ଭିତ୍ତିଭୂମିରେ ଖର୍ଚ୍ଚ ହେବ ୧୦୨ ଲକ୍ଷ କୋଟି

ନୂଆଦିଲ୍ଲୀ,୧-୧: ଦେଶର ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପରେ କେନ୍ଦ୍ର ସରକାର ୧୦୦ ଲକ୍ଷ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ଖର୍ଚ୍ଚ କରିବେ। ମଙ୍ଗଳବାର କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରାମନ ୧୦୨ ଲକ୍ଷ କୋଟି ଟଙ୍କାର ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏହାକୁ ନ୍ୟାଶନାଲ ଇନଫ୍ରାଷ୍ଟ୍ରକଚର ପାଇପଲାଇନ(ଏନ୍‌ଆଇପି) ଅଧିନରେ ଆରମ୍ଭ କରାଯାଇଛି। ୨୦୨୫ ସୁଦ୍ଧା ଦେଶର ଅର୍ଥ ବ୍ୟବସ୍ଥାକୁ ୫ ଟ୍ରିଲିୟନ ଡଲାରରେ ରୂପାନ୍ତରିତ କରିବା ଦିଗରେ ଏଭଳି ପଦକ୍ଷେପ ସହାୟତା କରିବ ବୋଲି ସୀତାରାମନ ଏହି ଅବସରରେ ସୂଚନା ଦେଇଛନ୍ତି।
ସୀତାରାମନ କହିଛନ୍ତି ଯେ, ଏହି ପ୍ରକଳ୍ପଗୁଡିକୁ ଆଗାମୀ ୫ ବର୍ଷରେ କାର୍ଯ୍ୟାନ୍ବୟନ କରାଯିବ। ଭିତ୍ତିଭୂମି କ୍ଷେତ୍ରକୁ ଅଗ୍ରାଧିକାର ସୂରୂପ କେନ୍ଦ୍ର ସରକାର ଏଭଳି କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ସ୍ବାଧୀନତା ଦିବସ ଭାଷଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିତ୍ତିଭୂମିରେ ୧୦୦ ଲକ୍ଷ କୋଟି ନିବେଶ ନେଇ କହିଥିଲେ। ଏହା ପରେ ଏଥିଲାଗି ଗଠିତ ଟାସ୍କଫୋର୍ସ ୧୦୨ ଲକ୍ଷ କୋଟି ଟଙ୍କାର ପ୍ରକଳ୍ପ ନେଇ ପ୍ରକ୍ରିୟା ଆରମ୍ଭ କରିଥିଲା। ୪ ମାସ ମଧ୍ୟରେ ୭୦ ଅଂଶୀଦାରଙ୍କଠାରୁ ଏ ସଂକ୍ରାନ୍ତ ବିଭିନ୍ନ ପ୍ରସଙ୍ଗ ଉପରେ ସରକାର ପରାମର୍ଶ ଗ୍ରହଣ କରିଥିବା ସୀତାରାମନ ମତ ଦେଇଛନ୍ତି।
ଏହି ଆଧାରରେ ଅତିରିକ୍ତ ୩ ଲକ୍ଷ କୋଟି ଟଙ୍କାର ପ୍ରକଳ୍ପ ଯୋଡି ହେବ ବୋଲି ସେ ମତ ରଖିଛନ୍ତି। ଗତ ୬ ବର୍ଷ ମଧ୍ୟରେ କେନ୍ଦ୍ର ଏବଂ ରାଜ୍ୟ ସ୍ତରରେ ୫୧ ଲକ୍ଷ କୋଟି ଟଙ୍କାର ପ୍ରକଳ୍ପ କାର୍ଯ୍ୟ ଶେଷ କରାଯାଇଛି। ଆଗକୁ ଆସିବାକୁ ଥିବା ପ୍ରକଳ୍ପ ମଧ୍ୟରେ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସ୍ତରରେ ୩୯% କାର୍ଯ୍ୟକ୍ରମ ହାତକୁ ନିଆଯିବ। ବଳକା ୨୨% ଘରୋଇ କ୍ଷେତ୍ର ଦ୍ୱାରା ହେବ ବୋଲି ସୀତାରାମନ ସ୍ପଷ୍ଟ କରିଛନ୍ତି। ପ୍ରକଳ୍ପଗୁଡିକ ଶକ୍ତି, ରେଳ, ସହର ବିକାଶ, ଜଳସେଚନ, ମୋବିଲିଟି, ଶିକ୍ଷା ଏବଂ ସ୍ବାସ୍ଥ୍ୟ ଭଳି କ୍ଷେତ୍ରରେ ହେବ। ଶକ୍ତି କ୍ଷେତ୍ର ଲାଗି ଆଗାମୀ ଦିନରେ ୨୫ ଲକ୍ଷ କୋଟି ଟଙ୍କାର ପ୍ରକଳ୍ପ କାର୍ଯ୍ୟ ହାତକୁ ନିଆଯିବ। ରାଜପଥ ଲାଗି ୨୦ ଲକ୍ଷ କୋଟି ଏବଂ ପ୍ରାୟ ୧୪ ଲକ୍ଷ କୋଟି ରେଳପଥର ବିକାଶ ଦିଗରେ ଖର୍ଚ୍ଚ କରାଯିବ। ନବୀକରଣ ଯୋଗ୍ୟ ଶକ୍ତି କ୍ଷେତ୍ର, ରେଳ, ସହର ବିକାଶ, ଜଳସେଚନ, ଡିଜିଟାଲ ଭଳି ଅନ୍ୟ କ୍ଷେତ୍ରକୁ ସରକାର ପ୍ରାଥମିକତା ଦେଉଥିବା ସେ ମତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଗାରେଟ୍‌, ବିଡ଼ି, ପାନ ମସଲା ହେବ ମହଙ୍ଗା: ଏହି ତାରିଖରୁ ଲାଗୁ ହେବାକୁ ଯାଉଛି ନୂଆ TAX

ନୂଆଦିଲ୍ଲୀ,୧।୧: ଯଦି ସିଗାରେଟ, ବିଡ଼ି, ପାନ ମସଲା ଇତ୍ୟାଦି ଆପଣଙ୍କ ଅଭ୍ୟାସର ଅଂଶ ଏବଂ ଆପଣ ଏହା ବିନା କିଛି ଅଭାବ ଅନୁଭବ କରୁଛନ୍ତି, ତେବେ...

Stock Market Today: ନୂଆବର୍ଷର ପ୍ରଥମ ଦିନରେ ଉପର ମୁହାଁ ଷ୍ଟକ ମାର୍କେଟ, ମାଲେମାଲ ନିବେଶକ

ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନ, ଜାନୁଆରୀ ୧, ୨୦୨୬ ରେ ଭାରତୀୟ ଷ୍ଟକ୍ ବଜାର ଜୋରଦାର ଆରମ୍ଭ ହୋଇଛି । ସକାଳ ପ୍ରାୟ ୯ଟା...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍‌କା!

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...

ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri