ଭାଲେଣ୍ଟାଇନ୍ସ ଡେ’ରେ ଶପଥ ନେବେ କେଜରିଓ୍ବାଲ!

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ଆରମ୍ଭ ହୋଇଗଲାଣି ଅଙ୍କ କଷା। ଆମ ଆଦମୀ ପାର୍ଟି(ଏଏପି) ଏଥର ବହୁମତରେ ଆସି ପୁଣିଥରେ ଦିଲ୍ଲୀରେ ସରକାର ଗଠନ କରିବ ବୋଲି ପୂର୍ବରୁ ଏକ୍‌ଜିଟ୍‌ ପୋଲ୍‌ରେ ଆକଳନ କରାଯାଇଥିଲା। ଏବେ ଭୋଟ ଗଣତି ଅଧା ହେବା ବେଳକୁ ଏଏପି ବହୁମତଠାରୁ ଆଗରେ ଥିବା ବେଳେ ପୁଣିଥରେ କେଜରିଓ୍ବାଲ ମୁଖ୍ୟମନ୍ତ୍ରୀ ହେବେ ବୋଲି ଅନୁମାନ କରାଯାଉଛି। ଏମିତିକି କେଜରିଓ୍ବାଲ ମୁଖ୍ୟମନ୍ତ୍ରୀ ଭାବେ ଫେବୃୟାରୀ ୧୪ ଅର୍ଥାତ୍‌ ଭାଲେଣ୍ଟାଇନ୍ସ ଡେ’ରେ ଶପଥ ନେବେ ବୋଲି ଆଲୋଚନା ହେଲାଣି। କୁହାଯାଏ ଏହି ଭାଲେଣ୍ଟାଇନ୍ସ ଡେ’ ସହ କେଜରିଓ୍ବାଲଙ୍କ ରହିଛି ଏକ ଭିନ୍ନ ସମ୍ପର୍କ। ୨୦୧୩ରେ କେଜରିଓ୍ବାଲଙ୍କ ନେତୃତ୍ୱରେ ଏଏପି ଦିଲ୍ଲୀରେ ସରକାର ଗଠନ କରିଥିଲା। ସେତେବେଳେ କଂଗ୍ରେସ ସହ ମେଣ୍ଟ କରି ଏଏପି ସରକାର ଗଠନ କରିଥିବା ବେଳେ ଅରବିନ୍ଦ କେଜରିଓ୍ବାଲ ମୁଖ୍ୟମନ୍ତ୍ରୀ ଆସନରେ ବସିଥିଲେ। କିନ୍ତୁ ଏହା ବେଶୀ ଦିନ ତିଷ୍ଠି ନ ଥିଲା। ୪୯ ଦିନ ପରେ ଏହି ସରକାର ଭାଙ୍ଗି ଯାଇଥିଲା ଆଉ ଫେବୃୟାରୀ ୧୪ରେ କେଜରିଓ୍ବାଲ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଏହାପରେ ୨୦୧୫ରେ ୬୭ ଆସନରେ ବିଜୟ ଲାଗ କରି କେଜରିଓ୍ବାଲ ପୁଣିଥରେ ସରକାର ଗଠନ କରିଥିଲେ। ୨୦୧୫ରେ କେଜରିଓ୍ବାଲ ଫେବୃୟାରୀ ୧୪ରେ ଶପଥ ନେବାକୁ ନିଷ୍ପତ୍ତି ନେଇଥିଲେ। ଏଥିରୁ ଅନୁମାନ କରାଯାଉଛି ଏଥର ଯଦି ଏଏପି ବିଜୟ ଲାଭ କରେ ତେବେ କେଜରିଓ୍ବାଲ ୧୪ ଫେବୃୟାରୀ ଅର୍ଥାତ୍‌ ଭାଲେଣ୍ଟାଇନ୍ସ ଡେ’ରେ ଶପଥ ନେଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri