Posted inଖେଳ

ଭୁବନେଶ୍ୱରଙ୍କ ପ୍ରତ୍ୟାବର୍ତ୍ତନ, ଶିଭମଙ୍କୁ ସୁଯୋଗ

କୋଲକାତା, ୨୨।୧୧(ପି.ଟି.)- ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଟି୨୦ ଓ ଏକଦିବସୀୟ କ୍ରିକେଟ ସିରିଜ ପାଇଁ ଗୁରୁବାର ଭାରତୀୟ ଦଳ ଘୋଷଣା କରାଯାଇଛି। ଆହତ ସମସ୍ୟାରୁ ମୁକୁଳିଥିବା ଭୁବନେଶ୍ୱର କୁମାର ଉଭୟ ସିରିଜ ପାଇଁ ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ବାଂଲାଦେଶ ବିପକ୍ଷ ଟି୨୦ରେ ଖେଳି ନ ଥିବା ଅଧିନାୟକ ବିରାଟ କୋହଲି ପୁଣି ଦାୟିତ୍ୱକୁ ଫେରିଛନ୍ତି। ବାଂଲାଦେଶ ବିପକ୍ଷ ଟି୨୦ରେ ଖେଳିଥିବା ଅଲରାଉଣ୍ଡର ଶିଭମ୍‌ ଦୁବେ ପ୍ରଥମଥର ପାଇଁ ଦିନିକିଆ ଦଳରେ ସ୍ଥାନ ପାଇଛନ୍ତି। ସେହିପରି ତାରକା ଦ୍ରୁତ ବୋଲର ମହମ୍ମଦ ସାମି ଦଳକୁ ଫେରିଛନ୍ତି। ସେ ବାମହାତୀ ପେସର ଖଲିଲ ଅହମଦଙ୍କ ସ୍ଥାନ ନେଇଛନ୍ତି। ସେହିପରି କ୍ରୁନାଲ ପାଣ୍ଡ୍ୟାଙ୍କ ସ୍ଥାନରେ କୁଲଦୀପ ଯାଦବଙ୍କୁ ସ୍ଥାନ ମିଳିଛି।
ଗତ ଅଗଷ୍ଟରେ ଭାରତୀୟ ଦଳ ଓ୍ବେଷ୍ଟଇଣ୍ଡିଜ ଗସ୍ତରେ ଯାଇଥିବାବେଳେ ଦ୍ରୁତ ବୋଲର ଭୁବନେଶ୍ୱର ହାମଷ୍ଟ୍ରିଙ୍ଗ୍‌ ଇଞ୍ଜୁରି ଯୋଗୁ ଦଳଠାରୁ ବାହାରେ ରହିଥିଲେ। ଫିଟ୍‌ ଘୋଷିତ ହେବାପରେ ସେ ଦଳକୁ ଫେରିଛନ୍ତି। ଭଲ ଫର୍ମରେ ନ ଥିଲେ ହେଁ ଶିଖର ଧାଓ୍ବନଙ୍କ ଉପରେ ଚୟନକର୍ତ୍ତା ପୁଣି ଆସ୍ଥା ସ୍ଥାପନ କରିଛନ୍ତି। ଅନ୍ୟପକ୍ଷରେ ମୟଙ୍କ ଅଗ୍ରଓ୍ବାଲ ଟେଷ୍ଟ ସିରିଜରେ ଚମତ୍କାର ଫର୍ମରେ ଥିଲେ ହେଁ ସୀମିତ ଓଭର ପାଇଁ ଦଳରେ ସ୍ଥାନ ପାଇ ନାହାନ୍ତି। ସେହିପରି ରୋହିତ ଶର୍ମା କ୍ରମାଗତ ଖେଳି ଆସୁଥିଲେ ହେଁ ତାଙ୍କୁ ବିଶ୍ରାମ ଦିଆ ଯାଇନାହିଁ। ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଭାରତୀୟ ଦଳ ୩ଟି ଟି୨୦ ମୁମ୍ବାଇ(ଡିସେମ୍ବର ୬), ଥିରୁଭାନନ୍ତପୁରମ(୮) ଓ ହାଇଦ୍ରାବାଦ(୧୧)ରେ ଖେଳିବ। ସେହିପରି ୩ଟି ଦିନିକିଆ ଯଥାକ୍ରମେ ଚେନ୍ନାଇ, ବିଶାଖାପାଟଣା ଓ କଟକରେ ଡିସେମ୍ବର ୧୫, ୧୮ ଓ ୨୨ରେ ଅନୁଷ୍ଠିତ ହେବ।
ଭାରତୀୟ ଟି୨୦ ଦଳ: ବିରାଟ କୋହଲି(ଅଧିନାୟକ), ରୋହିତ ଶର୍ମା, ଶିଖର ଧାଓ୍ବନ, ଲୋକେଶ ରାହୁଲ, ରିଷଭ ପନ୍ତ, ମନୀଷ ପାଣ୍ଡେ, ଶ୍ରେୟାସ ଆୟାର, ରବୀନ୍ଦ୍ର ଜାଡେଜା, ଶିଭମ୍‌ ଦୁବେ, ୟୁଜବେନ୍ଦ୍ର ଚହଲ, କୁଲଦୀପ ଯାଦବ, ମହମ୍ମଦ ସାମି, ଦୀପକ ଚହର, ଭୁବନେଶ୍ୱର କୁମାର, ଓ୍ବାଶିଂଟନ ସୁନ୍ଦର।
ଭାରତୀୟ ଦିନିକିଆ ଦଳ: ବିରାଟ କୋହଲି(ଅଧିନାୟକ), ରୋହିତ ଶର୍ମା, ଶିଖର ଧାଓ୍ବନ, ଲୋକେଶ ରାହୁଲ, ରିଷଭ ପନ୍ତ, ମନୀଷ ପାଣ୍ଡେ, କେଦାର ଯାଦବ, ଶ୍ରେୟାସ ଆୟାର, ରବୀନ୍ଦ୍ର ଜାଡେଜା, ଶିଭମ୍‌ ଦୁବେ, ୟୁଜବେନ୍ଦ୍ର ଚହଲ, କୁଲଦୀପ ଯାଦବ, ମହମ୍ମଦ ସାମି, ଦୀପକ ଚହର, ଭୁବନେଶ୍ୱର କୁମାର।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri