ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର

ଲାଞ୍ଜିଗଡ଼,୨୬।୯(ଡି.ଏନ.ଏ.) କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁରଠାରେ ଜିଲା ପ୍ରଶାସନ ଓ ବ୍ଲକ ପ୍ରଶାସନର ମିଳିତ ଉଦ୍ୟମରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ବ୍ଲକ ଅଞ୍ଚଳର ୧୭୫ ଜଣ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ନାମ ପଞ୍ଜୀକୃତ ହୋଇଥିଲା। ୧୦ ଜଣଙ୍କୁ ଟ୍ରାଇସାଇକେଲ, ୩୪ଜଣଙ୍କୁ ମଧୁବାବୁ ପେନସନ, ୫୩ଜଣଙ୍କ ନାମ ଗ୍ରାମାଞ୍ଚଳ ଗୃହ ନିର୍ମାଣ, ୬୧ ଜଣଙ୍କୁ ବସ୍‌ ଓ ଟ୍ରେନ୍‌ ପାସ୍‌, ୫୦ ଜଣଙ୍କୁ ବ୍ୟାଙ୍କ ଋଣ ସହାୟତା ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଥିଲା । ଶିବିରରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଡାକ୍ତର ସୁନୀଲ କୁମାର ପାଢୀ, ଡାକ୍ତର ପ୍ରତାପ ପଟ୍ଟନାୟକ, ଡାକ୍ତର ନିବେଦିତା ସାହୁ ଯୋଗ ଦେଇଥିଲେ । ଜିଳା ଭିନ୍ନକ୍ଷମ ପୁନର୍ବାସ କେନ୍ଦ୍ର ପକ୍ଷରୁ ରମେଶ କୁମାର ଜେନା, ଲାଞ୍ଜିଗଡ ବ୍ଲକ ପ୍ରଶାସନ ପକ୍ଷରୁ ବିଡିଓ ମୁନୀନ୍ଦ୍ର ହୋନ୍ନାଗା, ଏବିଡିଓ ବିଭୁତିଭୂଷଣ ଶତପଥୀ, ଏସ୍‌ଇଓ ଶଙ୍କର୍ଷଣ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ଶିବିର ପରିଚାଳନାରେ ପୀତବାସ ସାହୁ, ଝସକେତନ ଦୁର୍ଗା, ଲକ୍ଷ୍ମଣ ନାୟକ, ଲାଲୁ ପ୍ରସାଦ ସାହୁ, ବିଜୁ ଯୁବବାହିନୀ ବ୍ଲକ ସଂଯୋଜକ ଜକସନ ସାହୁଙ୍କ ସମେତ ପୋଖରୀବନ୍ଧ, ବିଶ୍ୱନାଥପୁର, ଚମ୍ପାଦେଇପୁର ପଞ୍ଚାୟତର ବିଜୁ ଯୁବବାହିନୀ ସଦସ୍ୟମାନେ ସହଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ: ଭକ୍ତଙ୍କ ଜମୁଛି ଭିଡ଼

ଜି ଉଦୟଗିରି, ୨୨।୭( ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ କରାଯାଇଛି। ମହାପ୍ରଭୁଙ୍କ ପର୍ଶୁରାମ ବେଶ ଓ…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ଅଙ୍ଗନଦୀରେ ଭାସିଗଲେ ଗୋପାଳକ, ଅଗ୍ନିଶମ ବିଭାଗ ପକ୍ଷରୁ ଚାଲିଛି ଖୋଜାଖୋଜି

ପଦ୍ମପୁର,୨୨।୭ (ପ୍ରଦୀପ୍ତ ଦାଶ) : ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ଅନ୍ତର୍ଗତ ସମ୍ବଲପୁରୀ ଗ୍ରାମ ନିକଟରେ ଥିବା ଅଙ୍ଗନଦୀରେ ଭାସିଯାଇ ଜଣେ ଗୋପାଳକ ନିଖୋଜ ହୋଇଥିବା ଘଟଣା…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri