ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର

ଲାଞ୍ଜିଗଡ଼,୨୬।୯(ଡି.ଏନ.ଏ.) କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁରଠାରେ ଜିଲା ପ୍ରଶାସନ ଓ ବ୍ଲକ ପ୍ରଶାସନର ମିଳିତ ଉଦ୍ୟମରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ବ୍ଲକ ଅଞ୍ଚଳର ୧୭୫ ଜଣ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ନାମ ପଞ୍ଜୀକୃତ ହୋଇଥିଲା। ୧୦ ଜଣଙ୍କୁ ଟ୍ରାଇସାଇକେଲ, ୩୪ଜଣଙ୍କୁ ମଧୁବାବୁ ପେନସନ, ୫୩ଜଣଙ୍କ ନାମ ଗ୍ରାମାଞ୍ଚଳ ଗୃହ ନିର୍ମାଣ, ୬୧ ଜଣଙ୍କୁ ବସ୍‌ ଓ ଟ୍ରେନ୍‌ ପାସ୍‌, ୫୦ ଜଣଙ୍କୁ ବ୍ୟାଙ୍କ ଋଣ ସହାୟତା ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଥିଲା । ଶିବିରରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଡାକ୍ତର ସୁନୀଲ କୁମାର ପାଢୀ, ଡାକ୍ତର ପ୍ରତାପ ପଟ୍ଟନାୟକ, ଡାକ୍ତର ନିବେଦିତା ସାହୁ ଯୋଗ ଦେଇଥିଲେ । ଜିଳା ଭିନ୍ନକ୍ଷମ ପୁନର୍ବାସ କେନ୍ଦ୍ର ପକ୍ଷରୁ ରମେଶ କୁମାର ଜେନା, ଲାଞ୍ଜିଗଡ ବ୍ଲକ ପ୍ରଶାସନ ପକ୍ଷରୁ ବିଡିଓ ମୁନୀନ୍ଦ୍ର ହୋନ୍ନାଗା, ଏବିଡିଓ ବିଭୁତିଭୂଷଣ ଶତପଥୀ, ଏସ୍‌ଇଓ ଶଙ୍କର୍ଷଣ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ଶିବିର ପରିଚାଳନାରେ ପୀତବାସ ସାହୁ, ଝସକେତନ ଦୁର୍ଗା, ଲକ୍ଷ୍ମଣ ନାୟକ, ଲାଲୁ ପ୍ରସାଦ ସାହୁ, ବିଜୁ ଯୁବବାହିନୀ ବ୍ଲକ ସଂଯୋଜକ ଜକସନ ସାହୁଙ୍କ ସମେତ ପୋଖରୀବନ୍ଧ, ବିଶ୍ୱନାଥପୁର, ଚମ୍ପାଦେଇପୁର ପଞ୍ଚାୟତର ବିଜୁ ଯୁବବାହିନୀ ସଦସ୍ୟମାନେ ସହଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି...

ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି

ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ

ଯାଜପୁର,୨୩।୧୨: ଓଡିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ “ଜୟ ମହାକାଳ ଫାଉଣ୍ଡେସନ” ପକ୍ଷରୁ “ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଜିଲ୍ଲା ଯାଜପୁର...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri