Posted inଜାତୀୟ

ଭୀମା-କୋରେଗାଓ୍ବଁ ମାମଲା: ଲିଓ ଟଲଷ୍ଟୟଙ୍କ ମହାନ୍‌ କୃତି ‘ଓ୍ବାର ଆଣ୍ଡ୍‌ ପିସ୍‌’କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୧।୮: ଏବେ ଭୀମା-କୋରେଗାଓ୍ବଁ ହିଂସାକୁ ନେଇ ସୋସିଆଲ୍‌ ମିଡ଼ିଆରେ ଚର୍ଚ୍ଚା ଜାରି ରହିଛି। ବିଚାରପତି ସରଙ୍ଗ କୋତଓ୍ବାଲ ବୁଧବାର ଅଭିଯୁକ୍ତ ବର୍ନନ ଗୋଞ୍ଜାଲଭେସ୍‌ଙ୍କୁ ପଚାରିଥିଲେ ଯେ, ସେ କାହିଁକି ନିଜ ଘରେ ଓ୍ବାର ଆଣ୍ଡ୍‌ ପିସ୍‌ ଭଳି ଆପତ୍ତି ଜନକ ସାମଗ୍ରୀ ରଖିଥିଲେ। ବର୍ନନଙ୍କ ଆଇନଜୀବୀ ମିହିର ଦେଶାଇଙ୍କ ଏକ ଉତ୍ତରରେ ବିଚାରପତି ଏଭଳି ପ୍ରଶ୍ନ କରିଥିଲେ। ଯେହେତୁ ‘ଓ୍ବାର ଆଣ୍ଡ୍‌ ପିସ’ ଲିଓ ଟଲଷ୍ଟୟଙ୍କ ମହାନ ସାହିତି୍ୟକ କୃତି ତେଣୁ ଏହାକୁ ନେଇ ବିଚାରପତିଙ୍କ ମନ୍ତବ୍ୟକୁ କେତେକ ଲୋକେ ନାପସନ୍ଦ କରି ସୋସିଆଲ୍‌ ମିଡ଼ିଆରେ ଭିନ୍ନ ଭିନ୍ନ କମେଣ୍ଟ ଦେଇଥିଲେ। ଏହାକୁ ନେଇ ବିଚାରପତି ସ୍ପଟୀକରଣ ଦେଇଥିଲେ ଯେ, କୋର୍ଟରେ ଟଲଷ୍ଟୟଙ୍କ ଦ୍ୱାରା ରଚିତ ହୋଇଥିବା ପୁସ୍ତକ ସମ୍ପର୍କରେ ପଚରାଯାଇ ନ ଥିଲା। ବିଶ୍ୱଜିତ୍‌ ରାୟଙ୍କ ଦ୍ୱାରା ରଚିତ ପୁସ୍ତକ ‘ଓ୍ବାର ଆଣ୍ଡ୍‌ ପିସ୍‌ ଇନ୍‌ ଜଙ୍ଗଲମହଲ: ପିପୁଲ୍‌, ଷ୍ଟେଟ୍‌ ଆଣ୍ଡ ମାଓଇଷ୍ଟ’ ନାମକ ଆପତ୍ତିଜନକ ପୁସ୍ତକ ଉପରେ କୋର୍ଟରେ ପଚରା ଯାଇଥିଲା। ଏଭଳି ପୁସ୍ତକ କାହିଁକି ବହୁଳ ପରିମାଣରେ ବର୍ନନଙ୍କ ଘରେ ଥିଲା ସେ ନେଇ ମିହିରଙ୍କୁ ପ୍ରଶ୍ନ କରାଯାଇଥିଲା। ସୂଚନାଯୋଗ୍ୟ, ଭୀମା-କୋରେଗାଓ୍ବଁ ମାମଲାରେ ୫ ଜଣ ଅଭିଯୁକ୍ତଙ୍କ ଘରୁ ଏହି ପୁସ୍ତକ ସମେତ ଆପତ୍ତିଜନକ ସାମଗ୍ରୀ ପୋଲିସ ଜବତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ନିଷ୍ପତ୍ତି, ଭୋଟର ଲିଷ୍ଟକୁ ନେଇ କହିଲେ ବଡ଼କଥା…

ନୂଆଦିଲ୍ଲୀ,୩୦।୯: ନିର୍ବାଚନ ଆୟୋଗ ‘ସ୍ପେଶାଲ ଇଣ୍ଟେନସିଭ ରିଭିଜନ’ (SIR) ପ୍ରକ୍ରିୟା ଶେଷ କରିସାରିଥିବା ରାଜ୍ୟଗୁଡ଼ିକରେ ନୂଆ ଭୋଟରମାନଙ୍କ ପାଇଁ ଫର୍ମ-୬ ସହିତ ଯୋଡ଼ା ଯାଇଥିବା ଅତିରିକ୍ତ ଘୋଷଣାନାମା…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…

ମଜାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍‌କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ…

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ବାଇକ୍‌ ଶୋ’ରୁମ୍‌

ବାଲେଶ୍ୱର, ୩୦।୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ବୁଧବାର ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ। ସହଦେବଖୁଣ୍ଟା ମ୍ୟୁନିସିପାଲ ହାଇସ୍କୁଲ ସମ୍ମୁଖରେ ଥିବା ଏକ ହିରୋ ବାଇକ ଶୋ-ରୁମରେ ପୂର୍ବାହ୍ନରେ…

ପହଲଗାମ ଆକ୍ରମଣର ପ୍ରତିଶୋଧ ନେଲା ଭାରତ: ଟଳିପଡ଼ିଲେ ମୂସା

ଶ୍ରୀନଗର,୩୦।୯: ଜମ୍ମୁ-କଶ୍ମୀରର ବଡଗାମ ଜିଲାରେ ସୁରକ୍ଷାବାହିନୀକୁ ବଡ଼ ସଫଳତା ମିଳିଛି। ୟୁସମର୍ଗ ଅଞ୍ଚଳରେ ଚାଲିଥିବା ତଲାସୀ ଅଭିଯାନ ବେଳେ ପାକିସ୍ତାନ ଭିତ୍ତିକ ଆତଙ୍କୀ ସଂଗଠନ ଲସ୍କର-ଏ-ତୋଏବା (LeT)ର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଆଶୀର୍ବାଦ: ମାଉଣ୍ଟ ମଚୋଇ-୨ ଶିଖରରେ ଉଡ଼ାଇଲେ ତ୍ରିରଙ୍ଗା

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ କୁଲିତା ଟୁକୁରା ଗ୍ରାମର ପର୍ବତାରୋହୀ ଆଶୀର୍ବାଦ ମହାପାତ୍ର ପ୍ରାୟ ୫,୧୩୦ ମିଟର(୧୬,୮୩୦ ଫୁଟ) ଉଚ୍ଚତାବିଶିଷ୍ଟ ଜମ୍ମୁ-କଶ୍ମୀରର ମାଉଣ୍ଟ ମଚୋଇ-୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?