ଭିତୋଲ ଗ୍ରୁପ ମୁଖ୍ୟଙ୍କ ସହ ଧର୍ମେନ୍ଦ୍ରଙ୍କ ଆଲୋଚନା:ଭାରତ-ଓପେକ୍‌ ଭାଗୀଦାରିକୁ ମଜଭୁତ୍‌ କରିବା ଉପରେ ଗୁରୁତ୍ୱ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ):ଦୁଇଦିନିଆ ୟୁଏଇ ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ଭିତୋଲ ଗ୍ରୁପର ମୁଖ୍ୟ ମାଇକ୍‌ ମିଲ୍ଲରଙ୍କୁ ସାକ୍ଷାତ୍‌ କରିଛନ୍ତି। ଭିତୋଲ ଗ୍ରୁପ କମ୍ପାନୀକୁ ତୈଳ ଓ ଗ୍ୟାସ କ୍ଷେତ୍ରରେ ପୁଞ୍ଜିନିବେଶ କରି ଭାରତର ବିକାଶ ଯାତ୍ରାରେ ସାମିଲ ହେବାକୁ ନିମନ୍ତ୍ରଣ କରିଛନ୍ତି। ସେହିପରି ଓପେକର ସାଧାରଣ ସଚିବ ମହମ୍ମଦ ବାରକିଣ୍ଡୋଙ୍କୁ ଭେଟି ଭାରତ-ଓପେକ୍‌ ଭାଗୀଦାରିକୁ ମଜଭୂତ କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ଭିତୋଲ ଗ୍ରୁପର ମୁଖ୍ୟଙ୍କ ସାକ୍ଷାତ କାଳରେ ପଲିସି ଗୁଡ଼ିକରେ ସଂସ୍କାର ଅଣାଯିବା କାରଣରୁ ଭାରତର ଅନ୍ବେଷଣ ଓ ଉପତ୍ାଦନ କ୍ଷେତ୍ର ପୁଞ୍ଜିନିବେଶ କରିବା ପାଇଁ ଉପଯୋଗୀ ସ୍ଥାନ ହୋଇପାରିଛି। ନିକଟରେ କର୍ପୋରେଟ୍‌ ଟିକସ ହ୍ରାସ, ଇଜ୍‌ ଅଫ୍‌ ଡୁଇଙ୍ଗ୍‌ ବିଜ୍‌ନେସ ତଥା ବ୍ୟବସାୟ କରିବାରେ ସହଜ ଏବଂ ଇନ୍ଧନ ପ୍ରସଙ୍ଗ ଉପରେ ଧର୍ମେନ୍ଦ୍ର ଚର୍ଚ୍ଚା କରିଛନ୍ତି। ସେହିପରି ଓପେକ୍‌ର ସାଧାରଣ ସଚିବ ମହମ୍ମଦ ବାରକିଣ୍ଡୋଙ୍କ ସହ ଧର୍ମେନ୍ଦ୍ରଙ୍କ ମଧ୍ୟରେ ବୈଠକ ଅନୁଷ୍ଠିତ ହୋଇଛି। ଉଭୟେ ସାମ୍ପ୍ରତିକ ତୈଳ ଏବଂ ଗ୍ୟାସ ମାର୍କେଟର ବିକାଶ ତଥା ବିଶେଷଭାବେ ଅନ୍ତର୍ଜାତୀୟ ସ୍ତରରେ ତୈଳ ଦରରେ ଅସ୍ଥିରତା ଏବଂ ଅଶୋଧିତ ତୈଳ ଯୋଗାଣ ଉପରେ ଆଲୋଚନା କରିଛନ୍ତି। ଦୁଇ ମନ୍ତ୍ରୀ ଭାରତ-ଓପେକ୍‌ ଭାଗୀଦାରିକୁ ଆଗାମୀ ଦିନରେ ମଜଭୂତ କରିବା ଉପରେ ଗୁରୁତ୍ୱାରୋପ କରିବା ସହ ଊର୍ଜାର ସୁରକ୍ଷା ଓ ଊର୍ଜା ଦାରିଦ୍ର୍ୟର ସମାଧାନ ପାଇଁ ମିଶି କାମ କରିବା ପାଇଁ ସମ୍ମତି ଜଣାଇଛନ୍ତି। ଏହି ଗସ୍ତକାଳରେ ଧର୍ମେନ୍ଦ୍ର ସୋମବାର ଆବୁଧାବୀ ଅନ୍ତର୍ଜାତୀୟ ପେଟ୍ରୋଲିୟମ ପ୍ରଦର୍ଶନୀ ଓ ସମ୍ମିଳନୀ (ଆଡିପେକ୍‌-୨୦୧୯)ରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri