Posted inଖେଳ

‘ଭାରତ ଯୋଗୁ ଶ୍ରୀଲଙ୍କା ଖେଳାଳି ରାଜି ହେଉନାହାନ୍ତି’

ଲାହୋର,୧୧ା୯-ଭାରତୀୟ କର୍ତ୍ତୃପକ୍ଷଙ୍କ ଚାପରେ ବଶବର୍ତ୍ତୀ ହୋଇ ଶ୍ରୀଲଙ୍କା କ୍ରିକେଟ ଖେଳାଳିମାନେ ପାକିସ୍ତାନ ଟୁର୍‌ରେ ଯିବା ଲାଗି ରାଜି ହେଉ ନ ଥିବା ଏହି ଦେଶ ଜଣେ ମନ୍ତ୍ରୀ ଫାଓ୍ବାଦ ହୁସେନ ଅଭିଯୋଗ କରିଛନ୍ତି। ସୁରକ୍ଷାଜନିତ କାରଣରୁ ଶ୍ରୀଲଙ୍କାର ୧୦ଜଣ ଖେଳାଳି ପାକିସ୍ତାନ ଗସ୍ତରେ ଯିବା ଲାଗି ମନା କରିଦେବାର ଦିନକ ପରେ ମନ୍ତ୍ରୀ ଜଣକ ଏହି ଅଭିଯୋଗ କରିଛନ୍ତି। ଯେଉଁ ଖେଳାଳିମାନେ ପାକିସ୍ତାନରେ ଖେଳିବେ ସେମାନଙ୍କୁ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ରେ ଖେଳାଯିବ ନାହିଁ ବୋଲି ଭାରତୀୟ କ୍ରୀଡ଼ା କର୍ତ୍ତୃପକ୍ଷଙ୍କ ତରଫରୁ ଚେତାଇ ଦିଆଯାଇଛି। ଏହା ଏକ ହୀନ କୌଶଳ ଏବଂ କ୍ରୀଡ଼ା କ୍ଷେତ୍ରରେ ଏହା ଶୋଭନୀୟ ନୁହେଁ ବୋଲି ହୁସେନ କହିଛନ୍ତି। ସୁରକ୍ଷାଜନିତ କାରଣରୁ ଟି୨୦ ଅଧିନାୟକ ଲସିଥ ମାଲିଙ୍ଗା ଏବଂ ପୂର୍ବତନ ଅଧିନାୟକ ଦ୍ୱୟ ଆଞ୍ଜେଲୋ ମାଥ୍ୟୁସ ଓ ଥିସାରା ପେରେରା ଆସନ୍ତା ପାକିସ୍ତାନ ଟୁର୍‌ରୁ ଓହରି ଯାଇଛନ୍ତି। ସୂଚନାଯୋଗ୍ୟ, ୨୦୦୯ ମାର୍ଚ୍ଚରେ ଏକ ଟେଷ୍ଟ ମ୍ୟାଚ ବେଳେ ଶ୍ରୀଲଙ୍କା ଟିମ୍‌ ବସ୍‌ ଉପରେ ଏକ ଆତଙ୍କବାଦୀ ଆକ୍ରମଣ ପରେ ଅଧିକାଂଶ ଅନ୍ତର୍ଜାତୀୟ ଟିମ୍‌ ପାକିସ୍ତାନ ଟୁର୍‌ରେ ଯିବା ଲାଗି ରାଜି ହେଉନାହାନ୍ତି। ପାକିସ୍ତାନ ବିପକ୍ଷରେ ୬ ମ୍ୟାଚ ବିଶିଷ୍ଟ ସୀମିତ ଓଭର ସିରିଜ ଲାଗି ଶ୍ରୀଲଙ୍କା ସମ୍ଭାବ୍ୟ ଖେଳାଳି ତାଲିକା ପ୍ରକାଶ କରିଥିଲା। ତେବେ ସୁରକ୍ଷା ଦୃଷ୍ଟିରୁ ପାକିସ୍ତାନ ଟୁର୍‌ରେ ଯିବା ଇଚ୍ଛାଧୀନ ବୋଲି ଖେଳାଳିମାନଙ୍କୁ କୁହାଯାଇଥିଲା। କରାଚୀରେ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁଥିବା ଏହି ସିରିଜରେ ୩ ଅନ୍ତର୍ଜାତୀୟ ଦିନିକିଆ ଏବଂ ୩ ଅନ୍ତର୍ଜାତୀୟ ଟି୨୦ ଖେଳାଯିବା କାର୍ଯ୍ୟକ୍ରମ ରହିଛି। ଟୁର୍‌ରୁ ଓହରିଯିବା ଲାଗି ନିଷ୍ପତ୍ତି ନେଇଥିବା ଅନ୍ୟ ୭ ଖେଳାଳି ହେଲେ ନିରୋଶାନ ଡିକ୍‌ଓ୍ବେଲା, କୁସାଲ ପେରେରା, ଧନଞ୍ଜୟ ଡି’ ସିଲ୍‌ଭା, ଆକିଲା ଦନଞ୍ଜୟ, ସୁରଙ୍ଗ ଲକମଲ, ଦୀନେଶ ଚାଣ୍ଡିମଲ ଓ ଦିମୁଥ କରୁଣାରତ୍ନେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ବୈଭବ ସୂର୍ଯ୍ୟବଂଶୀ- ଇଶାନ କିଶନଙ୍କୁ ଆପ୍ୟାୟିତ କରିବାକୁ ପ୍ରସ୍ତୁତ ଜାପାନ

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର ସାନୋ କ୍ଲବ୍ଠାରେ ଭାରତ ଏବଂ ଜାପାନ ମଧ୍ୟରେ ଏକ ଐତିହାସିକ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ ଅନୁଷ୍ଠିତ ହେବାକୁ ଯାଉଛି। ଜାପାନରେ ବିହାରର ଲୋକମାନଙ୍କର ଉଲ୍ଲେଖନୀୟ…

CSKର ମୁଖ୍ୟ କୋଚ ହେବା ପରେ ଆସିଲା ଜାହିର ଖାନଙ୍କ ପ୍ରତିକ୍ରିୟା: କହିଲେ…

ନୂଆଦିଲ୍ଲୀ,୨୨।୯: ଚେନ୍ନାଇ ସୁପର କିଙ୍ଗ୍ସର ମୁଖ୍ୟ କୋଚ ଭାବରେ ନିଯୁକ୍ତ ହେବା ପରେ ଭାରତର ପୂର୍ବତନ ଦ୍ରୁତ ବୋଲର ଜାହିର ଖାନ ନିଜର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।…

ନିର୍ବାଚନ ପୂର୍ବରୁ ଟ୍ରମ୍ପଙ୍କୁ ବଡ଼ ଝଟକା; ଆମେରିକୀୟ ସର୍ଭେରୁ ସାମ୍ନାକୁ ଆସିଲା ଚକିତ କଲାଭଳି ତଥ୍ୟ

ଓ୍ବାଶିଂଟନ,୨୨।୯: ଆମେରିକା-ଇରାନ ସଂଘର୍ଷ ଏବଂ ମଧ୍ୟ-ପୂର୍ବରେ ଜାରି ରହିଥିବା ଅସ୍ଥିରତା ମଧ୍ୟରେ ଏପରି ଏକ ଖବର ସାମ୍ନାକୁ ଆସିଛି ଯାହା ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଦେଶ ଭିତରେ…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ, ପିଇଓଙ୍କ ବାସଭବନରେ ଭିଜିଲାନ୍ସର ତନାଘନା

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରଗଡ଼ ଜିଲା ଗାଇସିଲେଟ ବ୍ଲକ କାଟାବାହାଲ ଗ୍ରାମ ପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ)ଙ୍କ ବାସଭବନରେ ଭିଜିଲାନ୍ସ…

Asian Games: ପ୍ରଥମ ସେଟ ଜିତିବା ପରେ କ୍ୱାର୍ଟର ଫାଇନାଲରେ ପ୍ରଶଂସକଙ୍କୁ ନିରାଶ କଲେ ପି.ଭି. ସିନ୍ଧୁ

କାକାମିଗାହାରା,୨୨।୯: ୨୦୨୬ ଏସୀୟ କ୍ରୀଡ଼ାର ମହିଳା ବ୍ୟାଡମିଣ୍ଟନ ଦଳଗତ କ୍ୱାର୍ଟର ଫାଇନାଲରେ, ଭାରତୀୟ ଦଳ ଜାପାନ ବିପକ୍ଷ ପ୍ରାରମ୍ଭିକ ମ୍ୟାଚରେ ପରାଜିତ ହୋଇଛି। ୟାମାଗୁଚିଙ୍କ ବିପକ୍ଷ ମୁକାବିଲାରେ…

ହସ୍ପିଟାଲରେ ନିଆଁ, ଜଣେ ଶିଶୁ ମୃତ, ୨୮ ଉଦ୍ଧାର

ଆଦିଲାବାଦ,୨୨।୯: ତେଲଙ୍ଗାନାର ଆଦିଲାବାଦ ସ୍ଥିତ ରାଜୀବ ଗାନ୍ଧୀ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସେସ (RIMS) ହସ୍ପିଟାଲର ଶିଶୁ ବିଭାଗରେ ନିଆଁ ଲାଗିବା ଫଳରେ ଏକ ନବଜାତ ଶିଶୁର…

ଗଣମାଧ୍ୟମ ସହ ବିବାଦ ମଧ୍ୟରେ ବଡ଼ ପଦକ୍ଷେପ ନେଲେ ଟ୍ରମ୍ପ, ଲଞ୍ଚ କଲେ ନିଜର TV ଚ୍ୟାନେଲ

ଓ୍ବାଶିଂଟନ,୨୨।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଜଡ଼ିତ ‘ଟ୍ରମ୍ପ ଟିଭି’ (Trump TV) ବର୍ତ୍ତମାନ ଲାଇଭ ଷ୍ଟ୍ରିମିଂ ସୁବିଧା ଯୋଗାଇବ। ଏହି ପ୍ଲାଟଫର୍ମ ସପ୍ତାହର ସାତୋଟି…

୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକକୁ ପଛରୁ ପିଟିଲା DJ ଗାଡ଼ି

ଜମନକିରା,୨୨।୯(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ୫୩ ନମ୍ବର ଜାତୀୟ ରାଜପଥ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ରାସ୍ତା କଡ଼ରେ ଠିଆ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?