ଭିକ୍ଷା ମାଗି ପରିବାର ଚଳାଉଛନ୍ତି ଦିବ୍ୟାଙ୍ଗ

ବାଲେଶ୍ୱର ଅଫିସ, ୨୭।୨-ଦିବ୍ୟାଙ୍ଗମାନଙ୍କ ପାଇଁ ସ୍ବତନ୍ତ୍ର ଭାବେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ କେତେକ ଯୋଜନା କାର୍ଯ୍ୟକାରୀ ହେଉଥିବା ବେଳେ ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଜଙ୍ଘରାଇ ପଞ୍ଚାୟତ ୨ନଂ. ୱାର୍ଡ଼ର ଦିବ୍ୟାଙ୍ଗ ସଞ୍ଜୟ ବୋର (୨୭) ଏଥିରୁ ବାଦ୍‌ ପଡ଼ିଛନ୍ତି। ସେ ଦିନସାରା ଭିକ୍ଷା ମାଗି ମିଳୁଥିବା ୫୦ରୁ ୧୦୦ ଟଙ୍କାରେ ପରିବାର ଭରଣପୋଷଣ କରୁଥିବା ଜଣାପଡ଼ିଛି। ବାରମ୍ବାର ଭିନ୍ନକ୍ଷମ ଭତ୍ତା, ଇନ୍ଦିରା ଆବାସ, ବିଜୁ ପକ୍କା ଘର ପାଇଁ ୪ବର୍ଷ ଧରି ଆବେଦନ କରୁଥିଲେ ମଧ୍ୟ କର୍ତ୍ତୃପକ୍ଷ ତାଙ୍କର ଗୁହାରିକୁ ଗୁରୁତ୍ୱ ଦେଉ ନ ଥିବା ସେ ଅଭିଯୋଗ କରିଛନ୍ତି।
୫ ବର୍ଷ ପୂର୍ବରୁ ସଞ୍ଜୟ ବାଡ଼ିରେ ଥିବା ଆମ୍ବଗଛରୁ ଆମ୍ବ ବିଛାଉଥିବା ବେଳେ ଆମ୍ବ ନଶି ଆଖିରେ ପଡ଼ିଯିବାରୁ ଆଖି ଦୁଇଟି ନଷ୍ଟ ହୋଇଥିଲା। ଜିଲା ମୁଖ୍ୟ ଚିକିତ୍ସାଳୟ ତଥା କଟକ ବଡ଼ ଡାକ୍ତରଖାନାର ଚକ୍ଷୁ ବିଭାଗରେ ବହୁ ଚିକିତ୍ସା କରିବା ପରେ ମଧ୍ୟ କିଛି ସୁଫଳ ମିଳିଲାନି। ପରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଆବେଦନ କରି ବିଭାଗୀୟ ଅଧିକାରୀଙ୍କ ଠାରୁ ୭୫ ପ୍ରତିଶତ ଦିବ୍ୟାଙ୍ଗ ପ୍ରମାଣପତ୍ର ପାଇଥିଲେ। ସେବେଠାରୁ ସେ ଭତ୍ତା ପାଇଁ ଲିଖିତ ଆବେଦନ କରିଆସୁଥିଲେ ମଧ୍ୟ ତାଙ୍କୁ ଅଦ୍ୟାବଧି ମିଳିପାରିନାହଁି। ଏପରିକି ଜିଲାପାଳ ଓ ଏସ୍‌ପିଙ୍କ ମିଳିତ ଜନଶୁଣାଣି ଶିବିରରେ ଲିଖିତ ଦେବା ପରେ ମଧ୍ୟ ବିଭାଗୀୟ ଅଧିକାରୀ କୌଣସି ପଦକ୍ଷେପ ଗ୍ରହଣ କରି ନ ଥିବା ଜଣାପଡ଼ିଛି। ସେହିପରି ସଞ୍ଜୟ ଇନ୍ଦିରା ଆବାସ, ବିଜୁ ପକ୍କାଘର, ମାଗଣା ବିଦ୍ୟୁତ୍‌ ସଂଯୋଗ ପାଇ ନ ଥିବାବେଳେ କେବଳ ଅନ୍ତ୍ୟୋଦୟ କାର୍ଡ଼ ମାଧ୍ୟମରେ ୩୫ କିଲୋଗ୍ରାମ୍‌ ଚାଉଳ ପାଉଥିଲେ। ଗତ ଜାନୁୟାରୀଠାରୁ ତାହା ବି ମିଳିବା ବନ୍ଦ ହୋଇଯାଇଛି। ପରିବାରରେ ଥିବା ବୃଦ୍ଧ ବାପା ଓ ସାନଭଉଣୀଙ୍କୁ ଚଳାଇବା ପାଇଁ କୌଣସି ଉପାୟ ନ ପାଇ ଭିକ୍ଷା ବୃତ୍ତିକୁ ଆପଣେଇ ନେଇଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri