Posted inରାଜ୍ୟ

ଭିତରକନିକାରେ ୨୫ କୁମ୍ଭୀର ବସା ଚିହ୍ନଟ

ରାଜନଗର,୨୭ା୫(ଡି.ଏନ୍‌.ଏ.) : କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ଭିତରକନିକା ଜାତୀୟ ଉଦ୍ୟାନରେ ରବିବାର ସୁଦ୍ଧା ୨୫ଟି କୁମ୍ଭୀର ବସା ଚିହ୍ନଟ ହୋଇଛି। ଏହି ଜାତୀୟ ଉଦ୍ୟାନର ନଦୀ, ନାଳଗୁଡ଼ିକରେ ବସବାସ କରୁଥିବା ବିରଳ ବଉଳା କୁମ୍ଭୀର ବସାରେ ଅଣ୍ଡା ଦେଇଥିବା ଜଣାପଡ଼ିଛି। ଭିତରକନିକା ଫରେଷ୍ଟ ବ୍ଲକ ଓ ଡାଙ୍ଗମାଳ ଫରେଷ୍ଟ ବ୍ଲକର ଗଞ୍ଜେଇଖିଆ, ଶୁଆଯୋର, ଚିନ୍ତାମଣି ମହାନ୍ତି ଯୋର, ଭିତରକନିକା ସମେତ ଡାଙ୍ଗମାଳ ସ୍କିମ୍‌ ଅଞ୍ଚଳରେ କୁମ୍ଭୀର ବସା କରିଥିବା ଜଙ୍ଗଲ ବିଭାଗ ସୂତ୍ରରୁ ଜାଣିବାକୁ ମିଳିଛି।
ପ୍ରତିବର୍ଷ ମେ ରୁ ଜୁଲାଇ ୩ ମାସ ମଧ୍ୟରେ ବଉଳା କୁମ୍ଭୀରମାନେ ବସା କରି ଅଣ୍ଡା ଦେଇଥାନ୍ତି। ମାଈ କୁମ୍ଭୀର ଅଣ୍ଡାଦେବା ପାଇଁ ନିରାପଦ ସ୍ଥାନ ଖୋଜିଥାନ୍ତି। ନାଳଠାରୁ ଟିକେ ଉଚ୍ଚା ସ୍ଥାନରେ, ଯେପରି ଜୁଆର ସମୟରେ ବସା ଭାସି ନ ଯାଏ, ସେଭଳି ନିରାପଦ ସ୍ଥାନରେ ବସା କରିଥାନ୍ତି। ଖରଖରି ପତ୍ର ଓ କାଠି କୁଟାକୁ ସଂଗ୍ରହ କରି ଦେଢ଼ରୁ ଦୁଇ ଫୁଟ ଉଚ୍ଚର ଗଦା କରଥାନ୍ତି। ଏହି ଗଦା ଉପରେ ଅଣ୍ଡା ଦେବା ପରେ ତା’ ଉପରେ ପୁଣି ଖରଖରି ପତ୍ର ଓ କାଠି କୁଟା ଘୋଡ଼ାଇ ଦେଇଥାନ୍ତି। ପ୍ରତ୍ୟେକ ମାଈ କୁମ୍ଭୀର ୪୦ରୁ ୫୦ ପର୍ଯ୍ୟନ୍ତ ଅଣ୍ଡା ଦେଇଥାନ୍ତି। ଅଣ୍ଡା ଦେବାର ୭୫ ଦିନ ମଧ୍ୟରେ ଅଣ୍ଡାରୁ ଛୁଆ ବାହାରିଥାଏ। ସବୁଠୁ ବଡ଼କଥା ହେଲା କୁମ୍ଭୀର ଅଣ୍ଡା ଦେବା ପରେ ତା’ର ବସା ପାଖରେ ଜଗି ରହିଥାଏ। ଏହି ସମୟରେ କୁମ୍ଭୀରମାନେ ଅତ୍ୟଧିକ ହିଂସ୍ର ହୋଇ ଉଠିଥାନ୍ତି। ଏଥିପାଇଁ ବନବିଭାଗ ପକ୍ଷରୁ ଚଳିତବର୍ଷ ମେ ୧ ତାରିଖ ଠାରୁ ଜୁଲାଇ ୩୧ ତିନି ମାସ ଯାଏଁ ଭିତରକନିକାକୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରଖାଯାଇଛି। ଚିହ୍ନଟ ପ୍ରକ୍ରିୟା ଚାଲିଥିବାରୁ ବସା ସଂଖ୍ୟା ଆହୁରି ବୃଦ୍ଧି ପାଇବ ବୋଲି ବନବିଭାଗ ସୂତ୍ରରୁ ଜଣାପଡ଼ିଛି। କୁମ୍ଭୀର ବସା ଚିହ୍ନଟ ପାଇଁ କନିକା ରେଞ୍ଜରେ ୩ଟି ଟିମ୍‌ ଗଠନ କରାଯାଇଛି। ଫରେଷ୍ଟର ବିଜୟ କୁମାର ପାତ୍ର, ଫରେଷ୍ଟ ଗାର୍ଡ ସୁନିଲ ରାଉତରାୟ, ସବିତା ବେହେରାଙ୍କ ନେତୃତ୍ୱରେ ୩ଟି ଟିମ୍‌ ଗଠନ କରାଯାଇଛି। ପ୍ରତି ଟିମ୍‌ରେ ୪ଜଣ ଲେଖାଏଁ ସଦସ୍ୟ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri