ଭିଜିଲାନ୍ସ ଜାଲରେ ଏମ୍‌କେସିଜି ମେଡିକାଲ କନିଷ୍ଠ କିରାଣି

ବ୍ରହ୍ମପୁର ଅଫିସ,୭ା୧-ଏମ୍‌କେସିଜି ମେଡିକାଲରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ନାମରେ ଥିବା ଏକ ଏଲଆଇସି କ୍ଲେମ୍‌ ଫାଇଲ ପ୍ରୋସେସିଂ ପାଇଁ ଲାଞ୍ଚ ନେଇ ଏମ୍‌କେସିଜି ସର୍ଜରୀ (ଅସ୍ତ୍ରୋପଚାର) ବିଭାଗ କନିଷ୍ଠ କିରାଣି ସୋମବାର ଗିରଫ ହୋଇଛନ୍ତି। ଅଭିଯୁକ୍ତ ଜଣକ ଶ୍ରୀକାନ୍ତ କୁମାର ଦାସ। ସେ ଆବେଦନକାରୀ ସତ୍ୟନାରାୟଣ ଷଢଙ୍ଗୀଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ ହୋଇଛନ୍ତି। ଏନେଇ ଅତିରିକ୍ତ ଏସ୍‌ପି ଶାନ୍ତୁନୁ କୁମାର ପାଢୀ ସୂଚନା ଦେଇଛନ୍ତି। ମାମଲା ନଂ. ୧/୨୦ରେ ତାଙ୍କୁ ଗିରଫ କରାଯାଇଛି। ତାଙ୍କ ପୁରୋଷୋତ୍ତମପୁର ପୈତୃକ ବାସଭବନ, ସରକାରୀ କ୍ବାର୍ଟର୍ସ, ଏମ୍‌କେସିଜି ସର୍ଜରୀ ବିଭାଗ ଅଫିସରେ ଚଢାଉ କରାଯାଇଛି ବୋଲି ଏଏସ୍‌ପି ପାଢ଼ୀ କହିଛନ୍ତି। ତାଙ୍କ କାର୍ଯ୍ୟାଳୟରୁ ସମସ୍ତ କାଗଜପତ୍ର ମଧ୍ୟ ଜବତ କରାଯାଇଛି। ମଙ୍ଗଳବାର ଅଭିଯୁକ୍ତ ଦାସଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ସେ କହିଛନ୍ତି।
ପ୍ରକାଶ ଯେ, ସୁରଙ୍ଗୀଗଡର ସତ୍ୟନାରାୟଣଙ୍କ ସ୍ତ୍ରୀ ନିରୂପମା ଗତ କିଛିଦିନ ତଳେ ସର୍ଜରୀ ୱାର୍ଡରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିଲେ। ଡିସେମ୍ବର ୧୨ ତାରିଖ ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଥିଲା। ସତ୍ୟନାରାୟଣ ସ୍ତ୍ରୀଙ୍କ ନାମରେ ପୂର୍ବରୁ ୭୫ ହଜାର ଟଙ୍କାର ଏଲଆଇସି କରିଥିଲେ। ସେ ଉକ୍ତ ଟଙ୍କା ପାଇବା ପାଇଁ ଏଲଆଇସିରେ ଡେଥ କ୍ଲେମ୍‌ ଫର୍ମ ଏମ୍‌କେସିଜି ମେଡିକାଲ ସୁପରିଣ୍ଟେଣ୍ଡେଣ୍ଟଙ୍କ ନିକଟରେ ଦାଖଲ କରିଥିଲେ। ମେଡିକାଲ ସୁପରିଣ୍ଟେଣ୍ଡେଣ୍ଟଙ୍କ କାର୍ଯ୍ୟାଳୟରୁ ଉକ୍ତ ଫାଇଲ ସର୍ଜରୀ ବିଭାଗକୁ ପଠାଯାଇଥିଲା। ହେଲେ ଫାଇଲ ପ୍ରୋସେସିଂ ପାଇଁ ଶ୍ରୀକାନ୍ତ ଆବେଦନକାରୀଙ୍କୁ ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ସତ୍ୟନାରାୟଣ ଏନେଇ ଭିଜିଲାନ୍ସ ବିଭାଗରେ ଜଣାଇଥିଲେ। ସୋମବାର ସନ୍ଧ୍ୟାରେ ସତ୍ୟନାରାୟଣ ସର୍ଜରୀ ବିଭାଗକୁ ଯାଇ ଶ୍ରୀକାନ୍ତଙ୍କୁ ୫ ହଜାର ଟଙ୍କା ଦେଇଥିଲେ। ସେଠାରେ ପୂର୍ବରୁ ଛକି ରହିଥିବା ଭିଜିଲାନ୍ସ ଟିମ୍‌ ଚଢାଉ କରି ତାଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରିବା ସହ ତାଙ୍କୁ ଗିରଫ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri