ଭିଜିଲାନ୍ସ ଜାଲରେ ଏଆରଆଇ

ନବରଙ୍ଗପୁର,୧୯।୧୨(ବି.ପ୍ର.)-ନବରଙ୍ଗପୁର ଜିଲା କୋଡିଙ୍ଗା ତହସିଲ ଅଧୀନ ବଡଆମ୍ବଡା ରାଜସ୍ବ ନିରିକ୍ଷକ କାର୍ଯ୍ୟାଳୟର ଅତିରିକ୍ତ ରାଜସ୍ବ ନିରିକ୍ଷକ(ଏଆରଆଇ) ହରିବନ୍ଧୁ ରନ୍ଧାରୀ ୧୫ ଶହ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତିି । କୋଷାଗୁମୁଡା ବ୍ଲକ ଅଞ୍ଚଳା ଗାଁର ଘାସିରାମ ହରିଜନଙ୍କ ଜମି ସୀମା ଚିହ୍ନଟ ପାଇଁ ହରିବନ୍ଧୁ ୨ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଘାସିରାମ ୫ ଶହ ଟଙ୍କା ଦେଇଥିଲେ । କିନ୍ତୁ ଏଆରଆଇ ଜମି ସୀମା ଚିହ୍ନଟ ନ କରି ଘାସିରାମଙ୍କୁ ବହୁ ହଇରାଣ କରିଥିଲୋ ଏନେଇ ଘାସିରାମ ଜୟପୁର ଭିଜିଲାନ୍ସ ଏସପିଙ୍କ ନିକଟରେ ଅଭିଯୋଗ କରିଥିଲେ । ଘାସିରାମ ଗୁରୁବାର ୧୫ଶହ ଟଙ୍କା ହରିବନ୍ଧୁଙ୍କୁ କାର୍ଯ୍ୟାଳୟରେ ଦେଇଥିଲେ । ଏହି ସମୟରେ ଏଆରଆଇ ରନ୍ଧାରୀଙ୍କ ଠାରୁ ଭିଜିଲାନ୍ସ ଅଧିକାରୀ ମାନେ ଟଙ୍କା ଜବତ କରିବା ସହ ଗିରଫ କରି ଜୟପୁର ନେଇଯାଇଥିଲେ । ଚଢାଉରେ ରାୟଗଡା ଭିଜିଲାନ୍ସ ଡିଏସପି ଅରୁଣ କୁମାର ନାୟକ, ଇନ୍ସପେକ୍ଟର ବିନୟ କୁମାର ରାୟ, ପ୍ରମିଳା ସୁନା ଓ ଦିନବନ୍ଧୁ ବେହେରା ରହିଥିଲେ । ଏନେଇ ଏକ ମାମଲା ରୁଜୁ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣବର୍ଷାରେ ଭୁଶୁଡ଼ିଲା ଘର କାନ୍ଥ; ଅଳ୍ପକେ ବର୍ତ୍ତିଲେ ପରିବାର, ବିପନ୍ନଙ୍କୁ ସହାୟତା ଦାବି

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଗତ ୪ ଦିନ ବ୍ୟାପି ବର୍ଷା ଲାଗି ରହିଛି । ଫଳରେ ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ…

ପେଟ୍ରୋଲ ପମ୍ପରେ ନୂଆ ନିୟମ! ଦିନକୁ ମିଳିବ ମାତ୍ର ଏତିକି ଲିଟର, ଧାର୍ଯ୍ୟ ହେଲା ଲିମିଟ୍‌

ନୂଆଦିଲ୍ଲୀ,୨୪।୯: ଯଦି ଆପଣଙ୍କ ପାଖରେ ବଡ଼ ଗାଡ଼ି କିମ୍ବା ଡିଜେଲରେ ଚାଲୁଥିବା କମର୍ସିଆଲ ଯାନ ରହିଛି ଏବଂ ନିୟମିତ ଭାବେ ବହୁ ପରିମାଣରେ ଡିଜେଲ ଭରାଇବାକୁ ପଡ଼ୁଛି,…

ଚାଞ୍ଚଲ୍ୟକର ଖୁଲାସା, ଏହି ଖେଳାଳି ଛଡାଇ ନେବେ ଋତୁରାଜଙ୍କ ପଦ!

ନୂଆଦିଲ୍ଲୀ: IPL ୨୦୨୭ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ନିଜ କୋଚିଂ ସେଟଅପ୍‌ରେ ବଡ଼ ପରିବର୍ତ୍ତନ କରିଛି । ଦୀର୍ଘ ସମୟ ଧରି ଦଳର ହେଡ୍…

୫ ରାଜ୍ୟର ନିର୍ବାଚନରେ ପାଣି ଭଳି ଟଙ୍କା ଖର୍ଚ୍ଚ କରିଛି ଭାଜପା, ମୂଲ୍ୟ ଶୁଣିଲେ ହୋଇଯିବେ କାବା! ଏହି ରାଜ୍ୟରେ ସବୁଠୁ ଅଧିକ

ନୂଆଦିଲ୍ଲୀ,୨୪।୯: ଆସାମ, ତାମିଲନାଡୁ, ପୁଡୁଚେରୀ, କେରଳ ଏବଂ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାଜପାର ଖର୍ଚ୍ଚ ରିପୋର୍ଟରୁ ଜଣାପଡ଼ିଛି ଯେ, ଦଳର କେନ୍ଦ୍ରୀୟ କାର୍ଯ୍ୟାଳୟ ଏହି ୫ଟି…

ଗଭୀର ଅବପାତ ପ୍ରଭାବରେ ଫୁଲୁଛି ଋଷିକୁଲ୍ୟା, ଭୟଭୀତ ନହେବାକୁ ପ୍ରଶାସନର ସଚେତନତା

ପୁରୁଷୋତ୍ତମପୁର,୨୪।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ତିନିଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଏହି ଲଗାଣ…

ପାଣି ଘେରରେ ଗୋଖର କୁଦା; ବୁଡ଼ିଲା ତଳିଆ ଅଞ୍ଚଳ, ଆତଙ୍କିତ ମତ୍ସଜୀବୀ

ଗଞ୍ଜାମ,୨୪।୯(ବିଦ୍ୟାଧର ସାହୁ ): ଟଳିଛି ବାତ୍ୟା ଭୟ । ଗଭୀର ଅବପାତ ଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ପାଳିବନ୍ଧ ପଞ୍ଚାୟତ ଗୋଖର କୁଦା ଗ୍ରାମ ପାଣି…

ମୋ ମାଧବ…ହାତରେ ବଂଶୀ ଧରି କୃଷ୍ଣ ସାଜିଲେ ଅଖିଳେଶ, ଜାଣନ୍ତୁ କିଏ ହେଲେ ସୁଦାମା

ଲକ୍ଷ୍ନୌ,୨୪।୯: ସମାଜବାଦୀ ପାର୍ଟି ମୁଖ୍ୟ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଗୁରୁବାର ‘PDA ରଥ’ରେ ରାୟବରେଲୀ ପହଞ୍ଚିଛନ୍ତି । ତାଙ୍କ ଆଗମନ ପୂର୍ବରୁ ସହରର…

‘ଧରିତ୍ରୀ’ ପ୍ରଭାବ: ଜଳମଗ୍ନ ଅଞ୍ଚଳ ପରିଦର୍ଶନ କଲେ ଜିଲାପାଳ

ଛତ୍ରପୁର, ୨୪।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତଜନିତ ପ୍ରବଳ ବର୍ଷା ଯୋଗୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ତାମ୍ପରା ହ୍ରଦ ନିକଟସ୍ଥ ବ୍ୟାଙ୍କ କଲୋନୀର କେତେକ ଅଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?