Posted inଖେଳ

ଭାରତ ବିପକ୍ଷ ଦକ୍ଷିଣ ଆଫ୍ରିକା ଟେଷ୍ଟ, ଟି୨୦ ଦଳ ଘୋଷିତ

ଜୋହାନ୍ସବର୍ଗ,୧୪।୮(ଏଏଫ୍‌ପି)- ଆଗାମୀ ଭାରତ ବିପକ୍ଷ ଟେଷ୍ଟ ଓ ଟି୨୦ ସିରିଜ ପାଇଁ ଦକ୍ଷିଣ ଆଫ୍ରିକା ଦଳ ଘୋଷିତ ହୋଇଛି। ସେପ୍ଟେମ୍ବରରେ ଖେଳାଯିବାକୁ ଥିବା ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ ପାଇଁ ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ କ୍ୱିଣ୍ଟନ ଡିକକ୍‌ଙ୍କୁ ନେତୃତ୍ୱ ପ୍ରଦାନ କରାଯାଇଛି। ଏହି ଦଳରେ ପୂର୍ବତନ ଅଧିନାୟକ ଫାଫ୍‌ ଡୁପ୍ଲେସିଙ୍କୁ ସାମିଲ କରାଯାଇ ନାହିଁ। ତେବେ ଡୁପ୍ଲେସି ପୂର୍ବପରି ୩ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜରେ ଦକ୍ଷିଣ ଆଫ୍ରିକାର ନେତୃତ୍ୱ ନେବେ। ଟି୨୦ ପରେ ଏହି ଟେଷ୍ଟ ସିରିଜ ଖେଳାଯିବ। ଟେଷ୍ଟରେ ଟେମ୍ବା ବଭୁମା ଡୁପ୍ଲେସିଙ୍କ ଡେପୁଟି ହିସାବରେ କାର୍ଯ୍ୟ କରିବେ। ଟେଷ୍ଟ ଫର୍ମାଟରେ ପୂର୍ବପରି ଡୁପ୍ଲେସି ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବେ ବୋଲି କ୍ରିକେଟ ସାଉଥ୍‌ ଆଫ୍ରିକା (ସିଏସ୍‌ଏ) କାର୍ଯକାରୀ ନିର୍ଦ୍ଦେଶକ କୋରି ଭାନ ଜିଲ କହିଛନ୍ତି। ସେହିପରି ରାସି ଭାନ ଡେର ଡୁସେନ ଡିକକ୍‌ ଡେପୁଟି ଭାବେ ଟି୨୦ ଦଳରେ ଉପଅଧିନାୟକ ଭାବେ କାର୍ଯ୍ୟ ତୁଲାଇବେ। ଆସନ୍ତାବର୍ଷ ଅଷ୍ଟ୍ରେଲିଆରେ ଟି୨୦ ବିଶ୍ୱକପ୍‌ ଆୟୋଜନ ହେବାର କାର୍ଯ୍ୟକ୍ରମ ରହିଛି। ତେଣୁ ଏହି ସିରିଜରେ ଜଣେ ଦକ୍ଷ ଅଧିନାୟକ ଓ ଏକ ସନ୍ତୁଳିତ ଦଳ ଗଢି ତୋଳିବାର ଶେଷ ସୁଯୋଗ ପାଇବ ଦକ୍ଷିଣ ଆଫ୍ରିକା। ଉଭୟ ଟି୨୦ ଓ ଟେଷ୍ଟ ଦଳରେ ୩ଜଣ ନବାଗତଙ୍କୁ ସ୍ଥାନ ମିଳିଛି। ଦ୍ରୁତ ବୋଲର ଅନ୍‌ରିଚ ନୋରଜ ଉଭୟ ଦଳରେ ସ୍ଥାନ ପାଇଛନ୍ତି। ବ୍ୟାଟ୍ସମ୍ୟାନ ବଭୁମା ଓ ସ୍ପିନ୍‌ ଅଲରାଉଣ୍ଡର ବିଜର୍ନ ଫର୍ଚ୍ୟୁନ ଟି୨୦ ଦଳରେ ସ୍ଥାନ ହାସଲ କରିଛନ୍ତି। ସେହିପରି ଉଇକେଟକିପର ରୁଡି ସେକେଣ୍ଡ ଓ ସ୍ପିନ୍‌ ବୋଲିଂ ଅଲରାଉଣ୍ଡର ସେନୁରାନ ମୁଥୁସାମି ଟେଷ୍ଟ ଦଳରେ ସାମିଲ ହୋଇଛନ୍ତି। ସବୁ ଦୃଷ୍ଟିରୁ ବିଚାର କରାଯାଇ ଉଭୟ ଫର୍ମାଟ ପାଇଁ ସନ୍ତୁଳିତ ଦଳ ଘୋଷଣା କରାଯାଇଛି ବୋଲି ସିଏସ୍‌ଏ ତରଫରୁ କୁହାଯାଇଛି। ଦକ୍ଷିଣ ଆଫ୍ରିକା ଭାରତ ଗସ୍ତରେ ଆସି ଏହି ଦୁଇଟି ସିରିଜ ଖେଳିବ। ସେପ୍ଟେମ୍ବର ୧୫ ତାରିଖରୁ ଟି୨୦ ସିରିଜ ଆରମ୍ଭ ହେବ ଓ ପରେ ଟେଷ୍ଟ ସିରିଜ ଖେଳାଯିବ।
ଦକ୍ଷିଣ ଆଫ୍ରିକା ଟେଷ୍ଟ ଦଳ: ଫାଫ୍‌ ଡୁପ୍ଲେସି (ଅଧିନାୟକ), ଟେମ୍ବା ବଭୁମା (ଉପ- ଅଧିନାୟକ), ଥେଉନିସ୍‌ ଡି ବ୍ରୁଇନ, କ୍ୱିଣ୍ଟନ ଡିକକ୍‌, ଡିନ ଏଲଗାର, ଜୁବେର ହମ୍‌ଜା, କେଶବ ମହାରାଜ, ଏଡେନ ମାରକ୍ରାମ, ସେନୁରାନ ମୁଥୁସାମି, ଲୁନ୍‌ଗି ଏନ୍‌ଗିଡି, ଅନରିଚ୍‌ ନୋର୍ଜ, ଭର୍ନନ ଫିଲାଣ୍ଡର, ଡେନ ପିଟ୍‌, କାଗିସୋ ରାବାଡ଼ା ଓ ରୁଡ ିସେକଣ୍ଟ।
ଦକ୍ଷିଣ ଆଫ୍ରିକା ଟି୨୦ ଦଳ: କ୍ୱିଣ୍ଟନ ଡିକକ୍‌ (ଅଧିନାୟକ), ରାସି ଭାନ ଡେର ଡୁସେନ (ଉପ- ଅଧିନାୟକ), ଟେମ୍ବା ବଭୁମା, ଜୁନିୟର ଡାଲା, ବିଜର୍ନ ଫର୍ଚୁନ, ବେଉରାନ ହେଣ୍ଡ୍ରିକ୍ସ, ରିଜା ହେଣ୍ଡ୍ରିକ୍ସ, ଡେଭିଡ ମିଲର, ଅନରିଜ ନୋରଜ, ଆଣ୍ଡିଲ ଫେଲୁକ୍ୱାୟୋ, ଡ୍ବେନ ପ୍ରିଟୋରିୟସ, କାଗିସୋ ରାବାଡ଼ା, ତାବରେଜ ସାମସି ଓ ଜନ-ଜନ ସ୍ମୁଟ୍ସ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଗଛକୁ ପିଟିଲା ବରଯାତ୍ରୀ ବସ୍‌: ବର-କନ୍ୟା ସମେତ…

ସିମୁଳିଆ, ୧୫।୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ୧ କିମି. ଦୂର ୧୬ନଂ ଜାତୀୟ ରାଜପଥର କଣିଆରି ଛକ ନିକଟରେ ବରଯାତ୍ରୀ ମିନି ବସ…

ଅନୁ ଗର୍ଗଙ୍କ ବଡ଼ ଘୋଷଣା: ଓଡ଼ିଶା ହେବ ‘ଏସିଆ’ର….

ଭୁବନେଶ୍ୱର,୧୫ା୪(ରବିନାରାୟଣ ଜେନା):ଓଡ଼ିଶାରେ ସମୃଦ୍ଧ ଐତିହ୍ୟ, ବିବିଧ ସଂସ୍କୃତି ଓ ପ୍ରାକୃତିକ ମନୋରମ୍ୟ ରହିଛି। ଏହାକୁ ନେଇ ବିଶ୍ୱସ୍ତରୀୟ ପର୍ଯ୍ୟଟକମାନଙ୍କୁ କିଭଳି ଆକର୍ଷିତ କରାଯାଇ ପାରିବ ସେନେଇ ପର୍ଯ୍ୟଟନ…

୪ବର୍ଷ ବିତିଲା, ମିଳିଲାନି ନିଖୋଜ ଶ୍ରମିକଙ୍କ ପତ୍ତା

ନୂଆପଡ଼ା,୧୫ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଦର୍ଲିପଡା ଗଁ।ର ଜଣେ ଦାଦନ ଶ୍ରମିକ ନିଖୋଜ ହେବାର ପ୍ରାୟ ୪ବର୍ଷ ବିତିଯାଇଥିଲେ ମଧ୍ୟ ତାଙ୍କର ପତ୍ତା ମିଳିନାହିଁ।…

ବିଜେଡି-କଂଗ୍ରେସ ମେଣ୍ଟକୁ ନେଇ ବଢୁଛି ଚର୍ଚ୍ଚା: ମନମୋହନ ଦେଲେ ଏମିତି ପରାମର୍ଶ

ଭୁବନେଶ୍ୱର,୧୫।୪(ସୁନିତ୍‌ ମିଶ୍ର):୨୦୨୭ରେ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ହେବ। ଏଥିଲାଗି ପ୍ରସ୍ତୁତି ଏକ ପ୍ରକାର ଆରମ୍ଭ ହୋଇସାରିଛି। ଆସନ ସଂରକ୍ଷଣ ଆସନ୍ତା ୩୦ ତାରିଖ ସୁଦ୍ଧା ଶେଷ କରିବାକୁ…

ଆହୁରି ବଢ଼ିବ ତାତି: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୫।୪ (ବନ୍ଦନା ସେଠୀ): ରାଜ୍ୟରେ ଆହୁରି ବଢିବ ତାତି। ଗରମ ତାୱାରେ ଜଳିବ ଓଡ଼ିଶା। ସେହିପରି ଆସନ୍ତା ୬ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମର ପ୍ରକୋପ ଲାଗିରହିବ। ଦିନର…

ଆମେରିକାକୁ ଚେତାବନୀ ଦେଲା ଚାଇନା: ହର୍ମୁଜକୁ ନେଇ ହଲଚଲ

ବେଜିଂ,୧୫ା୪(ଏଜେନ୍ସି):ପାକିସ୍ତାନ ମଧ୍ୟସ୍ଥତାରେ ଇସ୍‌ଲାମାବାଦରେ ୨୧ ଘଣ୍ଟିଆ ଶାନ୍ତି ଆଲୋଚନାରୁ ନିଷ୍କର୍ଷ ନ ବାହାରିବାରୁ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ଆମେରିକା ଓ ଇରାନ୍‌ ପୁଣି ମୁହଁାମୁହଁି ହୋଇଛନ୍ତି। ଆମେରିକୀୟ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଏଲପିଜିକୁ ନେଇ ରାଜ୍ୟ ସରକାରଙ୍କୁ ମୋଦିଙ୍କ ବଡ଼ ନିର୍ଦ୍ଦେଶ, ଏପ୍ରିଲ ୧୩…

ନୂଆଦିଲ୍ଲୀ,୧୪।୪: ମଧ୍ୟପ୍ରାଚ୍ୟର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପେଟ୍ରୋଲ, ଡିଜେଲ କିମ୍ୱା ଅନ୍ୟାନ୍ୟ ପେଟ୍ରୋଲିୟମ ଉତ୍ପାଦର କୌଣସି ଅଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri