ଭିଡିଓ କନଫରେନ୍ସିଂରେ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୧ା୯(ଡି.ଏନ.ଏ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଭିଡିଓ କନଫରେନ୍ସିଂ ଜରିଆରେ ଗଞ୍ଜାମ ଜିଲାର ୪ ସହରାଞ୍ଚଳରେ ମଳ ଉପଚାର ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସେହି ସହରାଞ୍ଚଳଗୁଡିକ ମଧ୍ୟରେ ହିଞ୍ଜିଳି ମ୍ୟୁନିସିପାଲିଟି, ଆସିକା, ପୋଲସରା ଓ ସୋରଡା ଏନ୍‌ଏସି ରହିଛି ା ଶନିବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏନେଇ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା ା ଆସିକା ଏମ୍‌ପି ପ୍ରମିଳା ବିଷୋୟୀ, ବିଧାୟିକା ମଞ୍ଜୁଳା ସ୍ବାଇଁ, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଓ ସୋରଡା ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସ୍ବାଇଁ ଯୋଗଦେଇଥିଲେ ା ଉକ୍ତ ୪ ସହରାଞ୍ଚଳରେ ଏନେଇ ସ୍ବତନ୍ତ୍ର ପ୍ଲାଣ୍ଟ ସ୍ଥାପନ ହେବ ା ୧୦ ହଜାର ଲିଟର କ୍ଷମତା ବିଶିଷ୍ଟ ଏହି ପ୍ଲାଣ୍ଟରୁ ସଂଗୃହୀତ ମଳକୁ ତୁରନ୍ତ କମ୍ପୋଷ୍ଟରେ ପରିବର୍ତ୍ତନ କରିବା ପାଇଁ ସ୍ବତନ୍ତ୍ର ମେଶିନ ସ୍ଥାପନ କରାଯିବ। ଉକ୍ତ ୪ ସହରାଞ୍ଚଳରେ ମଳ ଉପଚାର ପ୍ଲାଣ୍ଟ ପାଇଁ ୧୦ କୋଟି ୧୨ ହଜାର ଟଙ୍କା ବିନିଯୋଗ କରାଯିବ। ଏହାଦ୍ୱାରା ୬୦ ହଜାର ପରିବାରଙ୍କ ସଂଗୃହୀତ ମଳ ଏହି ପ୍ଲାଣ୍ଟ ମାଧ୍ୟମରେ କମ୍ପୋଷ୍ଟ କରଣ ହେବ ା ଏହା ଦ୍ୱାରା ପରିବେଶ ପରିଷ୍କାର ରହିବା ସହିତ ସହରାଞ୍ଚଳରେ ଥିବା ଚାଷ ଜମିରେ ଏହାକୁ ପ୍ରୟୋଗ କରାଯାଇ ଅଧିକ ଉପତ୍ାଦନକ୍ଷମ କରାଯିବ ା ପୂର୍ବରୁ ବ୍ରହ୍ମପୁର ମହାନଗର ନିଗମରେ ଏପରି ପ୍ଲାଣ୍ଟ ସ୍ଥାପନ କରାଯାଇଥିବା ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଥିଲେ। ଏଥିପାଇଁ ଆସିକା ଏମ୍‌ପି, ବିଧାୟିକା ଓ ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ। ଏଣିକି ଏନ୍‌ଏସି ଅଫିସକୁ ନ ଆସି ୱାର୍ଡ ଅଫିସରେ ଥିବା ୱାର୍ଡ ଅଫିସରଙ୍କୁ ଜନସାଧାରଣ ସେମାନଙ୍କ ଅଭିଯୋଗ ଜଣାଇ ପାରିବେ ା ଏହାର ମଧ୍ୟ ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନ୍ସିଂ ଜରିଆରେ ଶୁଭାରମ୍ଭ କରିଥିଲେ। କାର୍ଯ୍ୟକ୍ରମରେ ବ୍ରହ୍ମପୁର ମହାନଗର ନିଗମ କମିଶନର ଚକ୍ରବର୍ତ୍ତୀ ସିଂ ରାଠୋର, ଅତିରିକ୍ତ ଜିଲାପାଳ ଲକ୍ଷ୍ମୀକାନ୍ତ ସେଠୀ, ବ୍ରହ୍ମପୁର ଉପଜିଲାପାଳ ସିନ୍ଦେ ଦତ୍ତାତ୍ରେୟ ଭାଉସାହେବ, ଡୁଡା ପିଡି ସୁବାମ ଚରଣ ମଣ୍ଡଳଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲୋ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିରଞ୍ଚି ପ୍ରଧାନ
କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଆଜି ଆର୍ଜେଣ୍ଟିନା ପାଇଁ ମେସିଙ୍କ ଶେଷ ମ୍ୟାଚ୍‌

ବୁଏନସ ଆରିଜ,୬ା୧୦: ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ମଙ୍ଗଳବାର ଇଷ୍ଟାଡିଓ ମାନୁମେଣ୍ଟାଲଠାରେ ବେନିନ ବିପକ୍ଷରେ ଆର୍ଜେଣ୍ଟିନା ପାଇଁ ତାଙ୍କର ବିଦାୟୀ ମ୍ୟାଚ୍‌ ଖେଳିବେ। ଡିଏଗୋ ମାରାଡୋନାଙ୍କ ପରେ…

ହରମନପ୍ରୀତ କୌରଙ୍କ ପରେ ଭାରତୀୟ ଦଳର ପରବର୍ତ୍ତୀ ଅଧିନାୟିକା କିଏ? ନାମ ଆସିଲା ସାମ୍ନାକୁ

ନୂଆଦିଲ୍ଲୀ,୬।୧୦: ଗୁଆହାଟୀରେ ଅନୁଷ୍ଠିତ BCCI ସମୀକ୍ଷା ବୈଠକର ମାତ୍ର ଗୋଟିଏ ଦିନ ପରେ, ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ…

CECଙ୍କ ବିରୋଧରେ ଅଭିଯାନ ଆରମ୍ଭ କରିଛନ୍ତି ବିରୋଧି; ରାହୁଲ-ପ୍ରିୟଙ୍କା ଅଟକ

ନୂଆଦିଲ୍ଲୀ,୬।୧୦: ଭୋଟର ତାଲିକାରେ କଥିତ ଅନିୟମିତତାକୁ ନେଇ ବିରୋଧୀ ଦଳଗୁଡ଼ିକ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ତାଙ୍କ ଇସ୍ତଫା…

ସର୍ବପିତୃ ଅମାବାସ୍ୟାରେ ଶୁଭ ସଂଯୋଗ: ୩ ରାଶିର ହେବ ଭାଗ୍ୟୋଦୟ, ଚାକିରିରେ ମିଳିବ ଅପୂର୍ବ ସଫଳତା

ଅକ୍ଟୋବର ୧୦ରେ ପାଳନ ହେବ ସର୍ବପିତୃ ଅମାବାସ୍ୟା। ପିତୃପକ୍ଷର ଏହି ଶେଷ ତିଥିକୁ ଧାର୍ମିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ମଧ୍ୟ…

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

ବିଦାୟ ନେଲେ ଅଜିତ ଅଗରକର, ପରବର୍ତ୍ତୀ ମୁଖ୍ୟ ଚୟନକର୍ତ୍ତା କିଏ ହେବେ? ରେସ୍‌ରେ ଅଛନ୍ତି ଏମାନେ..

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟେରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ବିସିସିଆଇ (BCCI)ର ବରିଷ୍ଠ ଚୟନ କମିଟିର ମୁଖ୍ୟ ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଅକ୍ଟୋବର ୪ ରେ…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?