Posted inଖେଳ

ଭାରତ-ସିରିଆ ମ୍ୟାଚ ଡ୍ର

ଅହମ୍ମଦାବାଦ, ୧୭ା୭ (ପି.ଟି.)- ଭାରତ ଓ ସିରିଆ ମଧ୍ୟରେ ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟର ଅନ୍ତିମ ଲିଗ୍‌ ମ୍ୟାଚ ୧-୧ ଗୋଲ୍‌ରେ ବରାବର ଭାବେ ଶେଷ ହୋଇଛି। ସ୍ଥାନୀୟ ଇକେଏ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଏହି ମ୍ୟାଚର ୫୨ତମ ମିନିଟ୍‌ରେ ୧୮ବର୍ଷୀୟ ସେଣ୍ଟ୍ରାଲ ଫରଓ୍ବାର୍ଡ ନରେନ୍ଦର ଗେହଲଟ ଏକ ଗୋଲ ସ୍କୋର କରି ଭାରତକୁ ୧-୦ରେ ଅଗ୍ରଣୀ କରାଇଥିଲେ। କିନ୍ତୁ ସିରିଆ ତରଫରୁ ଫିରାସ ଅଲ୍‌ ଖାତିବ ୭୮ତମ ମିନିଟ୍‌ରେ ଏକ ଗୋଲ ଦେଇ ମ୍ୟାଚକୁ ୧-୧ ସ୍ଥିତିକୁ ନେଇ ଆସିଥିଲେ। ଏହି ଟୁର୍ନାମେଣ୍ଟରେ ଭାରତ ତାଜିକ୍‌ସ୍ତାନ ବିପକ୍ଷ ଏହାର ପ୍ରଥମ ମ୍ୟାଚ ୨-୪ ଏବଂ ଉତ୍ତର କୋରିଆ ବିପକ୍ଷରେ ୨-୫ ଗୋଲରେ ହାରିଯାଇଥିଲା। ମଙ୍ଗଳବାର ମ୍ୟାଚରେ ଗୋଟିଏ ପଏଣ୍ଟ ପାଇ ଦଳ ପଏଣ୍ଟ ଟେବୁଲର ସର୍ବନିମ୍ନ ସ୍ଥାନରେ ରହିଛି। ଭାରତ ଏହି ମ୍ୟାଚ ଡ୍ର’ ରଖିବା ଦ୍ୱାରା ସିରିଆର ଫାଇନାଲ ଖେଳିବା ଆଶା ଧୂଳିସାତ୍‌ ହୋଇଯାଇଛି। ଫାଇନାଲ ପାଇଁ ଯୋଗ୍ୟତା ହାସଲ ଲାଗି ଏହି ପଶ୍ଚିମ ଏସୀୟ ଦେଶକୁ ଗୋଟିଏ ବିଜୟ ଆବଶ୍ୟକ ପଡ଼ୁଥିଲା। ମତ୍ର ଦଳ ୩ଟି ମ୍ୟାଚରୁ ୪ ପଏଣ୍ଟ ସହ ଟେବୁଲରେ ତୃତୀୟ ସ୍ଥାରେ ରହିଥିଲା। ଅନ୍ୟପକ୍ଷରେ ତାଜିକ୍‌ସ୍ତାନ ଉତ୍ତର କୋରିଆ ପ୍ରତ୍ୟେକ ତିନୋଟି ମ୍ୟାଚରୁ ୬ ପଏଣ୍ଟ ଲେଖାଏଁ ହାସଲ କରି ଶନିବାର ଫାଇନାଲ ଖେଳିବାକୁ ଯୋଗ୍ୟତା ଅର୍ଜନ କରିଛନ୍ତି। ଭାରତ ଗତବର୍ଷ ଟୁର୍ନାମେଣ୍ଟର ଉଦ୍‌ଘାଟନୀ ସଂସ୍କରଣର ଚାମ୍ପିୟନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଗଛକୁ ପିଟିଲା ବରଯାତ୍ରୀ ବସ୍‌: ବର-କନ୍ୟା ସମେତ…

ସିମୁଳିଆ, ୧୫।୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ୧ କିମି. ଦୂର ୧୬ନଂ ଜାତୀୟ ରାଜପଥର କଣିଆରି ଛକ ନିକଟରେ ବରଯାତ୍ରୀ ମିନି ବସ…

ଅନୁ ଗର୍ଗଙ୍କ ବଡ଼ ଘୋଷଣା: ଓଡ଼ିଶା ହେବ ‘ଏସିଆ’ର….

ଭୁବନେଶ୍ୱର,୧୫ା୪(ରବିନାରାୟଣ ଜେନା):ଓଡ଼ିଶାରେ ସମୃଦ୍ଧ ଐତିହ୍ୟ, ବିବିଧ ସଂସ୍କୃତି ଓ ପ୍ରାକୃତିକ ମନୋରମ୍ୟ ରହିଛି। ଏହାକୁ ନେଇ ବିଶ୍ୱସ୍ତରୀୟ ପର୍ଯ୍ୟଟକମାନଙ୍କୁ କିଭଳି ଆକର୍ଷିତ କରାଯାଇ ପାରିବ ସେନେଇ ପର୍ଯ୍ୟଟନ…

୪ବର୍ଷ ବିତିଲା, ମିଳିଲାନି ନିଖୋଜ ଶ୍ରମିକଙ୍କ ପତ୍ତା

ନୂଆପଡ଼ା,୧୫ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଦର୍ଲିପଡା ଗଁ।ର ଜଣେ ଦାଦନ ଶ୍ରମିକ ନିଖୋଜ ହେବାର ପ୍ରାୟ ୪ବର୍ଷ ବିତିଯାଇଥିଲେ ମଧ୍ୟ ତାଙ୍କର ପତ୍ତା ମିଳିନାହିଁ।…

ବିଜେଡି-କଂଗ୍ରେସ ମେଣ୍ଟକୁ ନେଇ ବଢୁଛି ଚର୍ଚ୍ଚା: ମନମୋହନ ଦେଲେ ଏମିତି ପରାମର୍ଶ

ଭୁବନେଶ୍ୱର,୧୫।୪(ସୁନିତ୍‌ ମିଶ୍ର):୨୦୨୭ରେ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ହେବ। ଏଥିଲାଗି ପ୍ରସ୍ତୁତି ଏକ ପ୍ରକାର ଆରମ୍ଭ ହୋଇସାରିଛି। ଆସନ ସଂରକ୍ଷଣ ଆସନ୍ତା ୩୦ ତାରିଖ ସୁଦ୍ଧା ଶେଷ କରିବାକୁ…

ଆହୁରି ବଢ଼ିବ ତାତି: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୫।୪ (ବନ୍ଦନା ସେଠୀ): ରାଜ୍ୟରେ ଆହୁରି ବଢିବ ତାତି। ଗରମ ତାୱାରେ ଜଳିବ ଓଡ଼ିଶା। ସେହିପରି ଆସନ୍ତା ୬ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମର ପ୍ରକୋପ ଲାଗିରହିବ। ଦିନର…

ଆମେରିକାକୁ ଚେତାବନୀ ଦେଲା ଚାଇନା: ହର୍ମୁଜକୁ ନେଇ ହଲଚଲ

ବେଜିଂ,୧୫ା୪(ଏଜେନ୍ସି):ପାକିସ୍ତାନ ମଧ୍ୟସ୍ଥତାରେ ଇସ୍‌ଲାମାବାଦରେ ୨୧ ଘଣ୍ଟିଆ ଶାନ୍ତି ଆଲୋଚନାରୁ ନିଷ୍କର୍ଷ ନ ବାହାରିବାରୁ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ଆମେରିକା ଓ ଇରାନ୍‌ ପୁଣି ମୁହଁାମୁହଁି ହୋଇଛନ୍ତି। ଆମେରିକୀୟ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଏଲପିଜିକୁ ନେଇ ରାଜ୍ୟ ସରକାରଙ୍କୁ ମୋଦିଙ୍କ ବଡ଼ ନିର୍ଦ୍ଦେଶ, ଏପ୍ରିଲ ୧୩…

ନୂଆଦିଲ୍ଲୀ,୧୪।୪: ମଧ୍ୟପ୍ରାଚ୍ୟର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପେଟ୍ରୋଲ, ଡିଜେଲ କିମ୍ୱା ଅନ୍ୟାନ୍ୟ ପେଟ୍ରୋଲିୟମ ଉତ୍ପାଦର କୌଣସି ଅଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri