Posted inଖେଳ

ଭାରତ ଜିତିଲା ଅଲିମ୍ପିକ ପୁରୁଷ ହକି ଟେଷ୍ଟ

ଟୋକିଓ,୨୧।୮(ପି.ଟି.): ଭାରତୀୟ ପୁରୁଷ ହକି ଦଳ ବୁଧବାର ନ୍ୟୁଜିଲାଣ୍ଡକୁ ୫-୦ ଗୋଲରେ ହରାଇ ଏଠାରେ ଚାଲିଥିବା ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟକୁ ଜିତିଛି। ଏଥିସହ ଲିଗ୍‌ ପର୍ଯ୍ୟାୟରେ ମିଳିଥିବା ପରାଜୟର ପ୍ରତିଶୋଧ ନେଇଛି। ଓଆଇ ହକି ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚ୍‌ରେ ଅଧିନାୟକ ହରମନପ୍ରୀତ ସିଂ (୭ମ ମିନିଟ୍‌), ଶମଶେର ସିଂ (୧୮ତମ), ନୀଳକାନ୍ତ ଶର୍ମା (୨୨ତମ), ଗୁରସାହିବଜିତ୍‌ ସିଂ (୨୬ତମ) ଓ ମନଦୀପ ସିଂ (୨୭ତମ) ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ଲିଗ୍‌ ପର୍ଯ୍ୟାୟରେ ଭାରତ ୧-୨ ଗୋଲରେ ନ୍ୟୁଜିଲାଣ୍ଡଠାରୁ ପରାଜୟ ବରଣ କରିଥିଲା।
ଉଭୟ ଦଳ ମ୍ୟାଚ୍‌ ଆରମ୍ଭରୁ ପ୍ରତିପକ୍ଷ ଗୋଲପୋଷ୍ଟ ଉପରେ ଆକ୍ରମଣ କରିଥିଲେ। ଭାରତକୁ ମ୍ୟାଚ୍‌ର ୭ମ ମିନିଟ୍‌ରେ ପ୍ରଥମ ପେନାଲ୍ଟି କର୍ନର ମିଳିଥିଲା, ଯାହାକି ବେକାର ହୋଇଯାଇଥିଲା। ହେଲେ ଅଧିନାୟକ ହରମନପ୍ରୀତ ସୁଯୋଗ ହାତଛଡ଼ା ନ କରି ଦଳୀୟ ଖାତା ଖୋଲିଥିଲେ। ଏଥିଯୋଗୁ ଭାରତ ପ୍ରଥମ କ୍ୱାର୍ଟର ପର୍ଯ୍ୟନ୍ତ ୧-୦ ଗୋଲରେ ଆଗୁଆ ଥିଲା। ଶମଶେର ମ୍ୟାଚ୍‌ର ୧୮ତମ ମିନିଟ୍‌ରେ ଭାରତ ପାଇଁ ଦ୍ୱିତୀୟ ଗୋଲ ଦେଇଥିଲେ। ଏହାପରେ ନୀଳକାନ୍ତ (୨୨ତମ), ଗୁରସାହିବଜିତ୍‌ (୨୬ତମ) ଓ ମନଦୀପ (୨୭ତମ) କ୍ରମାଗତ ୩ଟି ଗୋଲ ଦେଇ ପ୍ରଥମାର୍ଦ୍ଧ ସୁଦ୍ଧା ଦଳ ପାଇଁ ୫-୦ ଗୋଲର ଅଗ୍ରଣୀ ଆଣି ଦେଇଥିଲେ। ଦ୍ୱିତୀୟାର୍ଦ୍ଧରେ ଗୋଲ ପରିଶୋଧ କରିବା ପାଇଁ ନ୍ୟୁଜିଲାଣ୍ଡ ଖେଳାଳିମାନେ ବହୁ ଉଦ୍ୟମ କରିଥିଲେ। ୩୭ତମ ମିନିଟ୍‌ରେ ନ୍ୟୁଜିଲାଣ୍ଡ ଦଳ ଏକ ଗୋଲ ହାତଛଡ଼ା କରିଥିଲା। ଗୋଲଶୂନ୍ୟ ତୃତୀୟ କ୍ୱାର୍ଟର ପରେ ଅନ୍ତିମ ୧୫ ମିନିଟ୍‌ରେ ଭାରତୀୟ ଦଳ ତା’ର ଡିଫେନ୍ସ ଭାଗରେ ପ୍ରତିପକ୍ଷ ଖେଳାଳିଙ୍କୁ ପ୍ରବେଶ କରାଇ ଦେଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri