ଭୁଟାନ ଗସ୍ତରେ ପ୍ରଧାନମନ୍ତ୍ରୀ: ୧୦ ଏମ୍‌ଓୟୁ ସ୍ବାକ୍ଷର

ଥିମ୍ଫୁ,୧୮ା୮(ପି.ଟି.): ଭୁଟାନ ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଭିନ୍ନ କ୍ଷେତ୍ରରେ ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି ନେଇ ତାଙ୍କ ପ୍ରତିପକ୍ଷ ଲୋଟେ ଶେରିଙ୍ଗ୍‌ଙ୍କ ସହ ଆଲୋଚନା କରିଛନ୍ତି। ଏହି ଅବସରରେ ଦୁଇ ଦେଶ ମଧ୍ୟରେ ୧୦ଟି ବୁଝାମଣାପତ୍ର (ଏମ୍‌ଓୟୁ) ସ୍ବାକ୍ଷରିତ ହୋଇଛି। ଭାରତ ଓ ଭୁଟାନ ମଧ୍ୟରେ ସମ୍ପର୍କକୁ ନେଇ ଦୀର୍ଘସମୟ ଆଲୋଚନା ହୋଇଥିଲା। ଦୁଇଦେଶ ମଧ୍ୟରେ ଆର୍ଥତ୍କ ଓ ସାଂସ୍କୃତିକ ସମ୍ପର୍କକୁ ଆହୁରି ଆଗକୁ ବଢ଼ାଇବା ପାଇଁ ଯଥେଷ୍ଟ ସୁଯୋଗ ରହିଥିବା ପ୍ରଧାନମନ୍ତ୍ରୀ କହିଛନ୍ତି। ମେ ମାସରେ ପୁନର୍ବାର ପ୍ରଧାନମନ୍ତ୍ରୀ ନିର୍ବାଚିତ ହେବା ପରେ ମୋଦିଙ୍କର ଏହା ପ୍ରଥମ ଭୁଟାନ ଗସ୍ତ। ଏହି ଅବସରରେ ସେ ସେଠାରେ ମଙ୍ଗଡେଛୁ ଜଳବିଦ୍ୟୁତ୍‌ ପ୍ରକଳ୍ପ ଉଦ୍‌ଘାଟନ କରିବା ସହ ଭାରତ-ଭୁଟାନ ଜଳଶକ୍ତି ସହଯୋଗର ୫ ଦଶନ୍ଧିକୁ ସ୍ମରଣୀୟ କରିବା ପାଇଁ କେତେକ ଷ୍ଟାମ୍ପ୍‌ ଉନ୍ମୋଚନ କରିଥିଲେ। ଭୁଟାନ ଆସିଥିବାରୁ ସେ ବହୁତ ଖୁସି ବୋଲି ଐତିହାସିକ ସିମ୍‌ତୋଖା ଜୋଙ୍ଗ୍‌ଠାରେ ଭୁଟାନ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରତିନିଧିସ୍ତରୀୟ ଆଲୋଚନା ପରେ ମୋଦି ଏକ ମିଳିତ ବିବୃତିରେ କହିଛନ୍ତି। ମହାକାଶ ଗବେଷଣା, ବିମାନ ଚଳାଚଳ, ଆଇଟି, ଶକ୍ତି ଓ ଶିକ୍ଷା କ୍ଷେତ୍ରରେ ୧୦ଟି ବୁଝାମଣାପତ୍ର ସ୍ବାକ୍ଷର ହୋଇଛି। ମୋଦି ଭୁଟାନରେ ରୁପେ କାର୍ଡ ଶୁଭାରମ୍ଭ କରିଛନ୍ତି। ଏହା ଡିଜିଟାଲ ପେମେଣ୍ଟ, ବାଣିଜ୍ୟ ଓ ପର୍ଯ୍ୟଟନ କ୍ଷେତ୍ରରେ ସମ୍ପର୍କକୁ ଆହୁରି ବୃଦ୍ଧି କରିବ ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ

ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ…

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri