ଭିଜିଲାନ୍ସ ଜାଲରେ ପିପଳପଙ୍କା ବନରକ୍ଷୀ, ରାତ୍ର ଜଗୁଆଳି

ବ୍ରହ୍ମପୁର ଅଫିସ,୨୭।୫-ଗଞ୍ଜାମ ଜିଲା ସୋରଡ଼ା ବନଖଣ୍ଡ ଅଧିନରେ ଥିବା ପିପଳପଙ୍କା ବନରକ୍ଷୀ (ଫରେଷ୍ଟ ଗାର୍ଡ) ବିଷ୍ଣୁପ୍ରିୟା ଦାଶ ଜଣେ ଆଦିବାସୀଙ୍କ ନାମରେ ମାମଲା ରୁଜୁ ନ କରିବା ପାଇଁ ବୁଧବାର ମଧ୍ୟାହ୍ନରେ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଲାଞ୍ଚ ଟଙ୍କା ବିଷ୍ଣୁପ୍ରିୟା ଦାଶଙ୍କ ନିର୍ଦ୍ଦେଶରେ ଫରେଷ୍ଟ ବିଟ୍‌ ହାଉସର ରାତ୍ର ଜଗୁଆଳି ଗଣେଶ ପାତ୍ର ଏହି ଲାଞ୍ଚ ଟଙ୍କା ଢ଼ଉଗାଁର ଗାଙ୍ଗନା ମଣ୍ଡଳଙ୍କ ନାମକ ଜଣେ ବ୍ୟକ୍ତିଙ୍କ ଠାରୁ ଗ୍ରହଣ କରିଥିଲେ ବୋଲି ଭିଜିଲାନ୍ସ ଏସପି ମାୟାଧର ସ୍ବାଇଁ ସୂଚନା ଦେଇଛନ୍ତି। ମାମଲା ନଂ ୬/୨୦ରେ ବିଷ୍ଣୁପ୍ରିୟା ଓ ଗଣେଶଙ୍କୁ ଗିରଫ କରାଯାଇଛି। ଉଭୟଙ୍କୁ ଗୁରୁବାର କୋର୍ଟଚାଲାଣ କରାଯିବ ବୋଲି ସେ କହିଛନ୍ତି। ଅନ୍ୟପଟେ ବିଷ୍ଣୁପ୍ରିୟାଙ୍କ ଅସୁରବନ୍ଧ ବାସଭବନ ଓ ପିତ୍ତଳପଙ୍କା କାର୍ଯ୍ୟାଳୟରେ ଭିଜିଲାନ୍ସ ଟିମ ଖାନତଲାସ ଜାରି ରଖିଥିବା ଭିଜିଲାନ୍ସ ଏସପି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

ଅଭିନବ ଉପାୟରେ ଠକେଇ, ଫୋନ୍‌ପେରେ ଡେମୋ ଦେଖାଇଲେ…

ଛତ୍ରପୁର,୧୬ା୧୨(ଦିଲ୍ଲୀପ ସାମଲ): ନକଲି ଫୋନ ପେ ବ୍ୟବହାର କରି ବ୍ୟବସାୟୀମାନଙ୍କୁ ଠକେଇ କରୁଥିବା ଅଭିଯୋଗର ତଦନ୍ତ ପରେ ଛତ୍ରପୁର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ...

ଋଷିକୁଲ୍ୟା ମା’ ରାମଚଣ୍ଡୀ ପୀଠ ହେବ ତୀର୍ଥକ୍ଷେତ୍ର

ଗଞ୍ଜାମ,୧୬।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଛତ୍ରପୁର ସଦର ମହକୁମା ନିକଟସ୍ଥ ନୀଳାଦ୍ରିପୁର ଗ୍ରାମରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ବିବାସିନୀ ମା’ ରାମଚଣ୍ଡୀଙ୍କ ପୀଠ। ଏହି...

ପୀତବାସ ପଣ୍ଡା ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କ ଜାମିନ ଖାରଜ

ବ୍ରହ୍ମପୁର,୧୬ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତମାନଙ୍କ ମଧ୍ୟରୁ ୫ଜଣ ଜାମିନ ଆବେଦନ କରିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri