ଭିଡିଓକନ ମାମଲା;ସ୍ବାମୀଙ୍କ ସହ ଚନ୍ଦା କୋଚ୍ଚରଙ୍କୁ ଇଡି ସମନ

ନୂଆଦିଲ୍ଲୀ,୨୪-୪: ଭିଡିଓକନ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଆଇସିଆଇସିଆଇ ବ୍ୟାଙ୍କର ପୂର୍ବତନ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ଚନ୍ଦା କୋଚ୍ଚର ଏବଂ ତାଙ୍କ ସ୍ବାମୀ ଦୀପକ କୋଚ୍ଚରଙ୍କୁ ସମନ ଜାରି କରିଛନ୍ତି। ସେମାନେ ଆସନ୍ତା ସପ୍ତାହରେ ଦିଲ୍ଲୀ ମୁଖ୍ୟାଳୟରେ ହାଜର ହେବାକୁ କୁହାଯାଇଛି। ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ, ଚନ୍ଦାଙ୍କୁ ମେ ୩ରେ ଏବଂ ଦୀପକ ଓ ତାଙ୍କ ଭାଇ ରାଜୀବଙ୍କୁ ଚଳିତ ମାସ ୩୦ରେ ଯାଞ୍ଚ ଅଧିକାରୀଙ୍କ ନିକଟରେ ଉପସ୍ଥିତ ହେବାକୁ କୁହାଯାଇଛି। ସେମାନଙ୍କଠାରୁ ପିଏମ୍‌ଏଲ୍‌ଏ ଆଇନ ଅଧୀନରେ ବୟାନ ନିଆଯିବ। ଚନ୍ଦାଙ୍କ ସମେତ ଅନ୍ୟମାନଙ୍କୁ ଗତ ସପ୍ତାହରେ ସମନ ପଠାଯାଇଛି ବୋଲି ସେ କହିଛନ୍ତି। ଯାଞ୍ଚକୁ ଆଗକୁ ବଢ଼ାଇବା ଲାଗି ସେମାନଙ୍କ ଉପସ୍ଥିତି ଅତ୍ୟନ୍ତ ଜରୁରୀ ହୋଇପଡିଛି। ଏହାଛଡ଼ା ସେମାନଙ୍କୁ ବ୍ୟକ୍ତିଗତ ଆର୍ଥିକ ଦସ୍ତାବିଜ ଆଣିବାକୁ କୁହାଯାଇଛି। ସୂଚନାଥାଉ କି, ବ୍ୟାଙ୍କ ଋଣ ମାମଲାରେ ମାର୍ଚ୍ଚ ପହିଲାରେ ଇଡି ପକ୍ଷରୁ ଚନ୍ଦା ଓ ତାଙ୍କ ପରିବାର, ଭିଡିଓକନ ଗ୍ରୁପ୍‌ ମୁଖ୍ୟ ବେଣୁଗୋପାଳ ଧୂତ୍‌ଙ୍କ ମୁମ୍ବାଇ ଓ ଔରଙ୍ଗାବାଦ୍‌ କାର୍ଯ୍ୟାଳୟ ଓ ଘରେ ଚଢ଼ାଉ କରାଯିବା ପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚନ୍ଦା ଓ ଦୀପକଙ୍କୁ ମୁମ୍ବାଇ ମୁଖ୍ୟାଳୟରେ ଜେରା କରିଥିଲା। ଆଇସିଆଇସିଆଇ ବ୍ୟାଙ୍କ ଦ୍ୱାରା ଭିଡିଓକନ ଗ୍ରୁପ୍‌କୁ ୧୮୭୫ କୋଟି ଟଙ୍କାର ଋଣ ମଞ୍ଜୁରୀ ବେଳେ ଅନିୟମିତତା ହୋଇଥିବା ଅଭିଯୋଗ ଉଠିଛି। ସିବିଆଇ, ଇଡି ଏହାର ସ୍ବତନ୍ତ୍ର ଯାଞ୍ଚ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Term Insurance ପାଇଁ ୫୫ ନା ୮୦ ବର୍ଷର କଭର୍‌ ଶ୍ରେଷ୍ଠ? ଜାଣନ୍ତୁ କେଉଁଥିରେ ଅଛି ଆପଣଙ୍କ ଫାଇଦା

ନୂଆଦିଲ୍ଲୀ,୧୧।୬: ନିଜ ପରିବାରର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ଟର୍ମ ଇନସ୍ୟୁରାନ୍ସ ବା ଟର୍ମ ପ୍ଲାନ ନେବା ହେଉଛି ସବୁଠାରୁ ପ୍ରଥମ ଏବଂ ବୁଦ୍ଧିମାନ ପଦକ୍ଷେପ। କିନ୍ତୁ…

୩୦ ଜୁନ୍ ସୁଦ୍ଧା କରିନିଅନ୍ତୁ ଇ-କେୱାଇସି, ନଚେତ୍ ବନ୍ଦ ହୋଇଯିବ ଗ୍ୟାସ୍ ସବ୍‌ସିଡି-ସିଲିଣ୍ଡର ଡେଲିଭରି!

ନୂଆଦିଲ୍ଲୀ,୧୧ା୬: ଯଦି ଆପଣ ସମୟ ଅନୁସାରେ ଘରକୁ ଗ୍ୟାସ୍ ସିଲିଣ୍ଡରର ଡେଲିଭରି ଚାହୁଁଛନ୍ତି ଏବଂ ଏହା ଉପରେ ମିଳୁଥିବା ସବ୍‌ସିଡିର ଲାଭ ଉଠାଇବାକୁ ଚାହୁଁଛନ୍ତି, ତେବେ ଏହି…

ଫ୍ରିଜ୍ କିଣିବାକୁ ଯାଉଛନ୍ତି କି? ଜାଣନ୍ତୁ ଷ୍ଟାବିଲାଇଜର୍ ଲଗାଇବା ଜରୁରୀ କି ନୁହେଁ…

ନୂଆଦିଲ୍ଲୀ,୧୧ା୬: ଆଜିକାଲି ପ୍ରତ୍ୟେକ ଘର ପାଇଁ ରେଫ୍ରିଜରେଟର ବା ଫ୍ରିଜ୍ ଏକ ଅତ୍ୟାବଶ୍ୟକ ସାମଗ୍ରୀ ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ପାଣି ଥଣ୍ଡା କରିବା ଠାରୁ…

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ…

ପେଟ୍ରୋଲ-ସିଲିଣ୍ଡର ପରେ ଏବେ ମହଙ୍ଗା ହେବ ବିମାନ ଯାତ୍ରା

ନୂଆଦିଲ୍ଲୀ,୧୦।୬: ସରକାରଙ୍କ ନୂତନ ମୂଲ୍ୟ ସ୍ଥିରୀକରଣ ଯୋଜନା ଅନୁଯାୟୀ, ଘରୋଇ ବିମାନ କମ୍ପାନୀଗୁଡ଼ିକ ଏବେ ତିନି ବର୍ଷ ପର୍ଯ୍ୟନ୍ତ ବିମାନ ଟର୍ବାଇନ ଇନ୍ଧନ (ATF) ମୂଲ୍ୟ ସ୍ଥିର…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଭାରତୀୟ ମୁଦ୍ରାକୁ ବଡ଼ ଝଟ୍‌କା! ଡଲାର ତୁଳନାରେ ୫୬ ପଇସା ହ୍ରାସ ପାଇଲା ଟଙ୍କା

ନୂଆଦିଲ୍ଲୀ,୯।୬:  ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ଘଟିବା ପରେ ଆମେରିକୀୟ ଡଲାର ଆହୁରି ପ୍ରଭାବଶାଳୀ ହୋଇଥିବାରୁ ଡଲାର ତୁଳନାରେ ଭାରତୀୟ ଟଙ୍କା ମୂଲ୍ୟ ପୁଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri