ଭାଲେଣ୍ଟାଇନ୍ସ ଡେ’ରେ ପିଲାମାନଙ୍କୁ ଶପଥ କରାଇଲେ ଶିକ୍ଷକ: କରିବେ ନାହି ପ୍ରେମ କି ପ୍ରେମ ବିବାହ

ଅମରାବତୀ,୧୪।୨: ମହାରାଷ୍ଟ୍ର ଅମରାବତୀ ଜିଲାରେ ଥିବା ଏକ ଆର୍ଟସ କଲେଜର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏଠାରେ ଭାଲେଣ୍ଟାଇନ୍ସ ଡେ’ ଅବସରରେ ପିଲାମାନଙ୍କୁ ଶିକ୍ଷକ ପ୍ରେମ କରିବାକୁ ବାରଣ କରିଥିବା ବେଳେ ପ୍ରେମ ବିବାହ ନ କରିବାକୁ ଶପଥ ଦେଇଛନ୍ତି। ଏହାସହ ଯେଉଁ ପୁଅ ଯୌତୁକ ମାଗୁଥିବ ସେଭଳି ପୁଅଙ୍କୁ ମଧ୍ୟ ବିବାହ ନ କରିବାକୁ ଶପଥ କରାଯାଇଛି। କେବଳ ପରିବାର ଲୋକେ ଓ ମାତାପିତାଙ୍କ ଉପରେ ଭରସା କରିବାକୁ ଶିକ୍ଷକ କହିଛନ୍ତି। କଲେଜ ନିକଟରେ ଆୟୋଜିତ ଏକ ଏନ୍‌ଏସ୍‌ଏସ୍‌ କ୍ୟାମ୍ପରେ ପିଲାମାନଙ୍କୁ ଏଭଳି ଶପଥପାଠ କରାଯାଇଥିବା କୁହାଯାଉଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ଫଳରେ ଏହାକୁ ନେଇ ଏବେ ବିବାଦ ମୁଣ୍ଡ ଟେକିଛି। ଏହାକୁ ନେଇ ଭାଜପାର ଜଣେ ନେତା ଏଭଳି କାର୍ଯ୍ୟର ନିନ୍ଦା କରିଛନ୍ତି। ଏହି ଭିଡିଓରେ କେବଳ ଛାତ୍ରୀମାନେ ନଜର ଆସିଥିବାକୁ ପଙ୍କଜା ମୁଣ୍ଡେ ଟୁଇଟ୍‌ କରି କହିଛନ୍ତି ଛାତ୍ରୀ ନୁହେଁ ବରଂ ଛାତ୍ରମାନଙ୍କୁ ଏଭଳି ଶପଥପାଠ କରାଇବା ଦରକାର। ଯେଉଁମାନେ ଏକତରଫା ପ୍ରେମ କରି ଝିଅମାନଙ୍କୁ ଏସିଡ୍‌ ମାଡ କରୁଛନ୍ତି। ଆଉ ଯେଉଁମାନେ ଖରାପ ନଜରରେ ଝିଅମାନଙ୍କୁ ଦେଖୁଛନ୍ତି। ଏହାକୁ ନେଇ ଆଦିତ୍ୟ ଠାକରେ କହିଛନ୍ତି, ବିବାହ ନିଜସ୍ବ ପସନ୍ଦ ଏଥିରେ କେହି ହସ୍ତକ୍ଷେପ କରିବା ଉଚିତ ନୁହେଁ। ସୂଚନାଯୋଗ୍ୟ, ଶପଥ ସମୟରେ ଛାତ୍ରୀମାନେ କହୁଛନ୍ତି ସମାଜରେ ଏସିଡ୍‌ ମାଡ ଘଟଣାକୁ ଦେଖି ଆମେ ଶପଥ ନେଉଛୁ କେବେବି ପ୍ରେମ କରିବୁ ନାହିଁ କି ପ୍ରେମ ବିବାହ କରିବୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri