ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର

କୋକସରା,୨୧।୯(ଡି.ଏନ.ଏ.)
କଳାହାଣ୍ଡି ଜିଲା କୋକସରା ପଞ୍ଚାୟତ ସମିତି ପରିସରଠାରେ ଶୁକ୍ରବାର ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ କୋକସରା ବ୍ଲକ ଅଧ୍ୟକ୍ଷା ସବ୍ୟାରାଣୀ ବାଗ, ବିଡିଓ ବସନ୍ତ କୁମାର ସେଠୀ, କୋକସରା ସମିତି ସଭ୍ୟ ତ୍ରିଭୁବନ ନାଏକ, ଟେମରା ସମିତି ସଭ୍ୟ ରାଜେନ୍ଦ୍ର ନାଏକ, ବ୍ଲକ ଭିନ୍ନକ୍ଷମ ସଂଘ ସଭାପତି ମାନ ପୁଞ୍ଜି ମିଳିତ ଭାବେ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ୨୨ଟି ପଞ୍ଚାୟତରୁ ଶତାଧିକ ଭିନ୍ନକ୍ଷମ ଶିଶୁ, ପୁରୁଷ, ମହିଳାମାନେ ଆସି ନାମ ପଞ୍ଜୀକରଣ କରିଥିଲେ। ଜିଲା ମୁଖ୍ୟ ଡାକ୍ତରଖାନାରୁ ଆସିଥିବା ବିଶେଷଜ୍ଞ ଡାକ୍ତରଙ୍କଠାରୁ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ଏହାସହ ଅନଲାଇନରେ ନାମ ପଞ୍ଜୀକରଣ କରି ପ୍ରମାଣପତ୍ର ଓ ଚିକିତ୍ସା ପାଇଁ ଆବେଦନ କରିଥିଲେ। ଏହି ଶିବିରରେ ମୋଟ ୨୧୨ ଜଣ ଭିନ୍ନକ୍ଷମ ପଞ୍ଜୀକରଣ କରିଥିବା ବେଳେ ୧୩୦ ଜଣଙ୍କୁ ଭିନ୍ନକ୍ଷମ ପ୍ରମାଣପତ୍ର, ୫ ଜଣଙ୍କୁ ହ୍ବିଲ ଚେୟାର, ୩ ଜଣଙ୍କୁ ଟ୍ରାଇସାଇକେଲ ଓ ୩୩ ଜଣଙ୍କଠାରୁ ପେନସନ ପାଇଁ ଆବେଦନ ଫର୍ମ ଗ୍ରହଣ କରାଯାଇଥିଲା। ଭବାନୀପାଟଣାରୁ ଆସିଥିବା ବିଶେଷଜ୍ଞ ଡାକ୍ତର ଡ. ସୁନୀଲ କୁମାର ପାଢୀ, ଡ. ପ୍ରତାପ କୁମାର ପଟ୍ଟନାୟକ, ଡ. ପ୍ରଦ୍ୟୁମ୍ନ କୁମାର ପଣ୍ଡା, ଡ. ପ୍ରିୟଙ୍କା ଗାଭାଲି, ବାଦଲ କୁମାର ପଟ୍ଟନାୟକ, ରମେଶ କୁମାର ଜେନା, ନିବେଦିତା ସାହୁ, ଲକ୍ଷ୍ୟପତି ପୂଜାରୀ, ଅପୂର୍ବ ସତନାମୀ ପ୍ରମୁଖ ଶିବିରରେ ଭିନ୍ନକ୍ଷମମାନଙ୍କୁ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଦୀପକ କୁମାର ବେହେରା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri