Posted inଜାତୀୟ

ଭିଡ଼ହିଂସା: କାର୍ଯ୍ୟକାରୀ ହେଉନି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ; କେନ୍ଦ୍ର, ରାଜ୍ୟ ସରକାରଙ୍କୁ ନୋଟିସ

ନୂଆଦିଲ୍ଲୀ,୨୭ା୭(ପି.ଟି.): ଭିଡ଼ହିଂସା ଏବଂ ଉତ୍ତ୍ୟକ୍ତ ଲୋକଙ୍କ ଦ୍ୱାରା ହେଉଥିବା ହିଂସାକାଣ୍ଡ ରୋକିବା ଲାଗି ଗତବର୍ଷ ସୁପ୍ରିମକୋର୍ଟ ଏକାଧିକ ନିର୍ଦ୍ଦେଶ ଦେବା ସତ୍ତ୍ୱେ ତାହା କାର୍ଯ୍ୟକାରୀ ହେଉ ନ ଥିବା ଅଭିଯୋଗ ହୋଇଛି। ଫଳରେ ସର୍ବୋଚ୍ଚ ଅଦାଲତ ଏନେଇ ଶୁକ୍ରବାର କେନ୍ଦ୍ର ସରକାରଙ୍କୁ ଜବାବ ମାଗିଛନ୍ତି। ଭାରତର ଦୁର୍ନୀତି ନିବାରଣ ପରିଷଦ ନ୍ୟାସ ପକ୍ଷରୁ ଦାଏର ପିଟିଶନ୍‌ ଉପରେ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ଓ ବିଚାରପତି ଦୀପକ ଗୁପ୍ତାଙ୍କ ଖଣ୍ଡପୀଠ ସ୍ବରାଷ୍ଟ୍ର ବ୍ୟାପାର ମନ୍ତ୍ରଣାଳୟ ଏବଂ ରାଜ୍ୟ ସରକାରମାନଙ୍କୁ ନୋଟିସ୍‌ ଜାରି କରିଛନ୍ତି।
ଦେଶରେ ଭିଡ଼ହିଂସା ବଢ଼ିଥିବାବେଳେ ଏହାକୁ ରୋକିବା ନେଇ ସର୍ବୋଚ୍ଚ ଅଦାଲତଙ୍କ ନିର୍ଦ୍ଦେଶ କାର୍ଯ୍ୟକାରୀ କରିବା ଦିଗରେ କୌଣସି ପଦକ୍ଷେପ ନିଆଯାଉ ନ ଥିବା ଟ୍ରଷ୍ଟ ପକ୍ଷରୁ ବରିଷ୍ଠ ଆଇନଜୀବୀ ଅନୁକୂଳ ଚନ୍ଦ୍ର ପ୍ରଧାନ କହିଥିଲେ। ଭିଡ଼ହିଂସା ଏବଂ ଗୋସୁରକ୍ଷା ଆଳରେ ହିଂସା ରୋକିବା ଲାଗି ପାର୍ଲାମେଣ୍ଟରେ ଆଇନ ଆଣିବାକୁ ମଧ୍ୟ ସୁପ୍ରିମକୋର୍ଟ ୨୦୧୮ ଜୁଲାଇ ୧୭ରେ କେନ୍ଦ୍ରକୁ ପରାମର୍ଶ ଦେଇଥିଲେ। ଅସହିଷ୍ଣୁତା, ମିଥ୍ୟା ଖବର ପ୍ରସାରଣରୁ ଏଭଳି ହିଂସାକାଣ୍ଡ ଘଟୁଥିବାରୁ ଜନସାଧାରଣଙ୍କ ମଧ୍ୟରେ ଭ୍ରାତୃଭାବ ବଢ଼ାଇବା ରାଜ୍ୟମାନଙ୍କ ଦାୟିତ୍ୱ ବୋଲି ସର୍ବୋଚ୍ଚ ଅଦାଲତ କହିଥିଲେ। ଆଇନ ଶୃଙ୍ଖଳା ରକ୍ଷା କରିବା ରାଜ୍ୟର କାମ ବୋଲି ଖଣ୍ଡପୀଠ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ଛକା ଚୌକା ବର୍ଷା କରି ସଭିଙ୍କୁ ପୁଣି ଚକିତ କଲେ ବୈଭବ ସୂର୍ଯ୍ୟବଂଶୀ, କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୧।୬: ବୈଭବ ସୂର୍ଯ୍ୟବଂଶୀ ଲିଷ୍ଟ ଏ କ୍ରିକେଟର ଇତିହାସରେ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ତ୍ରି-ସିରିଜ ଫାଇନାଲରେ ସେ ଶ୍ରୀଲଙ୍କା ଏ ବିପକ୍ଷରେ ମାତ୍ର ୧୧ ବଲରେ…

NDAରେ ସାମିଲ ହେବ DMK? ଶେଷ ପ୍ରତିବନ୍ଧକ ଦୂର, ମୋଦି ସରକାର ଖୁବ ଶୀଘ୍ର ଲୋକ ସଭାରେ ୩୬୦ ଆସନ ହାସଲ କରିବାକୁ ଯାଉଛି

ନୂଆଦିଲ୍ଲୀ,୨୧।୬: ତାମିଲନାଡୁ ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ଦ୍ରାବିଡ଼ ମୁନ୍ନେତ୍ର କାଝଗମ (DMK)ର ଦୀର୍ଘକାଳୀନ ସହଯୋଗୀ ଇଣ୍ଡିଆନ ୟୁନିଅନ ମୁସଲିମ ଲିଗ (IUML) ଆନୁଷ୍ଠାନିକ ଭାବରେ…

‘୫୦ ବର୍ଷରେ ୩୦ ବର୍ଷ ଭଳି ଉର୍ଜାଶୀଳ ରୁହନ୍ତୁ’, ଅନ୍ତର୍ଜାତୀୟ ଯୋଗ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା

କୋଲକାତା,୨୧।୬: ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ କୋଲକାତାରେ ଏକ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ…

ଇସ୍ତଫା ଦେବେକି ବ୍ରିଟେନ ପ୍ରଧାନମନ୍ତ୍ରୀ? ୧୦୦ ରୁ ଅଧିକ ଏମପିଙ୍କ ଚାପ….

ଲଣ୍ଡନ,୨୧।୬: ବ୍ରିଟେନ ପ୍ରଧାନମନ୍ତ୍ରୀ କାଇର ଷ୍ଟାରମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନା ତୀବ୍ର ହୋଇଛି । ବ୍ରିଟେନ ଖବରକାଗଜର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଷ୍ଟାରମର ସୋମବାର…

‘ଇଟାଲୀର ଲୋକପ୍ରିୟତା ଆମେରିକା ସହିତ ସମ୍ପର୍କ ଉପରେ ନିର୍ଭର କରେ ନାହିଁ’: ଟ୍ରମ୍ପଙ୍କୁ ମେଲୋନିଙ୍କ କଡ଼ା ଜବାବ

ରୋମ,୨୧।୬: ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଆଜି, ଶନିବାର, ଟ୍ରମ୍ପ ପୁଣି ଥରେ ମେଲୋନିଙ୍କ…

ଇରାନ ଆଗରେ ନଇଁଲେ ଟ୍ରମ୍ପ! କଲେ ବଡ଼ ଘୋଷଣା

ଓ୍ବାଶିଂଟନ,୨୧।୬: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଅନିଶ୍ଚିତତା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି। ଟ୍ରମ୍ପ କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri