ଭାରସାମ୍ୟ ହରାଇ ନାଳକୁ ଖସିଲା ଟ୍ରାକ୍ଟର: ଚାପି ହୋଇ ଡ୍ରାଇଭର, ହେଲ୍‌ପରଙ୍କ ଜୀବନ ଗଲା

ଅମରପାଲି,୫।୩(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର କଦଳୀମୁଣ୍ଡା-ଜନକପୁର ରାସ୍ତା ମଝିରେ ରେଙ୍ଗାଲି ନାଳଠାରେ ଟ୍ରାକ୍ଟର ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଡ୍ରାଇଭର ଥିବା ବଳରାମ ଖଡ଼ିଆ(୩୭) ଏବଂ ହେଲ୍‌ପର ଖଣ୍ଡହତା ପଞ୍ଚାୟତ ବଡ଼କିରାସିରା ଗ୍ରାମର ଲକ୍ଷ୍ମୀକାନ୍ତ ପ୍ରଧାନ(୪୦)। ବୀରମହାରାଜପୁର ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି। ସକାଳେ ଟ୍ରାକ୍ଟର ବାଲି ଅନ୍‌ଲୋଡ଼ କରି ଫେରୁଥିବା ବେଳେ ଭାରସାମ୍ୟ ହରାଇ ଟ୍ରାକ୍ଟରଟି ନାଳକୁ ଖସି ପଡ଼ିଥିଲା। ଫଳରେ ଉଭୟ ଡ୍ରାଇଭର ଓ ହେଲ୍‌ପର ଗାଡ଼ି ତଳେ ଚାପି ହୋଇଯାଇଥିଲେ। ଏ ନେଇ ଖବର ପାଇ ପ୍ରାୟ ୨ ଘଣ୍ଟା ପରେ ଦମକଳ ଆସି ପହଞ୍ଚି ମୃତଦେହ ଉଦ୍ଧାର କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ହେଲେ ଅବକାରୀ ଥାନା ବନ୍ଦ: ଡିସ୍‌ପ୍ଲେ ବୋର୍ଡ ଜଳୁଛି, କାର୍ଯ୍ୟାଳୟରେ ତାଲା ଝୁଲୁଛି

ଲୋଇସିଂହା,୪।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଅବକାରୀ ଥାନାରେ ରାତି ସମୟରେ କେହି ଷ୍ଟାଫ ରହୁ ନ ଥିବା ଅଭିଯୋଗ ହେଉଛି ା ବୁଧବାର ସନ୍ଧ୍ୟାରେ କାର୍ଯ୍ୟାଳୟର ଡିସପ୍ଲେ…

ଜବରଦଖଲରେ ସରକାରୀ ଜମି: ୯ ଏପ୍ରିଲରେ ଡିମାର୍କେଶନ ନିର୍ଦ୍ଧାରିତ

ବଞ୍ଚୋ,୪।୪(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲ ନେଇ ସମସ୍ୟା ଗୁରୁତର ରୂପ ନେଇଥିଲା । ଏହି…

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri