ଭିଜିଲାନ୍ସ ଜାଲରେ ୨ ବରିଷ୍ଠ ଯନ୍ତ୍ରୀ ୧.୪୬ ଲକ୍ଷ ଟଙ୍କା ଜବତ

ନୟାଗଡ଼ ଅଫିସ,୧୨ା୧୨: ନୟାଗଡ଼ ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗ-୧ର ନିର୍ବାହୀ ଯନ୍ତ୍ରୀ ଶିଶିର ରଞ୍ଜନ ପୃଷ୍ଟି ଓ ସହକାରୀ ନିର୍ବାହୀ ଯନ୍ତ୍ରୀ ଗୋବିନ୍ଦ ଚନ୍ଦ୍ର ସାହୁ ବୁଧବାର ଅନୈତିକ ଉପାୟରେ ଟଙ୍କା ସଂଗ୍ରହ କରି ଭୁବନେଶ୍ୱର ଯାଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଭିଜିଲାନ୍ସ ଡିଏସ୍‌ପି ଶିଶିର ଭୋଇଙ୍କଠାରୁ ମିଳିଥିବା ସୂଚନା ଅନୁସାରେ, ଉପରୋକ୍ତ ୨ ବରିଷ୍ଠ ଯନ୍ତ୍ରୀ ଅନୈତିକ ଉପାୟରେ ଟଙ୍କା ସଂଗ୍ରହ କରି ଭୁବନେଶ୍ୱର ଯିବେ ବୋଲି ବିଶେଷ ସୂତ୍ରରୁ ଖବର ପାଇଥିଲେ। ପରେ ସେମାନଙ୍କ ଟିମ୍‌ ସନ୍ଧ୍ୟାରେ ନିର୍ବାହୀ ଯନ୍ତ୍ରୀଙ୍କ ବାସଭବନ ଆଗରେ ପଇଁତରା ମାରିଥିଲେ। ରାତ୍ର ୮ଟା ୨୦ ମିନିଟ ସମୟରେ ଉଭୟ ଏକ ବୋଲେରୋରେ କଲେଜ ରୋଡ଼ସ୍ଥିତ ବାସଭବନରୁ ବାହାରୁଥିବା ବେଳେ ଭିଜିଲାନ୍ସ ଟିମ୍‌ ସେମାନଙ୍କୁ ଗିରଫ କରିଥିଲା। ଶିଶିରଙ୍କଠାରୁ ୧ ଲକ୍ଷ ୧୯ ହଜାର ୯୦୦ ଟଙ୍କା ଓ ଗୋବିନ୍ଦଙ୍କଠାରୁ ୨୬ ହଜାର ୩୩୦ ଟଙ୍କା ଜବତ କରାଯାଇଥିଲା। ଉଭୟଙ୍କଠାରୁ ମୋଟ ୧ଲକ୍ଷ ୪୬ହଜାର ୨୩୦ ଟଙ୍କା ଜବତ ହୋଇଛି। ଏତେ ଟଙ୍କା କେଉଁଠାରୁ ଆଣିଛ ବୋଲି ପଚାରିବାରୁ ସେମାନେ ତଥ୍ୟ ଦେଇପାରି ନ ଥିଲେ। ଫଳରେ ଭିଜିଲାନ୍ସ ଟିମ୍‌ ଉଭୟଙ୍କୁ ପଚରାଉଚରା ପାଇଁ କାର୍ଯ୍ୟାଳୟକୁ ଆଣିଥିଲା। ଏ ନେଇ ଏକ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ କରାଯାଉଥିବା ନୟାଗଡ଼ ଭିଜିଲାନ୍ସ ଡିଏସ୍‌ପି ଭୋଇ ପ୍ରକାଶ କରିଛନ୍ତି। ଶିଶିରଙ୍କ ଘର ଗଞ୍ଜାମ ଜିଲା ଆସିକା ଅଞ୍ଚଳରେ ହୋଇଥିବାବେଳେ ଗୋବିନ୍ଦଙ୍କ ଘର କଟକ କିଶୋରନଗର ଅଞ୍ଚଳରେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?