ଭିଡ଼ିଓ କନଫେରେନ୍ସିଂରେ ଅଧିକାରୀଙ୍କୁ ପରାମର୍ଶ ଦେଲେ ଜିଲାପାଳ

ବରଗଡ଼ ଅଫିସ୍‌,୧୭।୪-ଲକ୍‌ ଡାଉନ୍‌ର ଦ୍ୱିତୀୟ ପର୍ଯ୍ୟାୟର କାର୍ଯ୍ୟକାରୀତା ଓ ନିୟମାବଳୀ ଉପରେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଶୁକ୍ରବାର ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଭିଡ଼ିଓ କନଫେରେନ୍ସିଂ ମାଧ୍ୟମରେ ଜିଲାର ସମସ୍ତ ଗୋଷ୍ଠି ଉନ୍ନୟନ ଅଧିକାରୀ (ବିଡ଼ିଓ), ତହସିଲଦାର, ସମନ୍ବିତ ଶିଶୁ ବିକାଶ ଅଧିକାରୀ (ସିଡ଼ିପିଓ), ବ୍ଲକ ଶିକ୍ଷା ଅଧିକାରୀ (ବିଇଓ)ମାନଙ୍କୁ ପରାମର୍ଶ ଦେଇଛନ୍ତି । ଶ୍ରମିକ ଶ୍ରେଣୀର ଲୋକମାନଙ୍କ ଜୀବନ ଜୀବିକାରେ କିଛି ସହଯୋଗ ମିଳିବା ପାଇଁ ଛୋଟଛୋଟ ଦଳରେ ସାମାଜିକ ରକ୍ଷା କରି ଏବଂ ମାସ୍କ ବ୍ୟବହାର ପୂର୍ବକ ମହତ୍ମାଗାନ୍ଧୀ ନିଶ୍ଚିତ କର୍ମନିଯୁକ୍ତି ଯୋଜନା ଅନ୍ତର୍ଗତ ପାନୀୟଜଳ ପ୍ରକଳ୍ପ, ଜଳସେଚନ, ଗ୍ରାମ୍ୟ ଗୃହ ନିର୍ମାଣ ଆଦି କାର୍ଯ୍ୟ ଚାଲୁ ରଖିବା ପାଇଁ ସମ୍ପୃକ୍ତ ଅଧିକାରୀମାନଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ଯେଭଳି କୌଣସି ଲୋକ ଭୋକିଲା ନ ରୁହନ୍ତି, ସେଥିପ୍ରତି ଯତ୍ନବାନ ହେବାକୁ ପରାମର୍ଶ ଦେଇଛନ୍ତି । ଏହା ସହିତ ପଞ୍ଚାୟତସ୍ତରରେ ଅସହାୟ, ଗରୀବ ଶ୍ରେଣୀର ଲୋକମାନଙ୍କୁ ଦିଆଯାଉଥିବା ରନ୍ଧାଖାଦ୍ୟ, ରାଶନ ସାମଗ୍ରୀର ଗୁଣବତ୍ତା ଯେଭଳି ଠିକ୍‌ ରହିବ, ସେଥିପ୍ରତି ମଧ୍ୟ ଦୃଷ୍ଟି ଦେବାକୁ ସେ ପରାମର୍ଶ ଦେଇଛନ୍ତି । ଏଠାରେ ରହିଥିବା ବାହ୍ୟରାଜ୍ୟର ଶ୍ରମିକଙ୍କୁ ଠିକ୍‌ଭାବେ ଖାଦ୍ୟ ଯୋଗାଣ, ସ୍ବୟ ସହାୟକ ଗୋଷ୍ଠି(ଏସଏଚଜି) ରାନ୍ଧୁଥିବା ଖାଦ୍ୟର ଗୁଣମାନ ଯାଞ୍ଚ, ମୁହଁରେ ମାସ୍କ ବାନ୍ଧିବା, ସାମାଜିକ ଦୂରତ୍ୱ ଅବଳମ୍ବନ କରିବା, ସର୍ବସାଧାରଣ ସ୍ଥାନରେ ଛେପ ନ ପକାଇବା ଉପରେ ମଧ୍ୟ ଜିଲାପାଳ ଗୁରୁତ୍ୱାରୋପ କରିଛନ୍ତି । ସାଧାରଣ ବଣ୍ଟନ ବ୍ୟବସ୍ଥା(ପିଡିଏସ) ସାମଗ୍ରୀ ବଣ୍ଟନ, ହାଟ, ବଜାର, ବ୍ୟାଙ୍କ ଆଦି ସ୍ଥାନରେ ଯେଭଳି ଭିଡ଼ ନ ଜମେ, ସେଥିପ୍ରତି ମଧ୍ୟ ବିହିତ ପଦକ୍ଷେପ ନେବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ପ୍ରତ୍ୟେକ କ୍ଷେତ୍ରରେ ପାନୀୟଜଳ ବ୍ୟବସ୍ଥାକୁ ନିଶ୍ଚିତ କରିବା, ଛାତ୍ରୀଛାତ୍ରଙ୍କ ଘରକୁ ପାଠ୍ୟପୁସ୍ତକ ପହଞ୍ଚାଇବା, ଆବଶ୍ୟକ ସ୍ଥାନରେ ପଞ୍ଚାୟତ, ପୌର ପରିଷଦ ପକ୍ଷରୁ ପାନୀୟଜଳ ବ୍ୟବସ୍ଥା କରିବା, ଅତ୍ୟାବଶ୍ୟକୀୟ ସାମଗ୍ରୀ ପରିବହନ କରୁଥିବା ଗାଡ଼ିରେ ଯାତ୍ରୀ ପରିବହନ ନ କରିବା ଉପରେ ଗୁରୁତ୍ୱ ଦେବା ସହିତ ଲକ୍‌ ଡାଉନ କଟକଣା ଉଲ୍ଲଂଘନକାରୀଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନେବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ଘରୋଇ ହିଂସାକୁ ରୋକିବା ପାଇଁ ମହିଳାମାନେ ଏହି ସମୟରେ ହ୍ବାଟ୍ସଆପ୍‌ ନମ୍ବର ୭୨୦୫୦୦୬୦୩ରେ ଯୋଗାଯୋଗ କରି ପାରିବେ ବୋଲି ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri