‘ଭାରତ ସହ ଆଉ ଆଲୋଚନା ଚାହୁଁନୁ’

ନୂଆଦିଲ୍ଲୀ, ୨୩ା୮(ପି.ଟି.):୩୭୦ ଧାରା ଉଚ୍ଛେଦ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ତିକ୍ତତା ବୃଦ୍ଧି ପାଇଥିବାବେଳେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ହତୋତ୍ସାହିତ ହୋଇପଡ଼ିଛନ୍ତି। ଆମେ ଭାରତ ସହ ଆଉ ଦ୍ୱିପାକ୍ଷିକ ଆଲୋଚନା ଚାହୁଁନାହୁଁ ବୋଲି ସେ ବିଦେଶୀ ମିଡିଆକୁ ବିବୃତି ଦେଇ କହିଛନ୍ତି। ନ୍ୟୁୟର୍କ ଟାଇମ୍ସକୁ ସାକ୍ଷାତ୍‌କାରରେ ଇମ୍ରାନ କହିଛନ୍ତି ଯେ, ଆଲୋଚନା ଲାଗି ପ୍ରୟାସ କରାଯାଇଥିଲେ ହେଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ଅଗ୍ରାହ୍ୟ କରିଆସିଛନ୍ତି। ଦ୍ୱିପାକ୍ଷିକ ଶାନ୍ତି ଆଲୋଚନା ପ୍ରୟାସ ବାରମ୍ବାର ଫସର ଫାଟିଛି। ଆଉ ଭାରତ ସହ ଦ୍ୱିପାକ୍ଷିକ ଆଲୋଚନା କରାଯିବ ନାହିଁ। ବହୁ ଦେଶ ଦ୍ୱିପାକ୍ଷିକ ଆଲୋଚନା ଉପରେ ଗୁରୁତ୍ୱ ଦେଇଥିଲେ ହେଁ ଭାରତ ଏହାକୁ ପ୍ରତ୍ୟାଖ୍ୟାନ କରିଆସୁଛି। ଦୁଇ ଅଣୁଶକ୍ତି ସମ୍ପନ୍ନ ପଡ଼ୋଶୀ ଦେଶ ମଧ୍ୟରେ ତିକ୍ତତା ବୃଦ୍ଧି ପାଇବାର ଆଶଙ୍କା ରହିଥିବା ସେ କହିଛନ୍ତି। ଭାରତ ଜମ୍ମୁ-କଶ୍ମୀରରେ ଏକ ତରଫା ୩୭୦ ଧାରା ଉଚ୍ଛେଦ କରିବା ବିରୋଧରେ ଜାତିସଂଘ ସୁରକ୍ଷା ପରିଷଦର ଦ୍ୱାରସ୍ଥ ହୋଇଥିଲୁ ଓ ଏବେ ଅନ୍ତର୍ଜାତୀୟ ନ୍ୟାୟ ଅଦାଲତ (ଆଇସିଜେ)କୁ ଯିବୁ ବୋଲି ଇମ୍ରାନ ପ୍ରକାଶ କରିଛନ୍ତି। ପ୍ରକାଶଥାଉ କି, ଜାତିସଂଘ ସୁରକ୍ଷା ପରିଷଦରେ କେବଳ ଚାଇନାକୁ ଛାଡ଼ିଦେଲେ ୧୪ ଦେଶ ଭାରତ-ପାକ୍‌ ଦ୍ୱିପାକ୍ଷିକ ଆଲୋଚନା ମାଧ୍ୟମରେ ସମସ୍ୟାର ସମାଧାନ କରିବାକୁ ପ୍ରସ୍ତାବ ଦେଇଥିଲେ। ହେଲେ ପାକିସ୍ତାନର ଆଭିମୁଖ୍ୟ ଓ ସୀମାପାର୍‌ ଆତଙ୍କବାଦକୁ ନେଇ ଭାରତ ଏବେ ଆଲୋଚନା କରିବାକୁ ମନାକରିଛି। ପ୍ରଥମେ ଆତଙ୍କବାଦ ଦମନ କରାଯିବା ସହ ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣ ସୃଷ୍ଟି କରାଯିବା ଉପରେ ଭାରତ ଗୁରୁତ୍ୱ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ

ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ: ଭାରତ ଯୋଗାଇବ ଇଣ୍ଡୋନେସିଆକୁ ସେହି ଅସ୍ତ୍ର, ଯାହା ପାକିସ୍ତାନକୁ ଥରାଇ ଦିଏ…

ନୂଆଦିଲ୍ଲୀ,୭।୭: ଭାରତ-ଇଣ୍ଡୋନେସିଆ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ ହୋଇଛି। ଭାରତ ମଙ୍ଗଳବାର ଇଣ୍ଡୋନେସିଆକୁ ବ୍ରହ୍ମୋସ କ୍ଷେପଣାସ୍ତ୍ର ଯୋଗାଇ ଦେବା ନେଇ ଚୁକ୍ତି ସ୍ବାକ୍ଷର କରିଛି।…

ସିରିଜ ବିସ୍ଫୋରଣରେ ଥରି ଉଠିଲା ସିରିଆ; ଡାମାସ୍କସରେ ମାକ୍ରନଙ୍କ ହୋଟେଲ ନିକଟରେ ମଧ୍ୟ ବଡ଼ ବିସ୍ଫୋରଣ, ସୁରକ୍ଷିତ ଅଛନ୍ତି ରାଷ୍ଟ୍ରପତି

ଡାମାସ୍କସ,୭।୭: ମଙ୍ଗଳବାର ସିରିଆର ରାଜଧାନୀ ଡାମାସ୍କସରେ ଗୋଟିଏ ପରେ ଗୋଟିଏ ବିସ୍ଫୋରଣ ଘଟିଥିଲା। ଉଲ୍ଲେଖଯୋଗ୍ୟ, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ବର୍ତ୍ତମାନ ସିରିଆ ଗସ୍ତରେ ଅଛନ୍ତି ଏବଂ…

ଆଳି ବ୍ରାହ୍ମଣୀ ନଦୀରେ ଭାସୁଛି ବିରାଟକାୟ କୁମ୍ଭୀର, ଆତଙ୍କିତ ସ୍ଥାନୀୟ ଲୋକେ

ପଟ୍ଟାମୁଣ୍ଡାଇ,୭।୭(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଳି ଦେଇ ବହିଯାଇଥିବା ବ୍ରାହ୍ମଣୀ ନଦୀର ପତ୍ରପୁର ସେତୁ ନିକଟରେ ଏକ ବିରାଟକାୟ ବଉଳା କୁମ୍ଭୀର ଭାସୁଥିବା ଦେଖିବାକୁ ମିଳିଛି…

ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ…

ପାଣିରେ ବୁଡ଼ିଗଲେ ସ୍ବପ୍ନେଶ୍ୱର ମହାଦେବ, ତଥାପି ଚାଲିଛି ପୂଜାର୍ଚ୍ଚନା

କଟକ,୭।୭: ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଗତ ଦିନ ହେଲା ଜିଲାର ବିଭିନ୍ନ ନଦୀରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଏଭଳିସ୍ଥିତିରେ କଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri