Posted inଖେଳ

ଭାରତ- ବାଂଲାଦେଶ ସିରିଜ: ଭାରତୀୟ ଦଳ ଉପରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା

ନୂଆଦିଲ୍ଲୀ,୩୦।୧୦- ଆଗାମୀ ଭାରତ- ବାଂଲାଦେଶ ସିରିଜ ଅବସରରେ ଆତଙ୍କବାଦୀ ଆକ୍ରମଣ ସମ୍ଭାବନା ସୃଷ୍ଟି ହୋଇଛି। ଫଳରେ କଡ଼ା ସୁରକ୍ଷା ଓ ନିରାପତ୍ତା ବ୍ୟବସ୍ଥା ଗ୍ରହଣ କରିବା ଲାଗି ଦିଲ୍ଲୀ ପୋଲିସ୍‌କୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ୩ ତାରିଖରେ ସ୍ଥାନୀୟ ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ଓ ବାଂଲାଦେଶ ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବା କାର୍ଯ୍ୟକ୍ରମ ରହିଛି। ଅଧିନାୟକ ବିରାଟ କୋହଲି ଆତଙ୍କବାଦୀଙ୍କ ହିଟ୍‌ ଲିଷ୍ଟରେ ରହିଛନ୍ତି। ମଙ୍ଗଳବାର ଏ ନେଇ ନ୍ୟାଶନାଲ ଇଭେଷ୍ଟିଗେଟ ଏଜେନ୍ସି (ଏନ୍‌ଆଇଏ)କୁ ଏକ ବେନାମୀ ଚିଠି ମିଳିଛି। ଭାରତୀୟ କ୍ରିକେଟ ଦଳ, ଖାସ୍‌ କରି କୋହଲି ହିଟ୍‌ ଲିଷ୍ଟରେ ରହିଛନ୍ତି ବୋଲି ଏଥିରେ ଉଲ୍ଲେଖ କରାଯାଇଛି।
ଆତଙ୍କବାଦୀଙ୍କ ଏହି ହିଟ୍‌ ଲିଷ୍ଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଗୃହମନ୍ତ୍ରୀ ଅମିତ ଶାହ, ଭାରତୀୟ ଜନତା ପାର୍ଟି (ଭାଜପା) ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ, ଭାଜପା କାର୍ଯ୍ୟକାରୀ ସଭାପତି ଜେ.ପି. ନଡ୍ଡା ଓ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ରହିଛନ୍ତି। ମିଲିଥିବା ଏହି ଚିଠିକୁ ଏନ୍‌ଆଇଏ୍‌ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ନିକଟକୁ ପଠାଇ ଦେଇଛି। କେରଳର କୋଝିକୋଡ ପର୍ଯ୍ୟବସିତ ଆତଙ୍କବାଦୀ ସଂଗଠନ ଅଲ୍‌ ଇଣ୍ଡିଆ ଲଶ୍କର କୋହଲି ଓ ଅନ୍ୟ ରାଜନେତାକଙ୍କୁ ଟାର୍ଗେଟ କରିଛି ବୋଲି ଏହି ଚିଠିରେ ଉଲ୍ଲେଖ କାରଯାଇଛି।
ଏହି ଚିଠି ଏକ ଫମ୍ପା ଧମକ ହୋଇପାରେ ବୋଲି କୁହାଯାଇଛି। ତେବେ କୋହଲି ଓ ଅନ୍ୟ ଖେଳାଳିଙ୍କ ସୁରକ୍ଷା ବ୍ୟବସ୍ଥାରେ ଆଦୌ ହେଳା କରାଯିବ ନାହିଁ ବୋଲି ସ୍ପଷ୍ଟ କରାଯାଇଛି। ଏହି ସିରିଜରେ ଭାରତ ଓ ବାଂଲାଦେଶ ୩ଟି ଟି୨୦ ଓ ଦୁଇଟି ଟେଷ୍ଟ ମ୍ୟାଚ୍‌ରେ ପରସ୍ପରକୁ ଭେଟିବେ। ରବିବାରଠାରୁ ଅରୁଣ ଜେଟଲୀ ଷ୍ଟାଡିୟମରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସେମିଫାଇନାଲରେ ପହଞ୍ଚିବା ପାଇଁ ଭାରତକୁ କେତୋଟି ମ୍ୟାଚ ଜିତିବାକୁ ପଡିବ, କେଉଁ ଦଳ ସବୁଠାରୁ ବିପଦଜନକ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୨: ଭାରତୀୟ ଦଳ ICC T20 ବିଶ୍ୱକପରେ ଚମତ୍କାର ପ୍ରଦର୍ଶନ ସହିତ ସୁପର ୮ରେ ପ୍ରବେଶ କରିଛି। ଏବେ, ଦଳକୁ ଆହୁରି ତିନୋଟି ମ୍ୟାଚ ଜିତିବାକୁ ଅଛି,…

କ୍ରିକେଟ ପାଇଁ ପାଗଳ! ଟିମକୁ ଚିୟର କରିବାକୁ ୬ ପ୍ରଶଂସକ ଖର୍ଚ୍ଚ କରିଦେଲେ ରୋଜଗାରର ଏତିକି ଟଙ୍କା

ନୂଆଦିଲ୍ଲୀ,୨୧।୨: ଜିମ୍ବାୱେ 2026 T20 World Cupରେ ଏକ ବଡ଼ ବିପର୍ଯ୍ୟୟ ଆଣିଛି। ଗ୍ରୁପ ପର୍ଯ୍ୟାୟରେ ଅପରାଜିତ ରହି, ସେମାନେ ଏବେ ସୁପର ୮ରେ ପହଞ୍ଚିଛନ୍ତି। ସେମାନେ…

ଚତୁର୍ଥ ବିବାହ କରିବେ ଶୋଏବ ମଲ୍ଲିକ! ଏହି ଅଭିନେତ୍ରୀଙ୍କୁ…

ଇସଲାମାବାଦ୍‌,୨୧।୨: ପୂର୍ବତନ ପାକିସ୍ତାନୀ ବ୍ୟାଟ୍ସମ୍ୟାନ ଶୋଏବ ମାଲିକ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ମଲିକ ୨୦୨୪ ଆରମ୍ଭରେ ତୃତୀୟ ଥର ପାଇଁ ପାକିସ୍ତାନୀ…

ଟି୨୦ ବିଶ୍ୱକପ ମଝିରେ ସ୍ତ୍ରୀଙ୍କଠାରୁ ଅଲଗା ହେଲେ ଏହି କ୍ରିକେଟର୍‌: ଛାଡ଼ପତ୍ର ପରେ…

ନୂଆଦିଲ୍ଲୀ,୨୧।୨: ୨୦୨୬ ଟି୨୦ ବିଶ୍ୱକପ ମଧ୍ୟରେ ଭାରତୀୟ ଦଳରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଟିମ ଇଣ୍ଡିଆର ଷ୍ଟାର ସ୍ପିନର ରାହୁଲ ଚହରଙ୍କ ଛାଡ଼ପତ୍ର ହୋଇଛି।…

ଆଜିଠୁ ସୁପର-୮ ପର୍ଯ୍ୟାୟ: ନ୍ୟୁଜିଲାଣ୍ଡକୁ ଭେଟିବ ପାକିସ୍ତାନ

କଲମ୍ବୋ, ୨୧ା୨:ଚଳିତ ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ ଶନିବାର ଆରମ୍ଭ ହେବ। କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ପରସ୍ପରର ସମ୍ମୁଖୀନ ହେବେ ନ୍ୟୁଜିଲାଣ୍ଡ ଓ ପାକିସ୍ତାନ। ନ୍ୟୁଜିଲାଣ୍ଡ…

ଟି-୨୦ ବିଶ୍ୱକପ ମ୍ୟାଚରେ ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ସ୍ଥାପନ ହେଲା ନୂଆ ‘ବିଶ୍ୱ ରେକର୍ଡ’, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚ ୧୫ ଫେବୃଆରୀରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧ ରନରେ ଏକ ବଡ଼…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri