ଭୀଷଣ ରୂପ ନେଲା ଅମ୍ଫନ୍‌: ମେ ୨୦ରେ ସ୍ଥଳଭାଗରେ ମାଡ଼ ହେବାର ପୂର୍ବାନୁମାନ

ନୂଆଦିଲ୍ଲୀ,୧୮।୫: ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଭୟଙ୍କର ସାମୁଦ୍ରିକ ଝଡ଼ରେ ପରିଣତ ହୋଇ ଏବେ ଭୀଷଣ ରୂପ ନେଇଛି। ପାରାଦୀପଠାରୁ ଦକ୍ଷିଣରେ ୯୫୦କି.ମି., ପଶ୍ଚିମବଙ୍ଗର ଦୀଘାଠାରୁ ୧୧୨୦ କି.ମି ଏବଂ ବାଂଲାଦେଶର ଖେପୁରାଠାରୁ ୧୨୩୦ କି.ମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ସାମୁଦ୍ରିକ ଝଡ଼ ଅମ୍ଫନ୍‌ ଭୀଷଣ ରୂପ ନେଇ ଘଣ୍ଟାକୁ ୬ କି.ମି. ବେଗରେ ସ୍ଥଳଭାଗ ଆଡ଼କୁ ମୁହାଁଇଛି। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଅମ୍ଫନ୍‌ ଅତି ଭୟଙ୍କର ରୂପ ନେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ହେବ। ଉତ୍ତର ଦିଗରେ ଗତି କରୁଥିବା ଏହି ସାମୁଦ୍ରିକ ଝଡ଼ କେଇ ଘଣ୍ଟା ମଧ୍ୟରେ ଦିଗ ପରିବର୍ତ୍ତନ କରି ଉତ୍ତର-ଉତ୍ତର ପୂର୍ବ ଦିଗକୁ ଗତି କରିବ। ଏହା ସୁପର ସାଇକ୍ଲୋନ୍‌(ମହାବାତ୍ୟା) ରୂପ ନେବ ବୋଲି ଅନୁମାନ କରାଯାଉଛି। ମେ ୨୦ତାରିଖ ଅପରାହ୍ନ କିମ୍ବା ସନ୍ଧ୍ୟା ସୁଦ୍ଧା ବାତ୍ୟା ପଶ୍ଚିମ ବଙ୍ଗର ଦୀଘା ଏବଂ ବାଂଲାଦେଶର ହାତିଆ ଦ୍ୱୀପର ସ୍ଥଳଭାଗରେ ମାଡ଼ ହେବାର ଆଶଙ୍କା ରହିଛି। ଏହି ସମୟରେ ଅମ୍ଫନ୍‌ର ଘଣ୍ଟା ପ୍ରତି ବେଗ ୧୮୦ରୁ ୨୦୦ କିଲୋମିଟର ମଧ୍ୟରେ ରହିବାର ପୂର୍ବାନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପଷ୍ଟ କଲା ଭାରତ, ନଇଁବ ନାହିଁ ଦେଶ ରୁଷିଆରୁ କିଣିବ ତେଲ!

ନୂଆଦିଲ୍ଲୀ,୫।୨: ଭାରତ ଏବଂ ଆମେରିକା ମଧ୍ୟରେ ଏକ ବାଣିଜ୍ୟ ଚୁକ୍ତି ଉପରେ ସହମତ ହୋଇଛି। ଏହା ସହିତ, ଏକ ପ୍ରମୁଖ ପ୍ରଶ୍ନ ଉଠିଛି: ଭାରତ ରୁଷିଆରୁ ତେଲ…

ଖୋଲିଲା ‘ଲକ୍ଷ୍ମୀ ଭଣ୍ଡାର’, ମହିଳା-ଗିଗ ଓ୍ବାର୍କର୍ସଙ୍କୁ ବଡ଼ ଉପହାର ହେଲେ ମମତା

କୋଲକାତା,୫।୨: ଗୁରୁବାର ପଶ୍ଚିମବଙ୍ଗ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପିତ ହୋଇଛି। ପଶ୍ଚିମବଙ୍ଗ ଅର୍ଥମନ୍ତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୪.୦୬ ଲକ୍ଷ କୋଟି ଟଙ୍କାର…

ସଂସଦରେ ଅଦ୍ଭୁତ ଦୃଶ୍ୟ, ମୋଦିଙ୍କ ଭାଷଣ ବିନା…

ନୂଆଦିଲ୍ଲୀ,୫।୨: ରାଷ୍ଟ୍ରପତି ସଂସଦର ମିଳିତ ଅଧିବେଶନକୁ ସମ୍ୱୋଧିତ କରିବା ପରେ, ଆଲୋଚନା ହୁଏ ଏବଂ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ଅଭିଭାଷଣ ରଖାଯାଏ। କିନ୍ତୁ, ଲୋକ ସଭାରେ ହଟ୍ଟଗୋଳ ଯୋଗୁଁ…

‘ପ୍ରଧାନମନ୍ତ୍ରୀଙ୍କ ସହ କିଛି ବି ହୋଇଥାଆନ୍ତା’, କାହିଁକି ଏମିତି କହିଲେ ଓମ ବିର୍ଲା, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୫।୨: ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ସମ୍ପର୍କରେ ଲୋକ ସଭାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭାଷଣ ମୁଲତବୀ କରାଯିବା ଉପରେ ବାଚସ୍ପତି ଓମ ବିର୍ଲା ଅସନ୍ତୋଷ ପ୍ରକାଶ…

SIR ନେଲାଣି ୧୦୭ ଲୋକଙ୍କ ଜୀବନ

କୋଲକାତା,୫।୨: ଗୁରୁବାର, ଫେବୃଆରୀ ୫, ୨୦୨୬ରେ ପଶ୍ଚିମବଙ୍ଗ ବିଧାନସଭାରେ ଏକ ଜରୁରୀ ପ୍ରସ୍ତାବ ଆଗତ କରାଯାଇଥିଲା। ଏଥିରେ ଦାବି କରାଯାଇଛି ଯେ ସ୍ବତନ୍ତ୍ର ସଘନ ସଂଶୋଧନ (SIR)…

ଚାଇନା-ରୁଷିଆ-ଆମେରିକାକୁ ପଛରେ ପକାଇ ଏହି ଲିଷ୍ଟ୍‌ରେ ଆଗକୁ ଗଲା ଭାରତ, ଜାଣନ୍ତୁ ପାକିସ୍ତାନ ସ୍ଥିତି କ’ଣ

ନୂଆଦିଲ୍ଲୀ,୫।୨: ବିଶ୍ୱ ବୌଦ୍ଧିକ ଫାଉଣ୍ଡେସନ (WIF) ଦ୍ୱାରା ପ୍ରକାଶିତ ଦାୟିତ୍ୱବାନ ରାଷ୍ଟ୍ର ସୂଚକାଙ୍କ ଦେଶଗୁଡ଼ିକ ଉପରେ ଏକ ନୂତନ ଦୃଷ୍ଟିକୋଣ ପ୍ରଦାନ କରେ। ଏହି ତାଲିକା ଏକ…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

ରାଶନକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ: ଏଣିକି ଶସ୍ୟ ବଦଳରେ ମିଳିବ…

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କର ରାଶନ କାର୍ଡ ଅଛି ଏବଂ ଆପଣ ସରକାରଙ୍କ ମାସିକ ମାଗଣା ରାଶନ ଯୋଜନାର ହିତାଧିକାରୀ, ତେବେ ଏହା ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ସୂଚନା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri