ଭିତ୍ତିଭୂମି ସୁଦୃଢ଼ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦାବି

ଭୁବନେଶ୍ୱର,୨୧ା୩(ବ୍ୟୁରୋ): ଓଡ଼ିଶାରେ ୨ ଜଣଙ୍କ ଶରୀରରେ କରୋନା ପଜିଟିଭ୍‌ ଥିବା ଜଣାପଡିଲାଣି। ପ୍ରତିଦିନ ନମୁନା ପରୀକ୍ଷା କରାଯାଉଛି। ସଂକ୍ରମିତ ବ୍ୟକ୍ତିଙ୍କ ସଂଖ୍ୟା ବୃଦ୍ଧି ପାଇବା ଆଶଙ୍କା କରାଯାଉଛି। ତେଣୁ ଏହାର ମୁକାବିଲା ପାଇଁ ଆବଶ୍ୟକ କେତେକ ମୌଳିକ ପ୍ରସଙ୍ଗ ଉପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। କରୋନା ମୁକାବିଲା ନିମନ୍ତେ ଉଦ୍ଦିଷ୍ଟ ଭିଡିଓ କନଫରେନ୍ସିଂ ବେଳେ ମୁଖ୍ୟମନ୍ତ୍ରୀ ଏହି ଦାବି ରଖିଛନ୍ତି।
ନବୀନ କହିଛନ୍ତି ଯେ, କରୋନା ସମ୍ପର୍କିତ ପରୀକ୍ଷା ପାଇଁ ଆବଶ୍ୟକ ଭିତ୍ତିଭୂମି ଯୋଗାଇ ଦିଆଯାଉ। ଉଭୟ ସରକାରୀ ଏବଂ ଘରୋଇ ହସ୍ପିଟାଲସ୍ତରରେ ଏହି ବ୍ୟବସ୍ଥା ଉପଲବ୍ଧ କରାଯାଉ। ଏଥିସହିତ ଏହାକୁ ମାଗଣା କରାଯାଉ ବୋଲି ମୁଖ୍ୟମନ୍ତ୍ରୀ ଦାବି କରିଛନ୍ତି। ସ୍ବାସ୍ଥ୍ୟ କର୍ମୀ/ଆବଶ୍ୟକ ବ୍ୟକ୍ତିବିଶେଷଙ୍କ ସୁରକ୍ଷା ପାଇଁ ମାସ୍କ ଏବଂ ବିପଜ୍ଜନକ ପରିସ୍ଥିତିରେ ଦରକାର ହେଉଥିବା ସ୍ବାସ୍ଥ୍ୟ ସାମଗ୍ରୀ ଦେବା ପାଇଁ ରାଜ୍ୟ ପକ୍ଷରୁ ଦାବି କରାଯାଇଛି। ସେହିଭଳି ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) ଅଧୀନରେ ଶ୍ରମିକମାନଙ୍କୁ ଅନୂ୍ୟନ ୫୦ ଦିନର ମଜୁରି ଯୋଗାଇ ଦିଆଯାଉ। ଜାତୀୟ ଖାଦ୍ୟ ସୁରକ୍ଷା ଆଇନରେ ହିତାଧିକାରୀମାନଙ୍କୁ ଆର୍ଥିକ ସହାୟତା ସହ ପିଏମ୍‌-କିଷାନ ଯୋଜନା ଅଧୀନରେ ଅତିରିକ୍ତ କିସ୍ତି ପ୍ରଦାନ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ କୁହାଯାଇଛି। ବିଭିନ୍ନ ବର୍ଗର ଲୋକମାନଙ୍କ ପାଇଁ ଆର୍ଥିକ ପ୍ୟାକେଜ୍‌ ଘୋଷଣା ଏବଂ ବିଶେଷଭାବେ ନିର୍ମାଣ ଶ୍ରମିକମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ ନେଇ ପ୍ରସ୍ତାବ ଦିଆଯାଇଛି। ସେହିପରି କେନ୍ଦ୍ର ସରକାର ରାଜ୍ୟଗୁଡ଼ିକୁ ଆଗୁଆ ଅର୍ଥ ପ୍ରଦାନ ନେଇ ପ୍ରସ୍ତାବ ରଖିଛନ୍ତି। ମୁଖ୍ୟମନ୍ତ୍ରୀ ରାଜ୍ୟ ସମ୍ପର୍କିତ ଦାବି ରଖିବା ସମୟରେ କରୋନା ମୁକାବିଲା ନେଇ ଭାରତ ସରକାର ନେଇଥିବା ବିଭିନ୍ନ ପଦକ୍ଷେପକୁ ପ୍ରଶଂସା ମଧ୍ୟ କରିଥିଲେ। ବିଶେଷକରି ଅନ୍ତର୍ଜାତୀୟ ବିମାନ ଉଡାଣ ଉପରେ ଲଗାଯାଇଥିବା କଟକଣା, ବିଦେଶରେ ରହୁଥିବା ଭାରତୀୟଙ୍କୁ ପ୍ରଭାବିତ ଅଞ୍ଚଳରୁ ଉଦ୍ଧାର ପାଇଁ ପଦକ୍ଷେପ ନେଇଥିବାରୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଥିଲେ। ସେହିଭଳି ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି(ଏସ୍‌ଡିଆର୍‌ଏଫ୍‌)କୁ ସଚଳ କରିଥିବାରୁ ମଧ୍ୟ କେନ୍ଦ୍ରକୁ ଧନ୍ୟବାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri