ଭୀଷ୍ମଗିରିରୁ ଭୁବନେଶ୍ୱର ଗଞ୍ଜେଇ ଚାଲାଣ: ୨ ଛାତ୍ର ଗିରଫ

ବ୍ରହ୍ମପୁର ଅଫିସ୍‌,୨୧ା୧୧- ଅବକାରୀ ବିଭାଗ ବୁଧବାର ପୃଥକ୍‌ ଭାବେ ଦୁଇଟି ସ୍ଥାନରେ ଚଢାଉ କରି ୨୨.୨୨୦ କେଜି ଗଞ୍ଜେଇ ଜବତ କରିଛି। ୨ ଜଣ ଗଞ୍ଜେଇ ଚାଲାଣକାରୀଙ୍କୁ ଗିରଫ କରିଛି। ସେମାନେ ହେଲେ ଜଟଣୀର ପବିତ୍ର ବେହେରା (୧୯) ଓ ପୁରୀ ଜିଲା ଡେଲାଙ୍ଗ ଥାନା ହରିରାଜପୁର ଗ୍ରାମର ବୀରେନ୍ଦ୍ର ମଙ୍ଗରାଜ (୧୯)। ଉଭୟେ ଯୁକ୍ତ ୩ ଛାତ୍ର ଅଟନ୍ତି ବୋଲି ସଦର ଇନ୍ସପେକ୍ଟର ବାଳକୃଷ୍ଣ ପରିଡା ସୂଚନା ଦେଇଛନ୍ତି। ବୁଧବାର ସକାଳେ ପ୍ରଥମେ ଫାଷ୍ଟଗେଟ ନିକଟରୁ ପବିତ୍ରଙ୍କୁ ଅବକାରୀ ପୋଲିସର ଏକ ଟିମ୍‌ ଧରିଥିଲା। ସେ ଧରିଥିବା ବ୍ୟାଗ ଯାଞ୍ଚ ବେଳେ ସେଥିରେ ୬.୬୭୦ ଗ୍ରାମ ଗଞ୍ଜେଇ ଥିବା ଦେଖିବାକୁ ପାଇଥିଲେ। ଜେରା ବେଳେ ତାଙ୍କ ବୟାନକୁ ଆଧାର କରି ତାଙ୍କର ଅନ୍ୟ ଜଣେ ସାଙ୍ଗ ବୀରେନ୍ଦ୍ରଙ୍କୁ ଅବକାରୀ ଇନ୍ସପେକ୍ଟର ପରିଡା ଓ ତାଙ୍କ ଟିମ ଖେମୁଣ୍ଡି କଲେଜ ନିକଟରୁ କାବୁ କରିଥିଲା। ବୀରେନ୍ଦ୍ରଙ୍କ ଗାଡି (ନଂ ଓଡ଼ି୩୩ୱାଇ୫୦୫୩)ରୁ ୧୫.୫୫୦ ଗ୍ରାମ ଗଞ୍ଜେଇ ଜବତ କରିଥିଲା। ସେମାନଙ୍କୁ ଜେରା ବେଳେ ଉକ୍ତ ଗଞ୍ଜେଇ ସେମାନେ ଭୀଷ୍ମଗିରି ଅଞ୍ଚଳରୁ ଆଣି ଭୁବନେଶ୍ୱର ଚାଲାଣ କରିଥାନ୍ତେ ବୋଲି ଅବକାରୀ ପୋଲିସ ସୂଚନା ଦେଇଛି। ଉଭୟ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି ବୋଲି ଇନ୍ସପେକ୍ଟର ପରିଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଚୋରି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା: ୩ ଜଣ ଖସିଯାଇଥିବା ସନ୍ଦେହ

ଭଞ୍ଜନଗର,୧୪।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ସାର୍ଦୁଲ ଗ୍ରାମରେ ଚୋରି ସନ୍ଦେହରେ ଜଣେ ଯୁବକଙ୍କୁ କିଛି ଲୋକ ଶୁକ୍ରବାର ରାତିରେ ବାଡେଇ ବାଡେଇ ଗୁରୁତର କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri