ଭାରତ-ମଙ୍ଗୋଲିଆ ବ୍ୟବସାୟିକ ବୈଠକରେ ଧର୍ମେନ୍ଦ୍ର: ‘ଦ୍ୱିପାକ୍ଷିକ ସହଯୋଗ ଅର୍ଥନୀତିକୁ ମଜଭୁତ କରିବ’

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ୨୦୧୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଙ୍ଗୋଲିଆ ଗସ୍ତ ପରେ ଭାରତ ଓ ମଙ୍ଗୋଲିଆ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ଆହୁରି ମଜଭୁତ ହୋଇଛି। ଏହି ସମ୍ପର୍କ ଦୁଇ ଦେଶର ଅର୍ଥନୀତିକୁ ମଧ୍ୟ ଭବିଷ୍ୟତରେ ମଜଭୁତ କରିବ ବୋଲି ନୂଆଦିଲ୍ଲୀଠାରେ ଏଫ୍‌ଆଇସିସିଆଇ ପକ୍ଷରୁ ଆୟୋଜିତ ବ୍ୟବସାୟିକ ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଉକ୍ତ ବୈଠକରେ ମଙ୍ଗୋଲିଆର ରାଷ୍ଟ୍ରପତି ଏଚ୍‌.ଇ ଖଲ୍‌ଟମାଜିନ୍‌ ବାଟ୍ଟୁଲ୍‌ଗା ଉପସ୍ଥିତ ଥିଲେ। ଧର୍ମେନ୍ଦ୍ର କହିଛନ୍ତି ଯେ, ଭାରତ ଓ ମଙ୍ଗୋଲିଆ ମଧ୍ୟରେ ଦ୍ୱିପାକ୍ଷିକ ସହଯୋଗ ଏବଂ ବାଣିଜ୍ୟ ସମ୍ପର୍କ ରହି ଥିଲେ ସୁଦ୍ଧା ମୋଟ ଉପରେ ବ୍ୟବସାୟର ମାତ୍ରା କମ୍‌ ରହିଛି। ତେଣୁ ପୁଣିଥରେ ଦ୍ୱିପାକ୍ଷିକ ବ୍ୟବସାୟ ବୃଦ୍ଧି ହେବା ପାଇଁ ଦୁଇ ଦେଶର ସମ୍ପର୍କକୁ ଆହୁରି ମଜଭୁତ କରିବାର ଆବଶ୍ୟକତା ରହିଛି। ଉଭୟ ଦେଶକୁ ଆଇଟି, ଯୋଗାଯୋଗ ପ୍ରଯୁକ୍ତି ବିଜ୍ଞାନ, ଫାର୍ମାସ୍ୟୁଟିକାଲ ଏବଂ ସ୍ବାସ୍ଥ୍ୟସେବା ଉଦ୍ୟୋଗ କ୍ଷେତ୍ରକୁ ଅଗ୍ରାଧିକାର ଦିଆଯିବ। ଏହି କ୍ଷେତ୍ରର ଭିତ୍ତିଭୂମି ଉପରେ ମଙ୍ଗୋଲିଆକୁ ଭାରତ ସମର୍ଥନ ଦେଇଥିବା ମତବ୍ୟକ୍ତ ପ୍ରକାଶ କରିଛନ୍ତି। ସେହିପରି ଗୋପାଳନ, ଶିକ୍ଷା ପାଇଁ ଦୁଇ ଦେଶ ମିଳିମିଶି କାମ କରିବାର ଆବଶ୍ୟକତା ରହିଛି। ଏହାଦ୍ୱାରା ଦୁଇ ଦେଶର ଆର୍ଥତ୍କ ଅଭିବୃଦ୍ଧି ହୋଇପାରିବ ବୋଲି ସେ କହିଛନ୍ତି। ପୂର୍ବରୁ ଦୁଇ ଦେଶ ସାଇବର ନିରାପତ୍ତା କ୍ଷେତ୍ରରେ ଏକ ହୋଇ କାମ କରୁଛନ୍ତି। ସେହିପରି ପର୍ଯ୍ୟଟନ କ୍ଷେତ୍ରରେ ଭାରତ ଏବଂ ମଙ୍ଗୋଲିଆ ମଧ୍ୟରେ ସହଯୋଗର ବହୁତ ବଡ ସମ୍ଭାବନା ଅଛି। ଦୁଇ ଦେଶ ବନ୍ଧୁତ୍ୱ ଗଣତନ୍ତ୍ରର ସାମାନ୍ୟ ଆଦର୍ଶର ମୂଳଦୁଆରେ ନିର୍ମିତ ହୋଇଛି ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri