଶ୍ୟକତା ରହିବ। ନିକଟରେ ଭାରତୀୟ ସେନାରେ ସାମିଲ ହୋଇଥିବା ଆଉ ଏକ ଶକ୍ତିଶାଳୀ ଆମେରିକୀୟ ଅସ୍ତ୍ର ଚିନୁକ ହେଲିକପ୍ଟର ମଧ୍ୟ ଏହି ଯୁଦ୍ଧାଭ୍ୟାସରେ ସାମିଲ ହେବ। ଚିନୁକ ହେଲିକପ୍ଟର ୨୫ ମାର୍ଚ୍ଚ ୨୦୧୯ରେ ଚଣ୍ଡିଗଡ଼ ଏୟାର ବେସରେ ବାୟୁସେନାରେ ସାମିଲ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ…

ସାଧୁପଡାରୁ ବିଦେଶୀ ମଦ ଦୋକାନ ଉଠାଇବା ଦାବିରେ ଅଣ୍ଟା ଭିଡିଲେ ମହିଳା, ରାସ୍ତାରୋକୋ କରି….

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସାଧୁପଡ଼ା ଗ୍ରାମରେ ମଦ ଦୋକାନ ଉଚ୍ଛେଦକୁ ନେଇ ମହିଳାମାନେ ରାସ୍ତାରୋକୋ କରିଛନ୍ତି ।…

ମୁଖ୍ୟମନ୍ତ୍ରୀ ବିଜୟଙ୍କ ବିରୋଧରେ DMKର ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୭: ତାମିଲନାଡୁର କରୁରରେ ଏକ ଦୁର୍ଘଟଣାରେ ୪୧ ଜଣ ପ୍ରାଣ ହରାଇଲେ। କ୍ଷମତାସୀନ ଟିଭିକେ (ତାମିଜାଗା ଭେଟ୍ରି କାଝାଗମ) ସରକାରଙ୍କ ବିରୁଦ୍ଧରେ DMK ଏକ ଆବେଦନ ଦାଖଲ…

ହାତକୁ ଦି’ ହାତ ହେଲେ ଅଂଶୁଲା: ଝୁମିଲେ ୨ ଭଉଣୀ

ପ୍ରଯୋଜକ ବୋନି କପୁର ତଥା ବଲିଉଡ ଅଭିନେତା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଲା କପୁର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ମୁମ୍ବାଇର ତାଜ ହୋଟେଲରେ ତାଙ୍କ…

MS Dhoni Net Worth: କୋଟି କୋଟି ଟଙ୍କା ରୋଜଗାର, ହେଲେ କ୍ରିକେଟ ବ୍ୟତୀତ ଧୋନୀଙ୍କ ଆଉ କ’ଣ ରହିଛି ରୋଜଗାର? ଜାଣନ୍ତୁ…

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଜୁଲାଇ ୭ରେ ୪୫ ବର୍ଷ ବୟସରେ ପାଦ ଥାପିଛନ୍ତି। ‘କ୍ୟାପ୍ଟେନ କୁଲ’ ଭାବରେ ଜଣାଶୁଣା – କ୍ରିକେଟ…

ଗୁଜରାଟ ସିରିଏଲ ବିସ୍ଫୋରଣ ମାମଲାରେ ବଡ଼ ରାୟ: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ

ଅହମଦାବାଦ,୭।୭: ୨୦୦୮ ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ, ଗୁଜରାଟ ହାଇକୋର୍ଟ ନିମ୍ନ ଅଦାଲତର ନିଷ୍ପତ୍ତିକୁ ବଜାୟ ରଖିଛନ୍ତି। ହାଇକୋର୍ଟ ୩୮ ଜଣ…

Video: ବୈଭବ ସୂର୍ଯ୍ୟବଂଶୀ ଆହତ; ଯନ୍ତ୍ରଣାରେ ଛଟପଟ ହେଉଥିଲେ ବି ଧ୍ୟାନ ଦେଲେ ନାହିଁ କୋଚ; ତାଙ୍କ ଖେଳିବା ଉପରେ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୭।୭: ବୈଭବ ସୂର୍ଯ୍ୟବଂଶୀ ଶୀଘ୍ର ପ୍ରଶଂସକଙ୍କ ପ୍ରିୟ ହୋଇଗଲେ। ସମସ୍ତେ ତାଙ୍କ ଡେବ୍ୟୁକୁ ଅପେକ୍ଷା କରିଥିଲେ, ଯାହା ଏବେ ହୋଇଛି, ଏବଂ ସେ ତାଙ୍କର ଦ୍ୱିତୀୟ ଅନ୍ତର୍ଜାତୀୟ…

ମୋଦିଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ: ଖୁସିରେ ଗଦ୍‌ଗଦ୍‌ ହୋଇ କହିଲେ…

ଜାକର୍ତ୍ତା,୭।୭: ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ପ୍ରଦାନ କରିଛି। ଇଣ୍ଡୋନେସିଆର ରାଷ୍ଟ୍ରପତି ପ୍ରବୋ ସବିଆଣ୍ଟୋ ଘୋଷଣା କରିଛନ୍ତି, ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ‘Bintang…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri