କେନ୍ଦୁଝର/ସଜନାଗଡ଼,୨୯।୪(ଡି.ଏନ.ଏ.)-ବାଲେଶ୍ୱର ଓ କେନ୍ଦୁଝର ଜିଲାରେ ମଙ୍ଗଳବାର ୨ଜଣ ଯୁବକ ଭାଲୁ ଆକ୍ରମଣର ଶିକାର ହୋଇଛନ୍ତି। ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ଗୁହାଳିଆ ଗ୍ରାମର କରୁଣାକର ମହାନ୍ତି ଗାଈ ଚରାଇବାକୁ ଯାଇ ଭାଲୁ ଆକ୍ରମଣର ଶିକାର ହୋଇଛନ୍ତି। ସେ ଜୋରରେ ଚିତ୍କାର କରିବାରୁ କିଛି ସମୟ ପରେ ଭାଲୁ ଛାଡ଼ି ପଳାଇଥିଲା। ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ନୀଳଗିରି ଡାକ୍ତରଖାନାକୁ ନେଇଯାଇଥିଲେ। ଏବେ କରୁଣାକର ଚିକିତ୍ସାଧୀନ ଅଛନ୍ତି।
ସେହିପରି କେନ୍ଦୁଝର ଜିଲା ଭୂୟଁା ଜୁଆଙ୍ଗ ପୀଢ ରେଞ୍ଜ ଅନ୍ତର୍ଗତ ଶିରିଶଖୁଣ୍ଟା ଗ୍ରାମର ଅର୍ଜୁନ ନାଏକ(୨୮) ନାମକ ଯୁବକ ଭାଲୁ ଆକ୍ରମଣରେ ଗୁରୁତର ହୋଇ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସେ ଅପରାହ୍ନରେ ଗ୍ରାମ ନିକଟସ୍ଥ ଜଙ୍ଗଲକୁ ଯାଇଥିବାବେଳେ ଆକ୍ରମଣର ଶିକାର ହୋଇଥିଲେ। ଭାଲୁ ଅର୍ଜୁନଙ୍କ ମୁଣ୍ଡ ଓ ଦୁଇ ହାତରେ କାମୁଡି ଦେଇ ରକ୍ତାକ୍ତ କରି ପକାଇଥିଲେ। ଅର୍ଜୁନଙ୍କ ପାଟି ଶୁଣି ଗଁା ଲୋକେ ପହଞ୍ଚି ତାଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଇଥିଲେ।
Posted inଆମ ଜିଲା ଖବର, କେନ୍ଦୁଝର View All
ପାଣିରେ ପାଦ ଦେଉ ଦେଉ ମହିଳାଙ୍କୁ ଟାଣିନେଲା ବଉଳା କୁମ୍ଭୀର, ଏକ କିଲୋମିଟର ଦୂରରେ ଘଟିଲା…..
ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡା ଜିଲାର ନଦୀରେ ମାଳ ମାଳ କୁମ୍ଭୀରମାନଙ୍କ ଉପଦ୍ରବ ଦିନକୁ ଦିନ ବଢ଼ିବାରେ ଲାଗିଛି । ଏଥି ପାଇଁ ବନ ବିଭାଗ ଅଧିକାରୀଙ୍କ…
ବିଏସଏଫ ଯବାନ ତୁଷାର ବାଗଙ୍କୁ ଥୁଆମୂଳ ରାମପୁରରେ ଭବ୍ୟ ସମ୍ବର୍ଦ୍ଧନା
ଥୁଆମୂଳ ରାମପୁର,୧୫।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ର ଜଣେ ଶ୍ରମିକ ଦିନ ମଜୁରିଆଙ୍କ ପୁଅ ତୁଷାର ବାଗ ଭାରତୀୟ ସୀମା ସୁରକ୍ଷା ବଳ (ବିଏସ୍ଏଫ୍)ରେ…
ସୁନାମି ଆସିବା ୪୫ ମିନିଟ୍ ପୂର୍ବରୁ ମିଳିବ ସତର୍କ ସୂଚନା, ମହାକାଳପଡ଼ାର ୧୮ ଗାଁରେ ଆଲର୍ଟ ଟାୱାର
ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ୧୮ ଗାଁରେ ସ୍ଥାପନ ହୋଇଛି ସୁନାମି ଆଲର୍ଟ ଟାୱାର । ବ୍ଲକର ତନ୍ତିଆପାଳ, ଶାସନ,…
ଗୁଣ୍ଡିରିବାଡିରେ ହାତୀ ଆତଙ୍କ; ଗୋଦାମ ଭାଙ୍ଗି ଚାଉଳ ଖାଇଲା; ଭୟରେ ଗ୍ରାମବାସୀ
ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଗୁଣ୍ଡିରିବାଡି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଟିଏ ହାତୀ ପଶି ଆତଙ୍କ…
ଦାରିଙ୍ଗବାଡ଼ିର ଦୁର୍ଗମ ପାହାଡ଼ରୁ ମେଡିକାଲ କଲେଜ: ୩ ବର୍ଷରେ NEET କ୍ଲିୟର କଲେ ୮ ଛାତ୍ରୀଛାତ୍ର
ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ଓଡିଶାର କାଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡି ଏକ ବୃହତ ବ୍ଲକ ଭାବେ ପରିଚିତ । ଏଠାରେ ବଣ, ଜଙ୍ଗଲ ଘେରା ଦୁର୍ଗମ ପାହାଡ଼ ଉପରେ…
୨ ବାଇକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର
ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍…
ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ
ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…
ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର
ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

