ଭିନ୍ନକ୍ଷମ ସଶକ୍ତୀକରଣକୁ ଗୁରୁତ୍ୱ: ପ୍ରତି ଜିଲାରେ ହେବ ସମନ୍ବିତ ପୁନର୍ବାସ କେନ୍ଦ୍ର

ଭୁବନେଶ୍ୱର,୨୦।୮(ବ୍ୟୁରୋ): ସାମାଜିକ ସୁରକ୍ଷା ଯୋଜନାଗୁଡ଼ିକର ସଫଳ ରୂପାୟନ ନିମନ୍ତେ ରାଜ୍ୟ ସରକାର ଭିନ୍ନକ୍ଷମ ସଶକ୍ତୀକରଣ ଉପରେ ଗୁରୁତ୍ୱ ଦେଇଛନ୍ତି। ଏହି କ୍ରମରେ ପ୍ରତି ଜିଲାରେ ଭିନ୍ନକ୍ଷମମାନଙ୍କ ନିମନ୍ତେ ସମନ୍ବିତ ପୁନର୍ବାସ କେନ୍ଦ୍ର ପ୍ରତିଷ୍ଠା କରାଯିବ ବୋଲି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ସୂଚନା ଦେଇଛନ୍ତି। ନୂଆପଡ଼ା ଜିଲା ଗସ୍ତରେ ଯାଇ ବିଭାଗୀୟ କାର୍ଯ୍ୟକ୍ରମ ସମୀକ୍ଷା କରିବା ପରେ ମନ୍ତ୍ରୀ ପଣ୍ଡା ସୋମବାର ଲୋକସେବା ଭବନଠାରେ ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରତ୍ୟେକ ଜିଲାରେ ଭିନ୍ନକ୍ଷମମାନଙ୍କୁ ପୁନର୍ବାସ ସାମଗ୍ରୀ ଯୋଗାଇଦେବା ପାଇଁ ଜିଲା ପୁନର୍ବାସ କେନ୍ଦ୍ର କାର୍ଯ୍ୟ କରୁଥିବାବେଳେ ଏଣିକି ପ୍ରତିଷ୍ଠିତ ହେବାକୁ ଥିବା ସମନ୍ବିତ ପୁନର୍ବାସ କେନ୍ଦ୍ରରେ ଜରାନିବାସ, ନିଶାନିବାରଣ କେନ୍ଦ୍ର, ଧନ୍ଦାମୂଳକ ବୈଷୟିକ ତାଲିମ ପ୍ରତିଷ୍ଠାନ ଏବଂ ମାନସିକ ଅନଗ୍ରସରମାନଙ୍କ ନିମନ୍ତେ ଆବାସ ନିର୍ମାଣ ସହିତ ଭିତ୍ତିଭୂମିକୁ ଦୃଢ଼ କରାଯିବ। ପ୍ରତି ଜରାନିବାସରେ ପ୍ରାୟ ୨୫୦ ବରିଷ୍ଠ ନାଗରିକଙ୍କ ନିମନ୍ତେ ପୁନର୍ବାସ ବ୍ୟବସ୍ଥା କରାଯିବ। ଏଥିନିମନ୍ତେ ପ୍ରତି ଜିଲାରେ ପ୍ରାୟ ୨୫ ଏକର ପରିମିତ ଜମିରେ ଏହି କେନ୍ଦ୍ର ପ୍ରତିଷ୍ଠା କରିବାକୁ ଯୋଜନା ହୋଇଛି।
ଅନ୍ୟପକ୍ଷରେ ଭିନ୍ନକ୍ଷମମାନଙ୍କ ଚିହ୍ନଟ, ସେମାନଙ୍କ ପରୀକ୍ଷା ନିରୀକ୍ଷା ତଥା ସୁରକ୍ଷା ସାମଗ୍ରୀ ଯୋଗାଣ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ଲାଗି ‘କ୍ଷମତା ଏକ୍ସପ୍ରେସ୍‌’ ପରି ଭ୍ରାମ୍ୟମାଣ ଶିବିର ବିଭିନ୍ନ ଅଞ୍ଚଳ ବୁଲୁଛି। ଏହାର ସୁବିଧା ନେବା ନିମନ୍ତେ ମନ୍ତ୍ରୀ ପରାମର୍ଶ ଦେବାସହ ଭିନ୍ନକ୍ଷମ ସଶକ୍ତୀକରଣ ପାଇଁ ସରକାରୀ ସ୍ତରରେ ଉପଲବ୍ଧ ସୁବିଧାଗୁଡ଼ିକ ବାବଦରେ ଜନସଚେତନତା ବୃଦ୍ଧି ଉପରେ ଗୁରୁତ୍ୱ ଦେଇଛନ୍ତି। ବେସରକାରୀ ଏବଂ ସ୍ବେଚ୍ଛାସେବୀ ସଂଗଠନଗୁଡ଼ିକ ଏଥିରେ ସହଯୋଗ କରିବାକୁ ଆଗେଇ ଆସିବା ନିମନ୍ତେ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ

ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...

ଚିଲିକାରେ ଭସାପୋଲ ଅଘଟଣ ପରେ ବଡ଼ ନିଷ୍ପତ୍ତି, ୧୧ଟା ଯାଏ ଡ଼ଙ୍ଗା…

କୃଷ୍ଣପ୍ରସାଦ,୨।୧: ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ...

ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା: ଏଥର ଓଏଏସ୍, ଓଏଫ୍‌ସ୍ଏସ୍, ଓଆରଏସ ପଦବି ନାହିଁ

ଭୁବନେଶ୍ବର,୨।୧: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା-୨୦୨୫ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ଓଏଏସ୍ (OAS), ଓଏଫ୍‌ଏସ୍ (OFS) ଏବଂ...

ଆହୁରି ଥରାଇବ ଶୀତ: ଆଗାମୀ ୪ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨ା୧(ବନ୍ଦନା ସେଠୀ):ନୂଆବର୍ଷରେ ଥରିଲା ସାରା ଓଡ଼ିଶା। ପ୍ରବଳ ଥଣ୍ଡା ସାଙ୍ଗକୁ ରାଜ୍ୟର ଏକାଧିକ ଅଞ୍ଚଳ ଘନ କୁହୁଡି ଆସ୍ତରଣରେ ଭରି ରହିଥିଲା। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ...

ଜ୍ୱାଇଁଙ୍କୁ ବିଷ ପିଆଇଦେଲେ ଶ୍ୱଶୁରଘର ଲୋକେ, ଭିଡିଓ ଦେଖିଲେ ଆଖିରୁ…

ନୟାଗଡ଼/ରଣପୁର,୨।୧ (ଲୋକନାଥ ମିଶ୍ର /ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ଥାନା ଖତିଆ ଗାଁର ବିପିନ ବିହାରୀ ଭୂୟାଁ(୩୦)ଙ୍କୁ ଶ୍ୱଶୁର ଘର ଲୋକେ ବିଷ...

ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ, ଦୁଇଥର ବିଧାୟକ ହୋଇଥିଲେ

ନୀଳଗିରି, ୦୨/୦୧(ପ୍ରଶାନ୍ତ କୁମାର ବିଶ୍ୱାଳ): ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ଦେହାନ୍ତ । କ୍ୟାନ୍ସର ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିବା ବେଳେ ଆଖି...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri