ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା କାର୍‌ : ଜଣେ ମୃତ, ଜଣେ ଗୁରୁତର

ତାଳଚେର,୩।୧୧(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ଥାନା ଅନ୍ତର୍ଗତ ଗୋଡ଼ିବନ୍ଧ ନିକଟସ୍ଥ ଶିବରାମପୁର-କନ୍ଧବେରେଣି ରାସ୍ତାରେ ଶନିବାର ରାତିରେ ଏକ ମାରୁତି ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିବାରୁ ଜଣକର ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଛନ୍ତି । ମୃତକ ହେଲେ ତାଳଚେର ବୀରବରପଲ୍ଲୀର ଅରୁଣ ସିଂହଙ୍କ ଏକମାତ୍ର ପୁଅ ଅମିତ୍‌(୨୭)। ଗୁରୁତରଙ୍କ ପରିଚୟ ମିଳିପାରି ନାହିଁ।
ସୂଚନାଯୋଗ୍ୟ, ଶନିବାର ରାତିରେ ଅମିତ କାର୍‌ ଚଳାଇ ଅନ୍ୟ ଜଣଙ୍କୁ ବସାଇ ଉକ୍ତ ରାସ୍ତାରେ ଘରକୁ ଫେରୁଥିଲେ । ତେବେ ବୁଲାଣି ନିକଟରେ ରାସ୍ତାକୁ ଲାଗି ଏକ ଜଳାଶୟ ଥିବା ଅନ୍ଧାରରେ ସେ ଜାଣି ନ ପାରି ଭାରସାମ୍ୟ ହରାଇ ପୋଲ ତଳକୁ ଖସିପଡ଼ିଥିଲେ। ଖବର ପାଇ ସ୍ଥାନୀୟ ନୂଆ ବଲାଙ୍ଗି ବାସିନ୍ଦା ସେଠାରେ ପହଞ୍ଚି କାର ଭିତରୁ ଉଭୟଙ୍କୁ ଉଦ୍ଧାର କରି ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ଅମିତଙ୍କୁ ମୃତ ଘୋଷଣା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ବିବାଦ: ଟ୍ରମ୍ପଙ୍କ ନାଁ ନନେଇ ଏମିତି କହିଦେଲେ ମୋହନ ଭାଗବତ, ବିଶ୍ବକୁ ଦେଲେ ଶାନ୍ତିର ମନ୍ତ୍ର

ନୂଆଦିଲ୍ଲୀ,୨୦।୩: ଇରାନ-ଆମେରିକା ବିବାଦ ଭିତରେ ଆରଏସଏସ ମୁଖ୍ୟ ମୋହନ ଭାଗବତ ବିଶ୍ୱକୁ ଶାନ୍ତିର ବାର୍ତ୍ତା ଦେଇଛନ୍ତି । ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ମୁଖ୍ୟ ମୋହନ ଭାଗବତ…

ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ: ମାଟ୍ରିକ ପରୀକ୍ଷା ଦେଲେନି ୯୯୩୦ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୦।୩: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ଗୃହରେ ଏକ ବଡ଼ ବୟାନ ଦେଇଛନ୍ତି। ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ୯୯୩୦ଜଣ ଛାତ୍ରୀଛାତ୍ର ଅନୁପସ୍ଥିତ…

ରାଜ୍ୟ ସରକାରଙ୍କ ବଡ଼ ଆକ୍ସନ: ୨୫ ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌

ଭୁବନେଶ୍ୱର,୨୦ା୩: ଶିଳ୍ପାନୁଷ୍ଠାନ ଉପରେ ରାଜ୍ୟ ସରକାର ନେଇଛନ୍ତି କଡ଼ା ଆକ୍ସନ। ୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛନ୍ତି ସରକାର। ଜମି ନେଇ ଶିଳ୍ପ କରୁ…

ସରକାରଙ୍କ ନୂଆ ନିର୍ଦ୍ଦେଶ: ତେଲ-ଗ୍ୟାସ ବ୍ୟବହାର କରୁଥିବା କମ୍ପାନୀଗୁଡ଼ିକୁ କରିବାକୁ ପଡିବ ଏହି କାମ

ନୂଆଦିଲୀ,୨୦।୩: ପଶ୍ଚିମ ଏସିଆରେ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ଶକ୍ତି ସଙ୍କଟ ମଧ୍ୟରେ, ସରକାର ଦେଶ ମଧ୍ୟରେ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛନ୍ତି। ଏହି…

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବେ ଛଅଟି ଦେଶ; ବିଶ୍ୱ ସାରାରେ ଖାଦ୍ୟ ସଙ୍କଟ ତୀବ୍ର ହୋଇପାରେ

ତେହାରାନ,୨୦।୩: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି। ଆମେରିକା ଏବଂ ଇସ୍ରାଏଲର ଭୟଙ୍କର ଆକ୍ରମଣରୁ ପୂର୍ବରୁ ଜଳୁଥିବା ଏକ ମୋର୍ଚ୍ଚାରେ, ଇରାନ…

ଯୁଦ୍ଧ ଭିତରେ ଖସିଲା ସୁନାଦର; ଦେଢଲକ୍ଷରୁ ତଳକୁ ଖସିଲା ଭରିଏ ସୁନାର ମୂଲ୍ୟ!

ନୂଆଦିଲ୍‌ଲୀ,୨୦।୩: ଖସିଲା ସୁନା, ରୁପା ଦର । ସପ୍ତାହକ ମଧ୍ୟରେ ୨୦ ହଜାର ଟଙ୍କା ଖସିଲାଣି ସୁନା ଦର । ଦେଢ଼ ଲକ୍ଷରୁ ତଳକୁ ଖସିଲା ଭରିଏ…

ବଢିଲା ଭାରତ-ଚାଇନା ସମେତ ଅନେକ ଦେଶର ଟେନସନ, ୫ ବର୍ଷ ପର୍ଯ୍ୟନ୍ତ ଗ୍ୟାସ ସପ୍ଲାଇ ଉପରେ ପଡ଼ିବ ପ୍ରଭାବ

ଦୋହା/ନୂଆଦିଲ୍ଲୀ,୨୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇରାନ କେବଳ ଇସ୍ରାଏଲ ଏବଂ ଆମେରିକା ବିରୁଦ୍ଧରେ ଆକ୍ରମଣ ଆରମ୍ଭ କରୁନାହିଁ ବରଂ ଉପସାଗରୀୟ ରାଷ୍ଟ୍ରଗୁଡ଼ିକୁ ମଧ୍ୟ ଟାର୍ଗେଟ କରୁଛି।…

ଆଫଗାନିସ୍ତାନକୁ ଯୁଦ୍ଧରେ ସାହାଯ୍ୟ କରୁଛି ଭାରତ! ପାକିସ୍ତାନ ଆଣିଲା ସାଂଘାତିକ ଅଭିଯୋଗ…

ନୂଆଦିଲ୍‌ଲୀ,୨୦।୩: ଆଫଗାନିସ୍ତାନରେ ତାଲିବାନର ସର୍ୱୋଚ୍ଚ ନେତା ହିବାତୁଆଲ୍ଲାହ ଆଖୁନ୍ଦଜାଦା ପାକିସ୍ତାନ ସମ୍ପର୍କରେ ଏକ ଅତ୍ୟନ୍ତ କଠୋର ଏବଂ ସ୍ପଷ୍ଟ ବାର୍ତ୍ତା ଦେଇଛନ୍ତି। ଇଦ-ଉଲ-ଫିତର ଅବସରରେ କାନ୍ଦାହାରର ଇଦଗାହରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri