‘ଭୀମ ଭୋଇଙ୍କ ଚରିତ୍ର ସଂହାରକୁ ବରଦାସ୍ତ କରାଯିବନି’

ଢେଙ୍କାନାଳ ଅଫିସ, ୨୩।୫ – ଭୀମ ଭୋଇଙ୍କ ଚରିତ୍ରକୁ ଆକ୍ଷେପ କରି ପ୍ରକାଶିତ ଏକ ପୁସ୍ତକକୁ ନେଇ ଢେଙ୍କାନାଳ ଜିଲା ଯୋରନ୍ଦାସ୍ଥିତ ମହିମାଗାଦିରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ମହିମା ଧର୍ମର ଅନ୍ୟତମ ପ୍ରଚାରକଙ୍କ ପ୍ରତି ଏପରି କୁତ୍ସାରଟନାକୁ ନେଇ ମହିମା ଧର୍ମାବଲମ୍ବୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏହାକୁ ନେଇ ଶୁକ୍ରବାର ମହିମାଗାଦିର ସତ୍ୟମହିମା ଧର୍ମଧାମ ପରିଚାଳନା ସମିତି ପକ୍ଷରୁ ମହିମା ସମାଜ କାର୍ଯ୍ୟାଳୟ ପରିସରରେ ଏକ ଖବରଦାତା ସମ୍ମିଳନୀ ଆୟୋଜିତ ହୋଇଥିଲା। ସମିତିର ଅଧ୍ୟକ୍ଷ ବାବା ପବିତ୍ର ମୋହନ ଦାସ ଏବଂ ସମ୍ପାଦକ ନିତ୍ୟାନନ୍ଦ ଦାସ କହିଲେ, ବିବାଦୀୟ ପୁସ୍ତକର ଲେଖକ ମହିମାଧର୍ମ ବିରୋଧରେ ଉଲ୍ଲେଖ କରିଛନ୍ତି। ଭୀମ ଭୋଇ ମହିମାଧର୍ମର ପ୍ରଥମ ଭକ୍ତ। ରେଢ଼ାଖୋଲର କଙ୍କଣପଡ଼ାରୁ ତାଙ୍କୁ ମହିମାସ୍ବାମୀ ଉଦ୍ଧାର କରି ଦିବ୍ୟଚକ୍ଷୁ ପ୍ରଦାନ କରିଥିଲେ। ସେ ମହିମାଧର୍ମର ଆଦିବାର୍ତ୍ତା ପ୍ରଚାର କରିଥିଲେ। ମହିମାଧର୍ମର ଗଭୀର ଆତ୍ମ ନିବେଦନ ରହିଛି, ଯାହା ଭୀମ ଭୋଇଙ୍କଠାରୁ ପ୍ରଚାରିତ। ସନ୍ଥକବିଙ୍କ ଚରିତ୍ର ସଂହାରକୁ କଦାପି ବରଦାସ୍ତ କରାଯିବ ନାହିଁ। ଉକ୍ତ ବିବାଦୀୟ ପୁସ୍ତକକୁ ସରକାର ନିଷିଦ୍ଧ ଘୋଷଣା କରିବା ସହିତ ଲେଖକଙ୍କ ନାମରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ସୁବ୍ରତ ବାବା, ଅଶୋକ ବାବା, ଦୀନବନ୍ଧୁ ବାବା, ସୌମ୍ୟ ବାବା ପ୍ରମୁଖ ଦାବି କରିଛନ୍ତି। ଏହାପରେ ମହିମାଗାଦି ସୁରକ୍ଷା ମଞ୍ଚର ସଭାପତି ପ୍ରତ୍ୟୁଷହରି ପ୍ରଧାନ, ସମ୍ପାଦକ କାରଣ ବେହେରା ପ୍ରମୁଖ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ସମ୍ପୃକ୍ତ ଲେଖକଙ୍କ କୁଶ ପୁତ୍ତଳିକା ଦାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

ଖେଳ ପଡ଼ିଆରେ ଟ୍ରାକ୍ଟର ଚଳାଇ ଧାନ ତଳି ପକାଇଲେ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ-ଉତ୍ତେଜନା

ହାଟଡିହୀ, ୩୦।୭(ଶୁଭକାନ୍ତ ନାୟକ): ସରକାର ଖେଳ ଏବଂ ଶାରୀରିକ ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ବଡ଼ରମ୍ପାସ…

କ୍ଷେତପୋଖରୀ ଦୁର୍ନୀତିକୁ ନେଇ ସରପଞ୍ଚ-ସମିତିସଭ୍ୟ ମୁହାଁମୁହିଁ: ହଟ୍ଟଗୋଳ ଯୋଗୁ ଉଠି ଚାଲିଗଲେ…

ଦିଗପହଣ୍ଡି,୩୦|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଗୁରୁବାର ଦିଗପହଣ୍ଡି ବ୍ଲକସ୍ତରୀୟ ଏମଜିଏନଆରଇଜିଏ ଯୋଜନାର ସାମାଜିକ ସମୀକ୍ଷା ଜନଶୁଣାଣି…

ପିସ୍ତଲ ଦେଖାଇ ହତ୍ୟା ଧମକ ଦେଇଥିଲେ, ଯୁବକଙ୍କୁ ବାନ୍ଧିଲା…

ଦେବଗଡ଼,୩୦ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ସୁନାମୁଣ୍ଡା ଗ୍ରାମରେ ପିସ୍ତଲ ମୁନରେ ଭୟଭୀତ କରି ହତ୍ୟା ଧମକ ଦେଇଥିବା ଜଣେ ଯୁବକକୁ ପୋଲିସ ଗିରଫ କରିଛି।…

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri