ଭିସୁଟ୍‌ରେ ର଼୍ୟାଗିଂ

ସମ୍ବଲପୁର,୨୩ା୮(ବ୍ୟୁରୋ):ସମ୍ବଲପୁର ଜିଲା ବୁର୍ଲା ବୀରସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ୍‌)ରେ ର଼୍ୟାଗିଂ ଭିଡିଓ ଭାଇରାଲ ହୋଇଛି। ପ୍ରଥମ ବର୍ଷର ଛାତ୍ରମାନଙ୍କୁ ସିନିୟର ଛାତ୍ରମାନେ ର଼୍ୟାଗିଂ କରୁଥିବା ଏହି ଭିଡିଓରୁ ଜଣାପଡିଛି। ଏହାକୁ ନେଇ କୁଳପତି ଅଟଳ ଚୌଧୁରୀ ଗୁରୁବାର ସନ୍ଧ୍ୟାରେ କଲେଜ ଅଧିକାରୀଙ୍କୁ ଏକ ଜରୁରୀ ବୈଠକ କରି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ପ୍ରାଥମିକ ତଦନ୍ତକୁ ଆଧାର କରି ୧୦ ଛାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସେମାନେ ଗୋଟିଏ ବର୍ଷ ପାଇଁ ପରୀକ୍ଷାରୁ ବଞ୍ଚତ୍ତ ହେବେ ବୋଲି କଲେଜ କର୍ତ୍ତୃପକ୍ଷ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷେ ୫୨ ଜଣ ଛାତ୍ରଙ୍କୁ ୨ହଜାର ଟଙ୍କା ଲେଖାଏ ଜରିମାନା ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ା
ଭାଇରାଲ ଭିଡିଓରେ ସିନିୟର ଛାତ୍ରମାନେ ପ୍ରାୟ ୪୦ରୁ ୫୦ଜଣ ଜୁନିୟର ଛାତ୍ରଙ୍କୁ ର଼୍ୟାଗିଂ କରୁଥିବା ଦେଖିବାକୁ ମିଳିଛି। ସିନିୟର ଛାତ୍ରମାନେ ଜୁନିୟର ଛାତ୍ରଙ୍କ ଶାର୍ଟ ଚିରି କାନ ଧରି ଉଠବସ କରାଉଛନ୍ତି। ଏପରି କି ଅନ୍ତଃବସ୍ତ୍ର ପିନ୍ଧି ଏକା ସାଥିରେ ନାଚିବାକୁ କୁହାଯାଉଛି। ଏହାକୁ ବିରୋଧ କରିବାରୁ ଜୁନିୟର ଛାତ୍ରମାନଙ୍କୁ ସିନିୟର ଛାତ୍ର ମାଡ଼ ମାରୁଥିବା ଭିଡିଓରେ ରହିଛି। ଏପରି କି କଲେଜ ଶିଡ଼ିରେ ଛାତ୍ରମାନଙ୍କୁ ଦୌଡିବାକୁ ନିର୍ଦ୍ଦେଶ ଦିଆଯାଉଛି। କିଛି ସିନିୟର ଛାତ୍ର ବାଡ଼ିରେ ଜୁନିୟରଙ୍କୁ ବାଡ଼େଇ ଗୋଡ଼ାଉ ଥିବା ଭିଡିଓରେ ରହିଛି। ଭୟରେ ଛାତ୍ରମାନେ ସିନିୟରଙ୍କ ନିର୍ଦ୍ଦେଶ ମାନି ନେଉଛନ୍ତି। ଏଭଳି ଘଟଣାର ଭିଡିଓ କିଛି ଛାତ୍ର ଉତ୍ତୋଳନ କରିଥିଲେ, ଯାହାକି ବର୍ତ୍ତମାନ ଭାଇରାଲ ହୋଇଛି। ଏନେଇ ଭିସୁଟ୍‌ କୁଳପତି ଚୌଧୁରୀ କୁହନ୍ତି, ଛାତ୍ରମାନଙ୍କୁ ର଼୍ୟାଗିଂ କରିବା ଏକ ଦଣ୍ଡନୀୟ ଅପରାଧ। କଲେଜ ପକ୍ଷରୁ ଏହାକୁ ଗୁରୁତର ସହ ନିଆଯାଇଛି। ଘଟଣାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ତଦନ୍ତ ରିପୋର୍ଟ ଆସିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦିନକୁ ୫ କପ୍‌ କଫି, କମାଏ ହୃଦ୍‌ରୋଗ ଆଶଙ୍କା

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri